Wednesday, May 20, 2026 03:18 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିଜେଡ଼ି କର୍ମୀଙ୍କୁ ନବୀନଙ୍କ ପରାମର୍ଶ: ନିଜ ଅଞ୍ଚଳରେ କାହାରିକୁ ଭୋକିଲା ରହିବାକୁ ଦିଅ ନାହିଁ

by Our Correspondent
08 Apr, 2020- 04:02 PM
in Latest News, News
1 min read
0
ବିଜେଡ଼ି କର୍ମୀଙ୍କୁ ନବୀନଙ୍କ ପରାମର୍ଶ: ନିଜ ଅଞ୍ଚଳରେ କାହାରିକୁ ଭୋକିଲା ରହିବାକୁ ଦିଅ ନାହିଁ
ଭୁବନେଶ୍ୱର: ସାଢ଼େ ଚାରି କୋଟି ଓଡ଼ିଶାବାସୀ ଧୈର୍ଯ୍ୟର ସହ ମହାମାରୀ କରୋନା ବିତ୍ତିକୁ ମୁକାବିଲା କରୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି । କରୋନା ମୁକାବିଲାରେ ଉଦାହରଣ ସୃଷ୍ଟି କରିଥିବା ମୁଖ୍ୟମନ୍ତ୍ରୀ ଦଳୀୟ କର୍ମୀ ଓ ଶୁଭେଚ୍ଛୁମାନଙ୍କୁ ମାନବିକତାର ଧର୍ମ ପାଳନ ପାଇଁ ମଧ୍ୟ ଆହ୍ୱାନ ଦେଇଛନ୍ତି ।
ନିଜ ଅଞ୍ଚଳରେ କାହାରିକୁ ବି ଭୋକିଲାରେ ରହିବାକୁ ଦିଅନାହିଁ । ଭୋକିଲା ବ୍ୟକ୍ତିଙ୍କୁ ନିଜ ପରିବାରର ସଦସ୍ୟ ଭାବେ ବିବେଚନା କରନ୍ତୁ । ଏଭଳି ଘଡ଼ିସନ୍ଧି ମୁହୁର୍ତ୍ତରେ ଦରିଦ୍ର, ଭୋକିଲା ଲୋକଙ୍କ ପାଖରେ ଛିଡ଼ା ହୋଇ ସମାଜ ପାଇଁ ଉଦାହରଣ ସୃଷ୍ଟି କରନ୍ତୁ । ଏଭଳି କାର୍ଯ୍ୟକୁ ସାମାଜିକ ଦାୟିତ୍ୱ ଭାବରେ ଗ୍ରହଣ କରନ୍ତୁ । ଆଜି ବିଜେଡ଼ି ଓ କର୍ମୀ ଓ ଶୁଭେଚ୍ଛୁ ମାନଙ୍କୁ ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି ।
ଖାଲି ସେତିକି ନୁହେଁ, ଏହି ସଙ୍କଟ ସମୟରେ “ଜୀବନ ବିନ୍ଦୁ” କାର୍ଯ୍ୟକ୍ରମ ଜରିଆରେ ରକ୍ତର ଅଭାବ ଦୂର କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି । ଏହାକୁ ଏକ ସାମାଜିକ ଦାୟିତ୍ୱ ଭାବେ ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଛନ୍ତି ।
ଏହି ଆପତ୍ତକାଳୀନ ସ୍ଥିତିରେ ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ଜାରି ହୋଇଥିବା ଗାଇଡଲାଇନ ଭୁଲି ନ ଯିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି । ଯଦି କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଘରୁ ବାହାରକୁ ଯାଉଛନ୍ତି ମୁହଁରେ ନିଶ୍ଚୟ ମାସ୍କ ପିନ୍ଧନ୍ତୁ ଏବଂ ସାମାଜିକ ଦୂରତ୍ୱ ବଜାୟ ରଖନ୍ତୁ ବୋଲି ପରାମର୍ଶ ଦେଇଛନ୍ତି ।
ସଞ୍ଜୟଙ୍କ ନିବେଦନ: ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଆହ୍ୱାନକୁ ଗ୍ରହଣ କରି ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବାକୁ ଦଳର ସାଧାରଣ ସମ୍ପାଦକ(ମୁଖ୍ୟାଳୟ) ସଞ୍ଜୟ ଦାସବର୍ମା ଦଳର ସମସ୍ତ ବିଧାୟକ, ସାଂସଦଙ୍କ ସମେତ ନିର୍ବାଚିତ ପ୍ରତିନିଧିମାନଙ୍କୁ ନିବେଦନ କରିଛନ୍ତି । କାହାରିକୁ ଭୋକିଲାରେ ରଖିବାକୁ ଦେବା ନାହିଁ ଏବଂ “ଜୀବନ ବିନ୍ଦୁ” କାର୍ଯ୍ୟକ୍ରମ ମାଧ୍ୟମରେ ରକ୍ତ ଅଭାବକୁ ଦୂର କରି ଏହି ଜଟିଳ ପରିସ୍ଥିତିର ମୁକାବିଲା କରିବା । ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକୁ ଗ୍ରହଣ କରି ସାମାଜିକ ଦାୟିତ୍ୱ ପ୍ରତି ଅଙ୍ଗୀକାରବଦ୍ଧ ହେବା ବୋଲି ଶ୍ରୀ ଦାସବର୍ମା ନିବେଦନ କରିଛନ୍ତି ।
Previous Post

ସତ୍ୟନଗରରୁ ଏକାଧିକ ଆକ୍ରାନ୍ତ କେବେ ଚିହ୍ନଟ ହେଲେ?

Next Post

ଲକ୍ ଡାଉନ୍ ଅବଧି ବଢ଼ିପାରେ !

Next Post
ଲକ୍ ଡାଉନ୍ ଅବଧି ବଢ଼ିପାରେ !

ଲକ୍ ଡାଉନ୍ ଅବଧି ବଢ଼ିପାରେ !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA