Saturday, May 23, 2026 08:29 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଜୋସ୍ ଦେଖେଇଲା କଂଗ୍ରେସ; ନିରଞ୍ଜନ କହିଲେ ସରକାର ଗଢ଼ିବୁ

by Our Correspondent
12 Dec, 2018- 10:25 PM
in Latest News, Politics
1 min read
0
ଜୋସ୍ ଦେଖେଇଲା କଂଗ୍ରେସ; ନିରଞ୍ଜନ କହିଲେ ସରକାର ଗଢ଼ିବୁ
ଭୁବନେଶ୍ୱର: ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ନିର୍ବାଚନ ଫଳାଫଳ ଓଡ଼ିଶାରେ କଂଗ୍ରେସ ମୁଖିଆଙ୍କ ଜୋସ୍ ବଢ଼େଇ ଦେଇଛି । ଆସନ୍ତା ନିର୍ବାଚନରେ ରାଜ୍ୟରେ ତାଙ୍କ ଦଳ ସରକାର ଗଢ଼ିବ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆଶା ବାନ୍ଧିଛନ୍ତି । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ନିରଞ୍ଜନ କହିଛନ୍ତି, ଉକ୍ତ ନିର୍ବାଚନ ଫଳାଫଳ ପ୍ରମାଣିତ କରୁଛି ଯେ ଚାଷୀ ଏବଂ ଚାଷର ସମସ୍ୟାକୁ ନେଇ ସମ୍ବେଦନହୀନ ରାଜନୈତିକ ଦଳ ଏବଂ ସେମାନଙ୍କ ସରକାର ଆଗାମୀ ନିର୍ବାଚନରେ ପରାଜୟର ସ୍ୱାଦ ଚାଖିବା ସୁନିଶ୍ଚିତ । ଓଡ଼ିଶାରେ ବିଜେଡ଼ି ସରକାର ଚାଷୀଙ୍କ ସମସ୍ୟା ଉପରେ ଉଦାସୀନ ଥିବାରୁ ନିର୍ବାଚନରେ ଲୋକେ ତାଙ୍କୁ ପ୍ରତ୍ୟାଖାନ କରିବେ ଆଉ କଂଗ୍ରେସକୁ ଭୋଟ ଦେବେ ବୋଲି ନିରଞ୍ଜନ ଅବଗଣନା କରିଛନ୍ତି ।
ଓଡିଶାରେ ଚାଷୀଙ୍କ ସମସ୍ୟା ଉଲ୍ଲେଖ କରି ଶ୍ରୀ ପଟ୍ଟନାୟକ କହିଥିଲେ, ଏଠାରେ ଚାଷୀଙ୍କ ସମସ୍ୟା କିଛି କମ ନୁହେଁ । ଏଠାକାର ଚାଷୀମାନେ ଗୁରୁତର ଆର୍ଥିକ ସମସ୍ୟା ଦେଇ ଗତି କରୁଛନ୍ତି । ବାରମ୍ବାର ଚାଷୀ ଆତ୍ମହତ୍ୟା ଭଳି ଘଟଣା ଘଟୁଛି । ରାଜ୍ୟରେ କଂଗ୍ରେସ କ୍ଷମତାକୁ ଆସିଲେ ସମସ୍ତ ଚାଷୀଙ୍କୁ ସୌରଚାଳିତ ପମ୍ପସେଟ୍ ପ୍ରଦାନ ସହିତ ସେମାନଙ୍କୁ ୫ ବର୍ଷ ପାଇଁ ଲଗାତର ଭାବେ ଆର୍ଥିକ ସହାୟତା ପ୍ରଦାନ କରିବ । ଓଡ଼ିଶାରେ କଂଗ୍ରେସ ସିଧାସଳଖ ବିଜେଡି ସହିତ ଲଢେଇ କରିବ ବୋଲି ନିରଞ୍ଜନ କହିଥିଲେ । ରାଜ୍ୟରେ ବିଜେଡି ଓ ବିଜେପି ଓଡିଶାର ଚାଷୀଭାଇମାନଙ୍କ ସ୍ୱାର୍ଥ ରକ୍ଷା କରିବାରେ ସଂପୂର୍ଣ୍ଣ ଅସମର୍ଥ ବୋଲି କହିଥିଲେ ।
ଏହି ସାମ୍ବାଦିକ ସମ୍ମିଳନୀରେ ବିରୋଧିଦଳ ନେତା ଶ୍ରୀ ନରସିଂହ ମିଶ୍ର କହିଥିଲେ ଯେ ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ ସ୍ପଷ୍ଟ ହୋଇଛି ଯେ ଏବେ ବି ଭାରତରେ ଗଣତନ୍ତ୍ର ବଂଚିଛି ଓ ଫାଶୀବାଦର ଏଠାରେ ସ୍ଥାନ ନାହିଁ । କଂଗ୍ରେସମୁକ୍ତ ଭାରତର ସ୍ୱପ୍ନ ଦେଖୁଥିବା ବିଜେପି ଆଜି ବିଜେପିମୁକ୍ତ ଭାରତ ଆଡକୁ ଅଗ୍ରସର ହେଉଛି । ଏହି ନିର୍ବାଚନ ଫଳାଫଳ ଆଗାମୀ ଦିନରେ ଓଡିଶା ରାଜନୀତିକୁ ଗଭୀର ଭାବେ ପ୍ରଭାବିତ କରିବ । ଓଡିଶାର ମୁଖ୍ୟମନ୍ତ୍ରୀ ନିଜେ ସ୍ୱୀକାର କରିଛନ୍ତି ଯେ ଏହି ୫ଟି ରାଜ୍ୟର ନିର୍ବାଚନ ଫଳାଫଳ ଚାଷୀ ଏବଂ ଚାଷର ସମସ୍ୟା ନେଇ ଗଭୀର ଭାବେ ପ୍ରଭାବିତ ହୋଇଛି । ଯଦି ଏକଥା ସତ୍ୟ, ତାହେଲେ ରାଜ୍ୟ ସରକାରଙ୍କର ଚାଷୀମାରଣ ନୀତି ଆଗାମୀ ଦିନରେ ଓଡିଶାରେ ସରକାର ପରିବର୍ତନରେ ବାର୍ତାବହ ହେବ ।
କଂଗ୍ରେସ ମିଡିଆ ସେଲ୍ ଅଧ୍ୟକ୍ଷ ଶ୍ରୀ ସତ୍ୟପ୍ରକାଶ ନାୟକ କହିଥିଲେ ଯେ ହିନ୍ଦୀ, ହିନ୍ଦୁ ଏବଂ ହିନ୍ଦୁସ୍ଥାନ ବିଜେପିକୁ ପ୍ରତ୍ୟାଖ୍ୟାନ କରିଛନ୍ତି । ହିନ୍ଦୁ ଭୋଟକୁ ପୁଞ୍ଜି କରି ନିର୍ବାଚନୀ ବୈତରଣୀ ପାର ହେବା ପାଇଁ ବିଜେପି ଯେଉଁ ଯୋଜନା କରିଥିଲା, ତାକୁ ଦେଶବାସୀ ପ୍ରତ୍ୟାଖ୍ୟାନ କରିଛନ୍ତି ଏବଂ ଏଥିରୁ ବିଜେପିକୁ ଶିକ୍ଷାଲାଭ କରିବା ଉଚିତ୍ । ଯୁବଶକ୍ତିକୁ ରୋଜଗାର, ମହିଳାଙ୍କ ସୁରକ୍ଷା ଏବଂ  ବିକାଶ ଆଗାମୀ ନିର୍ବାଚନରେ କଂଗ୍ରେସର ପ୍ରମୁଖ ମୁଦ୍ଦା ହେବ ବୋଲି ଶ୍ରୀ ନାୟକ କହିଥିଲେ ।
Previous Post

ଆଇଏଏସ୍ ଚାକିରି ଛାଡ଼ି ରାଜନୀତିରେ ନାମ ନେଲେ ଚୌଧୁରୀ

Next Post

ତିତଲି ସହାୟତା ପାଇଁ ରାଜନାଥଙ୍କୁ ଚିଠି ଲେଖିଲେ ନବୀନ

Next Post
ତିତଲି ସହାୟତା ପାଇଁ ରାଜନାଥଙ୍କୁ ଚିଠି ଲେଖିଲେ ନବୀନ

ତିତଲି ସହାୟତା ପାଇଁ ରାଜନାଥଙ୍କୁ ଚିଠି ଲେଖିଲେ ନବୀନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA