Sunday, May 31, 2026 06:48 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଖୋର୍ଦ୍ଧା, କଟକ, ସୁନ୍ଦରଗଡ, ରାୟଗଡା ଜିଲ୍ଲା ପାଇଁ ସ୍ୱତନ୍ତ୍ର ରଣନୀତି

by Our Correspondent
18 Aug, 2020- 10:40 PM
in Latest News, News
1 min read
0
Spread the love

ଆସନ୍ତା ସପ୍ତାହରେ କୋରାପୁଟରେ ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ରାୟଗଡ଼ା ଜିଲ୍ଲାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆଣିବା ପାଇଁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ ହେବ । ଅଞ୍ଚଳ ଭିତ୍ତିରେ ଏହି ରଣନୀତି ଯଥାଶୀଘ୍ର ପ୍ରସ୍ତୁତ କରାଯିବ । ଅନ୍ୟପକ୍ଷରେ, କୋରାପୁଟ ମେଡ଼ିକାଲ୍ କଲେଜରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ଆସନ୍ତା ସପ୍ତାହ ସୁଦ୍ଧା ସ୍ଥାପନ ହେବ । ରାଜ୍ୟରେ କୋଭିଡ୍ ପରିସ୍ଥିତିର ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି ।
ରାଜ୍ୟରେ କୋଭିଡ୍ ମୁକାବିଲା କାର୍ଯ୍ୟ ନେଇ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି । ସୂଚନା ଅନୁଯାୟୀ, କୋଭିଡ୍ ମୁକାବିଲା ପାଇଁ ୫୦ ଲକ୍ଷରୁ ଅଧିକ ଲୋକ ଟ୍ରେନିଂ ପାଇଛନ୍ତି । ଯେଉଁଥିରେ ଅନ୍ତର୍ଭୁକ୍ତ ଅଛନ୍ତି ପଞ୍ଚାୟତିରାଜ ପ୍ରତିନିଧି, ସ୍ୱୟଂ ସହାୟକ ଗୋଷ୍ଠୀ, କୋଭିଡ୍ କମିଟି ସଦସ୍ୟ ଏବଂ ଆହୁରି ଅନେକ । ଏହାକୁ ଏକ ବଡ଼ ସଫଳତା ବୋଲି ମୁଖ୍ୟମନ୍ତ୍ରୀ ଅଭିହିତ କରିଥିଲେ ।
ରାଜ୍ୟରେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ଏବେ ୧୦୯୬ ଟେଷ୍ଟିଂ କରାଯାଉଛି ଯାହାକି ଜାତୀୟସ୍ତରରେ ସର୍ବାଧିକ । ଇତିମଧ୍ୟରେ ଦୈନିକ ଟେଷ୍ଟିଂ ସଂଖ୍ୟା ୫୦ ହଜାରକୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ବିଭାଗ, ଜିଲ୍ଲା ପ୍ରଶାସନ ଏବଂ ସର୍ବୋପରି ସମସ୍ତ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ଏହାର ଶ୍ରେୟ ଦେବା ସହ ଅଭିନନ୍ଦନ ଜଣାଇଥିଲେ । ଏହି କାର୍ଯ୍ୟ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ ।
କୋଭିଡ ହସ୍‌ପିଟାଲରେ କାମ କରୁଥିବା କୋଭିଡ ଯୋଦ୍ଧା ଓ ରୋଗୀ ମାନଙ୍କ ସହିତ ସିଧାସଳଖ ଫୋନ୍‌ ଯୋଗେ ଆଲୋଚନା କରି ସେମାନଙ୍କ ଠାରୁ ଫିଡବ୍ୟାକ୍ ସଂଗ୍ରହ କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟରେ ଲକ୍ଷଣବିହୀନ ରୋଗୀଙ୍କ ସଂଖ୍ୟା ଅଧିକ ଥିବାରୁ ସେମାନଙ୍କୁ ହୋମ୍ କ୍ୱାରେଣ୍ଟାଇନ୍ ପାଇଁ ଉତ୍ସାହିତ କରିବା ଉପରେ ଗୁରୁତ୍ୱ ଦେଇଥିଲେ ।
ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ। ରାଜ୍ୟରେ କୋଭିଡ ମୃତ୍ୟୁ ହାର କମ୍‌ ରହିଛି । ଏହାକୁ ଆହୁରି କମ୍‌ କରିବା ଦିଗରେ ନିରନ୍ତର ଉଦ୍ୟମ ଜାରି ରହିବା ଆବଶ୍ୟକ । ବିଭିନ୍ନ କର୍ପୋରେଟ୍‌ କ୍ଷେତ୍ର ଓ ଅନ୍ୟାନ୍ୟ ସଂସ୍ଥା ଦ୍ବାରା ସ୍ଥାପନ କରାଯାଉଥିବା କୋଭିଡ୍ କେୟାର ସେଣ୍ଟର୍ ଆହୁରି ଅଧିକ ସଂଖ୍ୟାରେ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ରାଜ୍ୟରେ ବର୍ଷାଜନିତ ପରିସ୍ଥିତି, କୃଷି କାର୍ଯ୍ୟକ୍ରମ, ଜୀବିକା ସୃଷ୍ଟି କାର୍ଯ୍ୟକ୍ରମ ଏବଂ ଏମଏସଏମଇ ସଂପର୍କରେ ବିଭିନ୍ନ ଅଧିକାରୀ ମାନଙ୍କ ସହିତ ଶେଷରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। କୃଷି କ୍ଷେତ୍ରରେ ସମସ୍ତ କାର୍ଯ୍ୟ ଯେପରି ସୂଚାରୁରୂପେ ଜାରି ରହିବ ଓ ଚାଷୀମାନେ କୌଣସି ଅସୁବିଧାର ସମ୍ମୁଖୀନ ନ ହେବେ, ସେଥିପ୍ରତି ଗୁରୁତ୍ବ ଦେବାପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟରେ ୟୁରିଆ ସାର ସ୍ଥିତି ସଂପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ ।
ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଥିଲେ ଯେ ରାଜ୍ୟରେ କୋଭିଡ ମୃତ୍ୟୁ ହାର କମ୍‌ କରିବା ପାଇଁ Medical Education & Training ନିର୍ଦ୍ଦେଶାଳୟ ଦ୍ବାରା ୭ଟି ମେଡିକାଲ କଲେଜର ପ୍ରଫେସର ମାନଙ୍କୁ ନେଇ Multi Disciplinary Technical Team ଗଠନ କରାଯାଇଛି। ସେମାନେ ଏ କ୍ଷେତ୍ରରେ ଉପଯୁକ୍ତ ପରାମର୍ଶ ଦେଇ କୋଭିଡ ଚିକିତ୍ସାକୁ ଫଳପ୍ରଦ କରିବାପାଇଁ ଉଦ୍ୟମ ଜାରି ରଖିଛନ୍ତି।
ଅନ୍ୟମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା, ଉନ୍ନୟନ କମିଶନର, ଗୃହ ବିଭାଗର ପ୍ରମୁଖ ସଚିବ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏବଂ ବିଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକମାନେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଲୋଚନା ସଂଚାଳନା କରିଥିଲେ।
Previous Post

ଏକାମ୍ର କ୍ଷେତ୍ର ପାଇଁ ବିଗ୍ ପ୍ଲାନ୍: ୬୬ ଏକର ଜାଗା, ୨ ଲକ୍ଷ ଭକ୍ତ ସମାଗମ

Next Post

ARIIA ରାଙ୍କିଙ୍ଗରେ କିଟ୍ ବିଶ୍ୱବିଦ୍ୟାଳୟ ଦେଶରେ ପ୍ରଥମ

Next Post

ARIIA ରାଙ୍କିଙ୍ଗରେ କିଟ୍ ବିଶ୍ୱବିଦ୍ୟାଳୟ ଦେଶରେ ପ୍ରଥମ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA