Sunday, May 10, 2026 08:30 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଭୟଙ୍କର ରୂପ ନେଉଛି ତିତଲି

by Our Correspondent
09 Oct, 2018- 10:17 PM
in Latest News, News
1 min read
0
ଭୟଙ୍କର ରୂପ ନେଉଛି ତିତଲି
ଭୁବନେଶ୍ୱର: ଭୟଙ୍କର ରୂପ ନେଉଛି ବାତ୍ୟା ‘ତିତଲି’ । ବର୍ତ୍ତମାନ ଏହା ଗୋପାଳପୁରଠାରୁ ପ୍ରାୟ ୫୦୦ କିମି ଦକ୍ଷିଣ ପୂର୍ବ ଦିଗରେ ଅବସ୍ଥାନ କରୁଛି । ଆସନ୍ତା ୧୮ ଘଣ୍ଟା ମଧ୍ୟରେ ଏହା ସିଭିୟର୍ ସାଇକ୍ଲୋନ୍ ବା ଭୟଙ୍କର ବାତ୍ୟାର ରୂପ ନେବାର ସମ୍ଭାବନା ଅଛି । ୧୧ ତାରିଖ ସକାଳେ ଏହା କଳିଙ୍ଗପାଟନମ୍ ଏବଂ ଗୋପାଳପୁର ମଧ୍ୟ ଦେଇ ପଶ୍ଚିମବଙ୍ଗ ଆଡକୁ ଅତିକ୍ରମ କରିବ । ଏହାର ପ୍ରଭାବରେ ଆଜି ମଧ୍ୟରାତ୍ରରୁ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ । ୧୦ ତାରିଖ ଓ ୧୧ ତାରିଖ ଦୁଇଦିନ ଧରି ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୧୧ ତାରିଖ ସକାଳେ ବାତ୍ୟା ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି । ଏହି ସମୟ ବେଳକୁ ବର୍ଷା ସହ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୫ କିଲୋମିଟର ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ସମ୍ଭାବ୍ୟ ବାତ୍ୟାରେ ଗଂଜାମ ଓ ଗଜପତି ଜିଲ୍ଲା ବିଶେଷ ପ୍ରଭାବିତ ହେବାର ଆଶଙ୍କା କରାଯାଉଛି । ଏହି ଦୁଇଟି ଜିଲ୍ଲା ସମେତ ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲା ବି ବିଶେଷ ପ୍ରଭାବିତ ହୋଇପାରେ । ଏହି ୫ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ଖୋର୍ଦ୍ଧା, ନୟାଗଡ଼, କଟକ, ଯାଜପୁର,ଢ଼େଙ୍କାନାଳ, ଭଦ୍ରକ, ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରାୟଗଡ଼ା, କୋରାପୁଟ, କନ୍ଧମାଳ,କଳାହାଣ୍ଡି,ବୌଦ୍ଧ ଜିଲ୍ଲାରେ ମଧ୍ୟ ବାତ୍ୟାର ପ୍ରଭାବ ଅନୁଭୂତ ହେବ । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାର ଅତ୍ୟନ୍ତ ସତର୍କ ହୋଇଯାଇଛନ୍ତି । ସବୁ ଜିଲ୍ଲାର ଜିଲ୍ଲାପାଳମାନେ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଉଦ୍ଧାର କାର୍ଯ୍ୟ ପାଇଁ ୨୦ଟି ଓଡ୍ରାଫ୍ ଟିମ୍ ଏବଂ ୧୧ଟି ଏନଡିଆରଏଫ ଟିମ୍ କୁ ପ୍ରସ୍ତୁତ ରଖାଯାଇଛି । ବେଶୀ ପ୍ରଭାବିତ ଆଶଙ୍କା କରାଯାଉଥିବା ୫ଟି ଜିଲ୍ଲାରେ ଓଡ୍ରାଫ୍ ଟିମ୍ ବିଭିନ୍ନ ଜାଗାରେ ପ୍ରସ୍ତୁତ ରହିଛନ୍ତି । ଆଜି ସଂଧ୍ୟାରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ସଚିବାଳୟଠାରେ ସମ୍ଭାବ୍ୟ ବାତ୍ୟା ଓ ଏହାର ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକ କରିଥିଲେ । ପ୍ରତି ବିଭାଗ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ୪ଟି ଜିଲ୍ଲା ଗଂଜାମ, ଗଜପତି, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ସବୁ ସ୍କୁଲ, କଲେଜକୁ ଆସନ୍ତାକାଲିଠାରୁ ଛୁଟି ଘୋଷଣା କରାଯାଇଛି । ଅଙ୍ଗନବାଡ଼ିଗୁଡ଼ିକୁ ମଧ୍ୟ ଛୁଟି ଘୋଷଣା କରାଯାଇଛି । ଆସନ୍ତାକାଲି ପରିସ୍ଥିତିକୁ ଦେଖି ଅନ୍ୟ ଜିଲ୍ଲାଗୁଡ଼ିକ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି ।
ସେପଟେ ସ୍ୱାସ୍ଥ୍ୟ ସଚିବ ଡାକ୍ତର ପ୍ରମୋଦ ମେହେର୍ଦ୍ଦା ଆଜି ଜଗତସିଂହପୁର, ଗଂଜାମ, ଗଜପତି, ପୁରୀ, କେନ୍ଦ୍ରାପଡ଼ା, କନ୍ଧମାଳ, ବାଲେଶ୍ୱର, ଖୋର୍ଦ୍ଧା, ନୟାଗଡ଼, କଟକ, ଯାଜପୁର,ଭଦ୍ରକ, ବୌଦ୍ଧ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି । ଜିଲ୍ଲାରେ ଜଣେ ଲେଖାଏଁ ନୋଡାଲ୍ ଅଫିସରଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରତି ଡାକ୍ତରଖାନାରେ ଜେନେରେଟର, ଆବଶ୍ୟକୀୟ ଔଷଧ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ରଖିବାକୁ କୁହାଯାଇଛି । ପ୍ରସୂତିମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ସଚିବ ନିର୍ଦ୍ଦେଶ ଜାରି କରିଛନ୍ତି ।
ତିତଲିର ତୀବ୍ରତା ଆସନ୍ତାକାଲି ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ବାତ୍ୟାର ଅବସ୍ଥାନକୁ ଦେଖିଲେ ତାହା ବିଗତ ଫାଇଲିନ୍ କିମ୍ବା ହୁଡହୁଡ଼୍ ଠାରୁ ଭୟଙ୍କର ନୁହେଁ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । ତିତଲିକୁ ନେଇ ବିଶେଷ ଆଶଙ୍କିତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି ।
Previous Post

ଅସହାୟ ବିଜେପି, ମୋଦୀ ଭରସା

Next Post

ଭେରି ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଲା ‘ତିତଲି’

Next Post
ଭେରି ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଲା ‘ତିତଲି’

ଭେରି ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଲା ‘ତିତଲି’

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA