Sunday, May 31, 2026 08:33 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଡରି ନଯାଇ ସତର୍କ ରୁହନ୍ତୁ, ସହଯୋଗ କରନ୍ତୁ

by Our Correspondent
29 Apr, 2020- 03:22 PM
in Latest News, News
1 min read
0
ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଡରି ନଯାଇ ସତର୍କ ରୁହନ୍ତୁ, ସହଯୋଗ କରନ୍ତୁ
Spread the love

ଭୁବନେଶ୍ୱର: ଆମ ଘରଲୋକ ଆମ ପାଖକୁ ଫେରିବେ । ସେମାନଙ୍କର ଯତ୍ନ ନେବା ଆମର ପରମ ଦାୟିତ୍ୱ । ବାହାରୁ ଆସିଲେ ପଜିଟିଭ୍ ସଂଖ୍ୟା ବଢ଼ିବ । କିନ୍ତୁ ସେଥିପାଇଁ ଡରିବାର ନାହିଁ । ଆପଣମାନଙ୍କ ସହଯୋଗ ରହିଲେ ପରିସ୍ଥିତି ନିୟନ୍ତ୍ରଣରେ ରହିପାରିବ । ଆପଣମାନଙ୍କର ଟିକିଏ ହେଳା ସମସ୍ତଙ୍କୁ ବିପଦରେ ପକାଇପାରେ । ଏହା ହେଉଛି ଜୀବନ ଓ ମୃତ୍ୟୁର କଥା । ଏପରିକି ୧୦ ପ୍ରତିଶତ ଲୋକଙ୍କ ଭୁଲ ଦ୍ବାରା ସମସ୍ୟା ୧୦୦ ଗୁଣ ବଢିଯିବ। ଆମ ରାଜ୍ୟର ସ୍ଥିତି ଭଲ ଅଛି । ଯଦି ସରକାରଙ୍କ ନିୟମ ମାନି ସମସ୍ତେ ଚଳିବା, ସରକାରଙ୍କୁ ସହଯୋଗ କରିବା କରୋନା ନିୟନ୍ତ୍ରଣରେ ଓଡ଼ିଶା ସାରା ଦେଶରେ ଇତିହାସ ସୃଷ୍ଟି କରିପାରିବ ।

ଆଜି ରାଜ୍ୟବାସୀଙ୍କୁ ଏକ ଭିଡ଼ିଓ ବାର୍ତ୍ତାରେ ଏଭଳି ଆଶ୍ୱାସନା ଓ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କୁ ଧୈର୍ଯ୍ୟ ଦେବା ସହ ନିଜର ଦାୟିତ୍ୱ ପ୍ରତି ସଚେତନ କରାଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି..
ଗତ ୧୦ ଦିନ ତଳେ ମୁଁ ଆପଣମାନଙ୍କ ସହିତ କଥା ହୋଇଥିଲି । ସେତେବେଳେ ଆମ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୬୧ ଥିଲା । ଏବେ ତାହା ଦୁଇ ଗୁଣ ବଢିଗଲାଣି । କିନ୍ତୁ ଡ଼ରିବାର କିଛି ନାହିଁ । ଆମେ ସତର୍କ ରହିଲେ ବିପଦକୁ ଏଡେଇ ପାରିବା ।
ପ୍ରଥମେ ଆମ ପାଇଁ ଚ୍ୟାଲେଞ୍ଜ ଥିଲା ବିଦେଶରୁ ଫେରୁଥିବା ଓଡିଆ ଭାଇଭଉଣୀଙ୍କ ଯତ୍ନ ନେବା । ଓଡିଶା ପ୍ରଥମ ରାଜ୍ୟ, ଯିଏ କି ସେମାନଙ୍କ ପାଇଁ ରେଜିଷ୍ଟ୍ରେସନ ଆରମ୍ଭ କଲା। ସେତେବେଳେ ସରକାରଙ୍କୁ ସହଯୋଗ କରିବା ପାଇଁ ମୁଁ ଆପଣମାନଙ୍କୁ ଅନୁରୋଧ କରିଥିଲି । ଆପଣମାନେ ସହଯୋଗ କଲେ। ଆମେ ପରିସ୍ଥିତିକୁ ଭଲ ଭାବରେ ନିୟନ୍ତ୍ରଣ କରିପାରିଲେ।
ତା ପରେ ଚ୍ୟାଲେଞ୍ଜ ହେଲା ନିଜାମୁଦିନ୍‌ରୁ ଫେରୁଥିବା ବନ୍ଧୁ ମାନଙ୍କ ଠିକ୍‌ ଭାବରେ ଯତ୍ନ ନେବା। ମୁଁ ପୁଣି ଥରେ ଆପଣମାନଙ୍କୁ ଅନୁରୋଧ କଲି । ଆପଣମାନେ ସହଯୋଗ କଲେ । ଆମେ ଏଥର ମଧ୍ୟ ପରିସ୍ଥିତିକୁ ଭଲ ଭାବରେ ନିୟନ୍ତ୍ରଣ କରିପାରିଲେ ।
ଏବେ ଆମର ତୃତୀୟ ଆହ୍ବାନ ହେଉଛି, ପଶ୍ଚିମବଙ୍ଗରୁ ଫେରୁଥିବା ଭାଇଭଉଣୀ ମାନଙ୍କର ଯତ୍ନ । ରାଜ୍ୟରେ ବର୍ତ୍ତମାନ କରୋନା ପଜିଟିଭ ମାନଙ୍କ ମଧ୍ୟରୁ କେବଳ ପଶ୍ଚିମବଙ୍ଗ ଫେରନ୍ତା ହେଉଛନ୍ତି ୫୦ । ଆପଣମାନଙ୍କ ସହଯୋଗରେ ଆମେ ପରିସ୍ଥିତିକୁ ଭଲ ଭାବରେ ମୁକାବିଲା କରିପାରିଛୁ । ପରିସ୍ଥିତି ନିୟନ୍ତ୍ରଣରେ ଅଛି ।
ଆଗାମୀ କିଛି ଦିନ ଆମ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଦେଶର ସବୁଠାରୁ ଅଧିକ infected ରାଜ୍ୟ ମହାରାଷ୍ଟ୍ର, ଗୁଜୁରାଟ, ଦିଲ୍ଲୀ, ତାମିଲନାଡୁ, କର୍ଣ୍ଣାଟକ, ରାଜସ୍ଥାନ ତଥା ଆମ ପଡୋଶୀ ପଶ୍ଚିମବଙ୍ଗରୁ ବହୁ ଓଡିଆ ଭାଇଭଉଣୀ ରାଜ୍ୟକୁ ଫେରିବେ। ସେମାନେ ଆମ ଘର ଲୋକ। ବିପଦ ସମୟରେ ମା ଓ ମାତୃଭୂମି ଆଗ ଆମ ମନକୁ ଆସିଥାଏ । ସେମାନେ ସମସ୍ତେ ଆମର ପିଲାଛୁଆ । ଆମ ଭାଇଭଉଣୀ । ସେମାନଙ୍କ ଯତ୍ନ ନେବା ଆମର ଦାୟିତ୍ବ। ବାହାରୁ ଲୋକ ଆସିଲେ ପଜିଟିଭ ସଂଖ୍ୟା ବଢିବ। କିନ୍ତୁ ପରିସ୍ଥିତି ନିୟନ୍ତ୍ରଣରେ ରହିପାରିବ, ଯଦି ଆପଣମାନେ ସରକାରକୁ ପୁରା ସହଯୋଗ ଯୋଗାଇ ଦେବେ।
ତେଣୁ ଆମେ ସାବଧାନ ରହିବା । ଧୈର୍ଯ୍ୟ ରଖିବା । ବାହାରୁ ଫେରୁଥିବା ଲୋକଙ୍କ ରେଜିଷ୍ଟ୍ରେସନ କରିବା । ସେମାନଙ୍କୁ quarantineରେ ରଖିବାରେ ସରକାରଙ୍କୁ ପୁରା ସହଯୋଗ କରିବା । ଏହାଦ୍ବାରା ସେମାନେ ସୁସ୍ଥ ରହିବେ । ଆମ ପରିବାର ସୁସ୍ଥ ରହିବ। ଆମ ଗାଁ ଓ ଆମ ସମାଜ ମଧ୍ୟ ସୁସ୍ଥ ରହିବ। ଆପଣମାନଙ୍କର ଟିକିଏ ହେଳା ସମସ୍ତଙ୍କୁ ବିପଦରେ ପକାଇ ପାରେ । ଏହା ହେଉଛି ଜୀବନ ଓ ମୃତ୍ୟୁର କଥା । ଏପରିକି ୧୦ ପ୍ରତିଶତ ଲୋକଙ୍କ ଭୁଲ ଦ୍ବାରା, ସମସ୍ୟା ୧୦୦ ଗୁଣ ବଢିଯିବ।
ଓଡିଶାର ପରିସ୍ଥିତି ଅନ୍ୟ ରାଜ୍ୟମାନଙ୍କ ଠାରୁ ବହୁତ ଭଲ ଅଛି । ଆମେ ଯଦି ସରକାରଙ୍କ ନିୟମ ମାନି ଚଳିବା, ସରକାରଙ୍କୁ ପୁରା ସହଯୋଗ ଯୋଗାଇ ଦେବା, ତେବେ ଓଡିଶା କରୋନା ନିୟନ୍ତ୍ରଣ କରିବାରେ ସାରା ଦେଶରେ ଇତିହାସ ସୃଷ୍ଟି କରିପାରିବ।
Previous Post

ଭୁବନେଶ୍ୱରକୁ ଫେରିଲା କରୋନା

Next Post

ବିଦାୟ ଇରଫାନ୍ ଖାନ୍

Next Post
ବିଦାୟ ଇରଫାନ୍ ଖାନ୍

ବିଦାୟ ଇରଫାନ୍ ଖାନ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA