Tuesday, May 26, 2026 12:41 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଝଲସିବ ଏକାମ୍ରକ୍ଷେତ୍ର: ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

by Our Correspondent
12 Dec, 2019- 08:11 PM
in Latest News, News
1 min read
0
ଝଲସିବ ଏକାମ୍ରକ୍ଷେତ୍ର: ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପୁରୀ ଶ୍ରୀ ଜଗନ୍ନାଥଙ୍କ ଧାମ ପରେ ଏକାମ୍ରକ୍ଷେତ୍ର ଶ୍ରୀ ଲିଙ୍ଗରାଜ ମନ୍ଦିରର ପାରିପାର୍ଶିକ ଅଞ୍ଚଳର ବିକାଶ ପାଇଁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର । ଏହି ଗୌରବମୟ ଐତିହ୍ୟର ଉପଯୁକ୍ତ ସଂରକ୍ଷଣ ପାଇଁ ରାଜ୍ୟ ସରକାର ୬୬ ଏକର ପରିବ୍ୟାପ୍ତ ଏକାମ୍ର କ୍ଷେତ୍ର ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଏଥିରେ ରହିଛି ସୁଦୃଶ୍ୟ ପ୍ରବେଶ ପଥ, ବିନ୍ଦୁସାଗର ପୁନରୁଦ୍ଧାର ଯୋଜନାରେ ବିଭିନ୍ନ ଐତିହ୍ୟ ପୁଷ୍କରିଣୀର ପୁନଃରୁଦ୍ଧାର, ଅତ୍ୟାଧୁନିକ ପାର୍କିଂ, ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପ, କେଦାରଗୌରୀ ଓ ମୁକ୍ତେଶ୍ୱର ପରିସରର ବିକାଶ । ଇ- ଅଟୋ ପ୍ରୋଗ୍ରାମ, ଐତିହ୍ୟ ବ୍ୟାଖ୍ୟାନ କେନ୍ଦ୍ର ଏବଂ ଥଇଥାନ ଆଦି ୯ଟି ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ହୋଇଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିବା ସହ ଏକ ହଜାର ବର୍ଷର ପୁରୁଣା ଲିଙ୍ଗରାଜ ମନ୍ଦିରର ସୁରକ୍ଷା ଓ ସଂରକ୍ଷଣ ପାଇଁ ସମସ୍ତେ ତ୍ୟାଗ କରିବାକୁ ଅନୁରୋଧ କରିଛନ୍ତି । ଏହି ତ୍ୟାଗକୁ ମହାପ୍ରଭୁ ଲିଙ୍ଗରାଜଙ୍କ ସେବା ଭାବରେ ଗ୍ରହଣ କରି ସରକାରଙ୍କ ବିକାଶ କାମରେ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।
ଯୋଜନାରେ କ’ଣ ରହିଛି
– ଲିଙ୍ଗରାଜ ଥାନା ଓ ଶ୍ରୀ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ଅଫିସ ଅନ୍ୟତ୍ର ସ୍ଥାନାନ୍ତର କରାଯିବ ।
– ଟ୍ରାଫିକ ହ୍ରାସ ଓ ଯାତାୟତର ସୁବିଧା ପାଇଁ ତାଳେଶ୍ୱର ଛକଠାରୁ ବଢ଼େଇବାଙ୍କ ଛକ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ ।
– ଚାରିଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯିବ ।
– ଲିଙ୍ଗରାଜ ମନ୍ଦିର ସମ୍ମୁଖ ଭାଗରେ ଉଦ୍ୟାନ ନିର୍ମାଣ ସହିତ ଏହାର ସୌନ୍ଦର୍ଯ୍ୟକରଣ କରାଯିବ
– ମନ୍ଦିର ଚାରି ପାଖରେ ପରିକ୍ରମା ପଥ ନିର୍ମାଣ କରାଯିବ ।
– ମନ୍ଦିର ସମ୍ମୁଖ ରାସ୍ତାରେ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ନିଷେଧ କରାଯିବ ।
– ଭକ୍ତମାନଙ୍କ ପାଇଁ ସୁବିଧା ଦର୍ଶନର ବ୍ୟବସ୍ଥା କରାଯିବ ।
– ପର୍ଯ୍ୟଟନମାନଙ୍କ ପାଇଁ ବିଭିନ୍ନ ପ୍ରକାର ସୁବିଧା ସୁଯୋଗର ବିକାଶ କରାଯିବ ।
– ବିନ୍ଦୁସାଗର ଜଳକୁ ପରିଷ୍କାର କରିବା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ଗ୍ରହଣ କରାଯିବ ।
– କେଦାରଗୌରୀ, ପାପନାସିନୀ, ଗୋଦାବରୀ, କୋଟିତୀର୍ଥ, ଗଙ୍ଗାଯମୁନା ଏବଂ ଦେବୀପାଦହରା ଐତିହ୍ୟ ପୁଷ୍କରିଣୀର ପୁନଃରୁଦ୍ଧାର ଓ ସଂରକ୍ଷଣ କରାଯିବ ।
– ଶ୍ରୀ ଲିଙ୍ଗରାଜ ମନ୍ଦିରର ନିରାପତ୍ତାକୁ ଆହୁରି ସୁଦୃଢ଼ କରାଯିବ ।
ଏହି ଯୋଜନା ସହ କ୍ଷତିଗ୍ରସ୍ତ ହେଉଥିବା ଉଠାଦୋକାନୀମାନଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରାଯାଇଛି ।
– ଜୀବିକା ହରାଉଥିବା ଉଠାଦୋକାନୀଙ୍କୁ ଦୁଇଟି କିସ୍ତିରେ ୩୦ ହଜାର ଟଙ୍କା ଏକକାଳୀନ ସହାୟତା ଦିଆଯିବ ଏବଂ ଭେଣ୍ଡିଂ ଜୋନ୍ କରାଯାଇ ସେମାନଙ୍କୁ ଥଇଥାନ କରାଯିବ ।
– ପକ୍କା ଘରେ ଥିବା ଦୋକାନ ଘର ଉଚ୍ଛେଦ ନିମନ୍ତେ ବ୍ୟବସାୟୀଙ୍କୁ ୧୨ ମାସ ନିମନ୍ତେ ମାସିକ ମିଳିବ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ଦିଆଯିବ ।
– ପରବର୍ତ୍ତୀ ସମୟରେ ବିଏମସି, ପର୍ଯ୍ୟଟନ ବିଭାଗ ଦ୍ୱାରା ନିର୍ମିତ ମାର୍କେଟ୍ କିମ୍ବା ନୂତନ ମାର୍କେଟ୍ କପ୍ଲେକ୍ସ ନିର୍ମାଣ କରାଯାଇ ସଂପୃକ୍ତ ବ୍ୟବସାୟୀମାନଙ୍କୁ ଥଇଥାନ କରାଯିବ ।
– ସ୍ଥିତିବାନ ଆବାସିକ ଗୃହ, ବ୍ୟବସାୟିକ ଗୃହ ଉଚ୍ଛେଦ କ୍ଷେତ୍ରରେ କ୍ଷତିଗ୍ରସ୍ତଙ୍କ ସହିତ ଆଲୋଚନା କରାଯାଇ ନିୟମ ଅନୁସାରେ କ୍ଷତିପୂରଣ ଦିଆଯିବ ।
ଆଜି ସଂଧ୍ୟାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଶ୍ରୀ ଜଗନ୍ନାଥ ମନ୍ଦିର ପରି ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ପ୍ରଣୟନ କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ମନ୍ତ୍ରୀ ପ୍ରତାପ ଜେନା, ଅଶୋକ ପଣ୍ଡା, ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ସଚିବ ଡ. କ୍ରିଷନ୍ କୁମାର ଏବଂ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ ।
Previous Post

ଏଥର ଚାଷୀଙ୍କ ସହ ସିଧାସଳଖ କଥାହେବେ ମୁଖ୍ୟମନ୍ତ୍ରୀ

Next Post

ଡବଲ୍ ଦାୟିତ୍ୱ ହରାଇଲେ ପ୍ରଫୁଲ୍ଲ, ଡବଲ୍ ଦାୟିତ୍ୱ ପାଇଲେ ସୁଶାନ୍ତ

Next Post
ଡବଲ୍ ଦାୟିତ୍ୱ ହରାଇଲେ ପ୍ରଫୁଲ୍ଲ, ଡବଲ୍ ଦାୟିତ୍ୱ ପାଇଲେ ସୁଶାନ୍ତ

ଡବଲ୍ ଦାୟିତ୍ୱ ହରାଇଲେ ପ୍ରଫୁଲ୍ଲ, ଡବଲ୍ ଦାୟିତ୍ୱ ପାଇଲେ ସୁଶାନ୍ତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA