Sunday, May 31, 2026 04:37 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବୁଲବୁଲ୍ କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ୍

by Our Correspondent
11 Nov, 2019- 11:38 PM
in Latest News, News
1 min read
0
ବୁଲବୁଲ୍ କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ୍
Spread the love
ଭୁୁବନେଶ୍ୱର: ବୁଲବୁଲ୍ ବାତ୍ୟା ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଏବଂ ମୟୁରଭଞ୍ଜ ଜିଲ୍ଲାରେ ସରକାରୀ ଓ ଘରୋଇ ସମ୍ପତ୍ତିର ବ୍ୟାପକ କ୍ଷତି ଘଟାଇଛି । ବିଦ୍ୟୁତ ଭିତ୍ତିଭୂମି କ୍ଷତିଗ୍ରସ୍ତ ହୋଇଛି । ଆଜି ଦିଲ୍ଲୀରୁ ଫେରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶମାର୍ଗରୁ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଥିଲେ । ଏହା ପରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ କ୍ଷୟକ୍ଷତି ସମୀକ୍ଷା କରିବା ସହ ପ୍ୟାକେଜ୍ ଘୋଷଣା କରିଥିଲେ । ନଭେମ୍ବର ୨୪ ତାରିଖ ସୁଦ୍ଧା ସହାୟତା ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ନଭେମ୍ବର ୧୮ ତାରିଖ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କୁ ପ୍ରଦାନ କରିବା ପାଇଁ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
୬ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ମୁଖ୍ୟମନ୍ତ୍ରୀ ଭିଡ଼ିଓ କନଫରେନସିଂ ଯୋଗେ ଆଲୋଚନା ସମୟରେ ସହାୟତା ବଣ୍ଟନରେ ସ୍ୱଚ୍ଛତା ଅବଲମ୍ବନ କରିବା ଏବଂ ସହାୟତା ରାଶି କ୍ଷତିଗ୍ରସ୍ତ ଆକାଉଣ୍ଟକୁ ସିଧାସଳଖ ପ୍ରଦାନ କରି ଜିଲ୍ଲା ପ୍ରଶାସନ ୱେବସାଇଟ୍ ରେ ସମସ୍ତ ତଥ୍ୟ ଉପଲବ୍ଧ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଆଗାମୀ ଦୁଇଦିନ ମଧ୍ୟରେ ଭିତ୍ତିଭୂମିର ପୁନରୁଦ୍ଧାର ସହିତ ବିଦ୍ୟୁତ ସଂଯୋଗ ନ ଆସିବା ପର୍ଯ୍ୟନ୍ତ ଜେନେରେଟର ଯୋଗେ ଜଳଯୋଗାଣ ଚାଲୁ ରଖିବା ଏବଂ ଆବଶ୍ୟକସ୍ଥଳେ ପାଣି ଟ୍ୟାଙ୍କର ଯୋଗେ ପାଣି ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ପ୍ୟାକେଜ୍
(୧) ବୁଲବୁଲ୍ ଦ୍ୱାରା ପ୍ରଭାବିତ ଅଣ ଜଳସେଚିତ ଜମି ପାଇଁ ୩୩% ବା ଅଧିକ ଫସଲ କ୍ଷତିରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ହେକ୍ଟର ପିଛା ୬୮୦୦ ଟଙ୍କା ଇନପୁଟ୍ ସବସିଡ଼ି, ଜଳସେଚିତ ଜମିରେ ସହାୟତା ପରିମାଣ ହେକ୍ଟର ପିଛା ୧୩,୫୦୦ ଟଙ୍କା ଏବଂ ସବୁଦିନିଆ ଫସଲ ପାଇଁ ହେକ୍ଟର ପିଛା ୧୮,୦୦୦ ଟଙ୍କା ପ୍ରଦାନ କରାଯିବ ।
(୨) କୌଣସି କ୍ଷେତ୍ରରେ ସବୁଦିନିଆ ଫସଲ ପାଇଁ ଇନପୁଟ ସବସିଡ଼ି ପରିମାଣ ୨,୦୦୦ ଟଙ୍କାରୁ କମ୍ ଏବଂ ଅନ୍ୟାନ୍ୟ ଫସଲ କ୍ଷେତ୍ରରେ ୧,୦୦୦ ଟଙ୍କାରୁ କମ୍ ହେବ ନାହିଁ ।
(୩) ରବି ଫସଲ ୨୦୧୯-୨୦ ପାଇଁ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଡାଲି ଓ ତୈଳ ଜାତୀୟ ଫସଲ ପାଇଁ ୫୦ ହଜାର ବିହନ ମିନି କିଟ୍ ପ୍ରଦାନ କରାଯିବ ।
(୪) କ୍ଷତିଗ୍ରସ୍ତ ଜିଲ୍ଲାରେ ୪୫ ହଜାର ଏକର ଜମିରେ ଡେମୋନେଷ୍ଟ୍ରେସନ୍ କାର୍ଯ୍ୟକ୍ରମ କରାଯିବ ।
(୫) କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ୫୦% ରିହାତିରେ ୩,୦୦୦ ସ୍ପ୍ରେୟର ପ୍ରଦାନ କରାଯିବ । ବ୍ୟାଟେରୀ ଚାଳିତ ସ୍ପ୍ରେୟର କ୍ଷେତ୍ରରେ ସର୍ବାଧିକ ରିହାତି ୩୮୦୦ ଟଙ୍କା ଏବଂ ହସ୍ତଚାଳିତ ସ୍ପେୟର ପାଇଁ ସର୍ବାଧିକ ରିହାତି ୭୫୦ ଟଙ୍କା ।
(୬) ରବି ୨୦୧୯-୨୦ ପାଇଁ ୧୦ ହଜାର ପରିବା ମିନି କିଟ୍ ପ୍ରଦାନ କରାଯିବ ।
(୭) ପ୍ରତ୍ୟେକ ଚାଷୀଙ୍କୁ ୩୦ ୟୁନିଟ୍ ପର୍ଯ୍ୟନ୍ତ ପାନବରଜର ପୁନରୁଦ୍ଧାର ପାଇଁ ୧୫ ହଜାର ଟଙ୍କା ଦିଆଯିବ ।
(୮) ୫୦ ୟୁନିଟ୍ ପର୍ଯ୍ୟନ୍ତ କ୍ଷତି ପାଇଁ ଛତୁ ଚାଷୀଙ୍କୁ ୪୦ ହଜାର ଟଙ୍କା ଦିଆଯିବ ।
(୯) ରବି ପାଇଁ ତୁରନ୍ତ ଉନ୍ନତ ବିହନ ଓ ଅନ୍ୟ କୃଷି ସାମଗ୍ରୀ ଦେବା ପାଇଁ ପଦକ୍ଷେପ ନିଆଯିବ ।
(୧୦) ଫସଲ ବୀମା ଯୋଜନାର ସୁବିଧା ଚାଷୀଙ୍କୁ ଶୀଘ୍ର ଦେବା ପାଇଁ ଫସଲ କଟା ପରୀକ୍ଷଣ କରାଯାଇ ବୀମା ପରିମାଣ ଚୂଡ଼ାନ୍ତ କରାଯିବ ।
(୧୧) ୩୩% ବା ଅଧିକ କ୍ଷତି ହୋଇଥିବା ଚାଷୀଙ୍କୁ ରବି ୨୦୧୯ ପାଇଁ ଦିଆଯାଇଥିବା ସ୍ୱଳ୍ପ ମିଆଦୀ ଋଣକୁ ମଧ୍ୟମ ମିଆଦୀ ଋଣରେ ପରିଣତ କରାଯିବ ।
(୧୨) କ୍ଷୀର ଦେଉଥିବା ଗାଈ, ମଇଁଷି ପାଇଁ ସହାୟତା ପ୍ରତି ପ୍ରାଣୀ ପାଇଁ ୩୦ ହଜାର ଟଙ୍କା ଏବଂ କ୍ଷୀର ଦେଉ ନ ଥିବା ପ୍ରାଣୀ ପାଇଁ ୨୫ ହଜାର ଟଙ୍କା ଲେଖାଏଁ(୩ଟି ପ୍ରାଣୀ), ବାଛୁରୀ ପାଇଁ ୧୬ ହଜାର(୬ଟା ପ୍ରାଣୀ ପର୍ଯ୍ୟନ୍ତ), ଛେଳି-ମେଣ୍ଢା ପାଇଁ ୩ ହଜାର ଟଙ୍କା(୩୦ଟି ପ୍ରାଣୀ ପର୍ଯ୍ୟନ୍ତ), କୁକୁଡ଼ା ପାଇଁ ମୁଣ୍ଡପିଛା ୫୦ ଟଙ୍କା(ସର୍ବୋଚ୍ଚ ୫ ହଜାର ଟଙ୍କା) ଦିଆଯିବ ।
(୧୩) ଆଶିଂକ କ୍ଷତି ହୋଇଥିବା ଡଙ୍ଗା ପାଇଁ ୪୧୦୦ ଟଙ୍କା, ଆଶିଂକ କ୍ଷତି ହୋଇଥିବା ଜାଲ ପାଇଁ ୨୧୦୦ ଟଙ୍କା, ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ଡଙ୍ଗା ପାଇଁ ୯୬୦୦ ଟଙ୍କା ଏବଂ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ଜାଲ ପାଇଁ ୨୬୦୦ ଟଙ୍କା ସହାୟତା ଦିଆଯିବ ।
(୧୪) ମାଛ ଚାଷୀଙ୍କ ପାଇଁ ହେକ୍ଟର ପିଛା ୧୨,୨୦୦ ଟଙ୍କା ଏବଂ ଇନପୁଟ୍ ସବସିଡ଼ି ଭାବରେ ହେକ୍ଟର ପିଛା ୮୨୦୦ ଟଙ୍କା ସହାୟତା ପ୍ରଦାନ କରାଯିବ ।
ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ୍ କମିଶନର ତଥା ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ ।
Previous Post

ଅରୁଣଙ୍କ ଦକ୍ଷତା: ଆଫ୍ରିକାନ୍ ଫଲ୍ ଆର୍ମିୱର୍ମ କବଳରୁ ମକା ଚାଷୀଙ୍କୁ ବଞ୍ଚାଇଲେ

Next Post

ସୁପ୍ରିମୋଙ୍କ କଡ଼ା ନଜରରେ ବିଜେଡ଼ି ବିଧାୟକ

Next Post
ସୁପ୍ରିମୋଙ୍କ କଡ଼ା ନଜରରେ ବିଜେଡ଼ି ବିଧାୟକ

ସୁପ୍ରିମୋଙ୍କ କଡ଼ା ନଜରରେ ବିଜେଡ଼ି ବିଧାୟକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA