Tuesday, May 19, 2026 06:04 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଏପ୍ରିଲ୍ ୩୦ ଯାଏଁ ବଢ଼ିଲା ଲକ୍ ଡାଉନ୍

by Our Correspondent
09 Apr, 2020- 01:12 PM
in Latest News, News
1 min read
0
ଏପ୍ରିଲ୍ ୩୦ ଯାଏଁ ବଢ଼ିଲା ଲକ୍ ଡାଉନ୍

ଜୁନ୍ ୧୭ ଯାଏଁ ବନ୍ଦ ରହିବ ସ୍କୁଲ୍, କଲେଜ

ଭୁୁବନେଶ୍ୱର: ଲକ୍ ଡାଉନ୍ ଅବଧିକୁ ଏପ୍ରିଲ୍ ୩୦ ଯାଏଁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ରାଜ୍ୟ କ୍ୟାବିନେଟ୍ ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଏହା ଘୋଷଣା କରିଛନ୍ତି । ଏପ୍ରିଲ୍ ୩୦ ପର୍ଯ୍ୟନ୍ତ ଲକ୍ ଡାଉନ୍ ବଢ଼ାଇବାକୁ କେନ୍ଦ୍ର ସରକାରଙ୍କୁ ମଧ୍ୟ ରାଜ୍ୟ ସରକାର ସୁପାରିଶ କରିଛନ୍ତି । ଏହି ସମୟ ପର୍ଯ୍ୟନ୍ତ ଟ୍ରେନ୍ ଓ ବିମାନ ସେବା ବନ୍ଦ ପାଇଁ ଅନୁରୋଧ କରାଯାଇଛି ।

ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ରାଜ୍ୟର ସବୁ ସ୍କୁଲ, କଲେଜକୁ ଜୁନ୍ ୧୭ ଯାଏଁ ବନ୍ଦ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ୧ ଲକ୍ଷ ରାପିଡ୍ ଟେଷ୍ଟିଂ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଥିବା ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି ।

ବିଭିନ୍ନ ରାଜ୍ୟରେ ରହିଯାଇଥିବା ଓଡ଼ିଶାର ଶ୍ରମିକମାନଙ୍କ ଯତ୍ନ ନେବା ପାଇଁ ସଂପୃକ୍ତ ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯିବ । ଓଡ଼ିଶା ସରକାର ମଧ୍ୟ ରାଜ୍ୟରେ ଅଟକି ଥିବା ଅନ୍ୟ ରାଜ୍ୟ ଶ୍ରମିକମାନଙ୍କର ଯତ୍ନ ନେଉଛନ୍ତି । ଲକ୍ ଡାଉନ୍ ସମୟରେ କୃଷି କାର୍ଯ୍ୟ ଜାରି ରହିବ । ଗରିବ ଲୋକଙ୍କୁ ରୋଜଗାର ଦେବା ପାଇଁ ମନରେଗା କାର୍ଯ୍ୟ ଜାରି ରହିବ । କିନ୍ତୁ ଏ ସବୁ କାମରେ ସାମାଜିକ ଦୂରତ୍ୱକୁ କଡ଼ାକଡ଼ି ଭାବେ ପାଳନ କରାଯିବ । ଲକ୍ ଡାଉନ୍ ସମୟରେ ମାଲ୍ ପରିବହନରେ ବାଧା ସୃଷ୍ଟି ନ ହେବା ପାଇଁ ସରକାର ଆବଶ୍ୟକ ପଦକ୍ଷେପ ନେଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।
କରୋନାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ରାଜ୍ୟବାସୀଙ୍କ ସହଯୋଗ ଓ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି,
“ଗତ ମାର୍ଚ୍ଚ ୧୫ରେ ରାଜ୍ୟର ପ୍ରଥମ କରୋନା କେସ୍ ଆସିଲା । ତାପରଠୁ ଆଜି ପର୍ଯ୍ୟନ୍ତ ୪୨ଟି କେସ୍ ଆସିଛି । ଏହି ସମୟ ମଧ୍ୟରେ ଆପଣମାନଙ୍କ ଶୃଙ୍ଖଳା ଓ ତ୍ୟାଗ ପରିସ୍ଥିତିର ମୁକାବିଲା ପାଇଁ ଆମକୁ ଶକ୍ତି ଦେଇଛି ।
ଏହି ସମୟ ମଧ୍ୟରେ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକାରେ କରୋନା କେସ୍ ୩,୦୦୦ରୁ ଆସି ୪ ଲକ୍ଷରେ ପହଞ୍ଚିଲାଣି । ୯/୧୧ ର ଆତଙ୍କବାଦୀ ଆକ୍ରମଣଠାରୁ ଆରମ୍ଭ କରି ବିଭିନ୍ନ ଯୁଦ୍ଧରେ ଆମେରିକାର ଯେତେ ଲୋକ ପ୍ରାଣବଳୀ ଦେଇଥିଲେ ତା’ ଠାରୁ ଅଧିକ ଲୋକ କରୋନାର ଶିକାର ହୋଇଛନ୍ତି । ତଥାପି ଆମେରିକା ସମ୍ପୂର୍ଣ୍ଣ ଭାବରେ ଲକ୍ ଡାଉନ୍ କରିନାହିଁ ।
ମୁଁ ଜାଣେ ଏଥିପାଇଁ ଆପଣମାନଙ୍କୁ, ଆମ ସମସ୍ତଙ୍କୁ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡୁଛି । ଅନେକ ତ୍ୟାଗ କରିବାକୁ ପଡୁଛି । କିନ୍ତୁ ପରିସ୍ଥିତିର ମୁକାବିଲା ପାଇଁ ଏହା ହିଁ ଏକମାତ୍ର ବାଟ । ଏହି କଠିନ ପରିସ୍ଥିତିରେ ଆମକୁ ମଣିଷ ଜୀବନ ଏବଂ ଅର୍ଥନୀତି ମଧ୍ୟରେ ନିଷ୍ପତ୍ତି ନେବାକୁ ହୋଇଛି । ମଣିଷ ଜୀବନକୁ ହିଁ ଅଧିକ ଗୁରୁତ୍ୱ ଦେଇ ଆମେ ନିଷ୍ପତ୍ତି ନେଇଛୁ ।
କରୋନା ଗତ ଏକ ଶତାବ୍ଦୀ ମଧ୍ୟରେ ମାନବ ସଭ୍ୟତାର ସବୁଠାରୁ ବଡ଼ ଶତ୍ରୁ ଭାବରେ ଦେଖାଦେଇଛି । ଜୀବନଯାତ୍ରା ଆଉ ଆଗଭଳି ରହିନାହିଁ । ଆମେ ସମସ୍ତେ ଏହା ବୁଝିବା ଦରକାର ଏବଂ ସାହାସର ସହ ମିଳିତ ଭାବରେ ଏହାର ମୁକାବିଲା ପାଇଁ କାମ କରିବା ଦରକାର । ମହାପ୍ରଭୁଙ୍କ ଆର୍ଶିବାଦ ଓ ଆମ ସମସ୍ତଙ୍କ ତ୍ୟାଗ ହିଁ ଏ କଠିନ ପରିସ୍ଥିତିରୁ ଆମକୁ ଶୀଘ୍ର ମୁକୁଳାଇ ପାରିବ ।”
Previous Post

କରୋନା ତଥ୍ୟରେ ତାଳମେଳ ନାହିଁ

Next Post

ଆଉ ଦୁଇ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୪୪

Next Post
ଆଉ ଦୁଇ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୪୪

ଆଉ ଦୁଇ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୪୪

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA