Monday, May 25, 2026 04:26 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଶନିବାର ସଂଧ୍ୟା ସାଢ଼େ ୫ଟାରେ ‘ବନ୍ଦେ ଉତ୍କଳ ଜନନୀ’

by Our Correspondent
28 May, 2020- 03:42 PM
in Latest News, News
1 min read
0
ଶନିବାର ସଂଧ୍ୟା ସାଢ଼େ ୫ଟାରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଏକ ଭିଡ଼ିଓ ବାର୍ତ୍ତା ଦେଇଛନ୍ତି । କହିଛନ୍ତି, କରୋନା ମୁକାବିଲାରେ ଓଡ଼ିଶା ସାରା ବିଶ୍ୱରେ ଉଦାହରଣ ସୃଷ୍ଟି କରିଛି । ଓଡ଼ିଶାର ମୃତ୍ୟୁହାର ସାରା ଦୁନିଆରେ ସବୁଠାରୁ କମ୍ । ଆକ୍ରାନ୍ତଙ୍କ ମଧ୍ୟରୁ ଅଧାରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଲେଣି । ଦୁନିଆର ଶକ୍ତିଶାଳୀ ଦେଶ ତଥା ଭାରତର ବଡ଼ ବଡ଼ ଧନୀ ରାଜ୍ୟମାନେ ମଧ୍ୟ କରୋନା ଯୁଦ୍ଧରେ ଏତେ ସଫଳତା ପାଇପାରିନାହାନ୍ତି । ଆମର କୋଭିଡ୍ ଯୋଦ୍ଧାମାନଙ୍କର ତ୍ୟାଗକୁ ସମ୍ମାନ ଜଣାଇବା ପାଇଁ ଆସନ୍ତା ମଇ ୩୦ ତାରିଖ ଶନିବାର ସଂଧ୍ୟା ୫.୩୦ ମିନିଟ୍ ରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରନ୍ତୁ । ଆପଣମାନେ ଦୁନିଆରେ ଯେଉଁଠାରେ ବି ଥାଆନ୍ତୁ, ସମସ୍ତେ ସାମାଜିକ ଦୂରତା ରକ୍ଷା କରି ବନ୍ଦେ ଉତ୍କଳ ଜନନୀ ଗାନ କରନ୍ତୁ । ଓଡ଼ିଶା ମାଟି ସହ ସମ୍ପର୍କ ଥିବା ସମସ୍ତଙ୍କୁ, ଆମର ସାଢ଼େ ୪ କୋଟି ଓଡ଼ିଆ ଭାଇଭଉଣୀଙ୍କୁ ମୋର ଏହି ଅନୁରୋଧ।

ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତାକୁ ଅବିକଳ ଆମେ ଏଠାରେ ଉପସ୍ଥାପନ କରୁଛୁ ।
“ ଦୁଇ ମାସ ଧରି ସାରା ଦୁନିଆ ଏକ ବହୁତ ବଡ କଠିନ ପରିସ୍ଥିତିର ସାମନା କରୁଛି । ବଡ ବଡ ଧନୀ ଦେଶ, ଶକ୍ତିଶାଳୀ ଦେଶରେ ବି କୋଭିଡ ଆତଙ୍କ ସୃଷ୍ଟି କରିଛି । ସେହି ଏକା ସମୟରେ ଆମ ଓଡିଶା ବି କୋଭିଡ ବିରୁଦ୍ଧରେ ତାର ଯୁଦ୍ଧ ଆରମ୍ଭ କଲା ।
କୋଭିଡରୁ ଲୋକଙ୍କୁ ରକ୍ଷା କରିବା ଏବଂ ଲୋକଙ୍କ ଜୀବନ ବଞ୍ଚାଇବା ସେତେବେଳେ ମୋ ସରକାରଙ୍କ ପ୍ରାଥମିକତା ଥିଲା । ପ୍ରତିଟି ଜୀବନର ସୁରକ୍ଷା ହେଉଛି ମୋ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସେତେବେଳେ ଆମେ ଯାହା ବି ନୀତି, ଯାହା ବି ପଦକ୍ଷେପ ଗ୍ରହଣ କରିଥିଲୁ, ତାର ଏକମାତ୍ର ଲକ୍ଷ୍ୟ ଥିଲା ମୋର ପ୍ରିୟ ସାଢେ ଚାରି କୋଟି ଓଡିଶାବାସୀଙ୍କ ଜୀବନ ରକ୍ଷା ।
ଏବେ ଦୁଇ ମାସରୁ ଅଧିକ ସମୟ ହୋଇଗଲା । କୋଭିଡ ଯୁଦ୍ଧରେ ଲୋକଙ୍କ ଜୀବନ ବଞ୍ଚାଇବାରେ ଓଡିଶା ଆଜିକା ଦିନରେ କେବଳ ଭାରତବର୍ଷରେ ନୁହେଁ, ସାରା ବିଶ୍ବରେ ଏକ ଉଦାହରଣ ସୃଷ୍ଟି କରିପାରିଛି। କୋଭିଡରେ ଓଡିଶାର ମୃତ୍ୟୁହାର ସାରା ଦୁନିଆରେ ସବୁଠାରୁ କମ୍‌ । କରୋନା ପୀଡିତ ମାନଙ୍କ ମଧ୍ୟରୁ ଅଧାରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଲେଣି ।
ଓଡିଶା ପରି ଗୋଟିଏ ରାଜ୍ୟ ତଥା ଆମ ଓଡିଶାବାସୀଙ୍କ ପାଇଁ ଏହା ଏକ ବଡ ସଫଳତା । ଦୁନିଆର ଶକ୍ତିଶାଳୀ ଦେଶ ତଥା ଭାରତର ବଡ ବଡ ରାଜ୍ୟ, ଧନୀ ରାଜ୍ୟମାନେ ମଧ୍ୟ କରୋନା ଯୁଦ୍ଧରେ ଏତେ ସଫଳତା ପାଇପାରି ନାହାନ୍ତି । ଆଜିକା ଦିନରେ ଓଡିଆ ଜାତି ପାଇଁ ଏହା ଏକ ଅଭୂତପୂର୍ବ ସଫଳତା ।
ଏହି ସମୟରେ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରିଛନ୍ତି। ତଥାପି କୋଭିଡ ବିରୁଦ୍ଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ । ଏହା ପଛରେ ରହିଛି କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗ, ନିଷ୍ଠା ଓ ପ୍ରତିବଦ୍ଧତା । ସିଏ ଯିଏ ବି ହୁଅନ୍ତୁ – ଲୋକ ପ୍ରତିନିଧି, ସରକାରୀ ବା ବେସରକାରୀ କର୍ମଚାରୀ; ସମସ୍ତେ ନିଜ ନିଜର ସୁଖଦୁଃଖକୁ ପଛରେ ପକାଇ ଯେଭଳି ସେବା ଯୋଗାଇ ଚାଲିଛନ୍ତି, ତାର ତୁଳନା ନାହିଁ । ସେହିପରି ଏହି ଯୁଦ୍ଧରେ ସାରା ଓଡିଶାବାସୀ ସରକାରଙ୍କ ପଦକ୍ଷେପକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେଥିପାଇଁ ମୁଁ ସମସ୍ତଙ୍କ ନିକଟରେ ଋଣୀ । ଏହାସହିତ ମହାପ୍ରଭୂଙ୍କ ଆଶୀର୍ବାଦ ମଧ୍ୟ ସବୁବେଳେ ଆମ ସଥିରେ ରହିଛି।
ଏହି ପରିପ୍ରେକ୍ଷୀରେ ଓଡିଶା ମାଟି ସହ ସଂପର୍କ ଥିବା ସମସ୍ତଙ୍କୁ, ଆମର ସାଢେ ଚାରି କୋଟି ଓଡିଆ ଭାଇଭଉଣୀଙ୍କୁ ମୁଁ ଅନୁରୋଧ କରୁଛି ଯେ ମଇ ୩୦,୨୦୨୦ ଶନିବାର ସଂଧ୍ୟା ୫ଟା ସମୟରେ ଆପଣମାନେ ଦୁନିଆରେ ଯେଉଁଠାରେ ବି ଥାଆନ୍ତୁ, ସମସ୍ତେ ସାମାଜିକ ଦୂରତା ରକ୍ଷା କରି ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରନ୍ତୁ । ଏହାର ଉଦ୍ଦେଶ୍ୟ ହେଉଛି ଆମର କୋଭିଡ ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା । ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା।
ଆମର ସଂକଳ୍ପକୁ ଆହୁରି ଦୃଢ କରିବା ପାଇଁ ଏହା ପ୍ରେରଣା ଯୋଗାଇବ । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦାବୀ ସମୟରେ ଉତ୍କଳ ସମ୍ମିଳନୀର ଆଦ୍ୟ ସଂଗୀତ ଥିଲା ବନ୍ଦେ ଉତ୍କଳ ଜନନୀ । ଓଡିଆ ଜାତୀୟତାର ବନ୍ଧନକୁ ଏହା ମଜବୁତ କରିଥିଲା । ବର୍ତ୍ ମାନ ସମୟରେ ଏହା ଓଡିଆ ଜାତିକୁ, ଆମ ସମସ୍ତଙ୍କୁ ଅଭୂତପୂର୍ବ ପ୍ରେରଣା ଯୋଗାଇବ।
ଆଗକୁ ଆମ ପାଇଁ ଆହୁରି କଠିନ ରାସ୍ତା ଆସିପାରେ । ଆଗାମୀ ଦିନର ଆହ୍ବାନକୁ ସଫଳ ଭାବରେ ମୁକାବିଲା କରିବା ଏବଂ ନୂଆ ସଂକଳ୍ପ ନେଇ କାମ କରିବା ପାଇଁ ଏହା ଆମକୁ ଶକ୍ତି ଯୋଗାଇବ। ଏ ବିଶ୍ବାସ ମୋର ଅଛି ।”
ବନ୍ଦେ ଉତ୍କଳ ଜନନୀ
Previous Post

ଏଥର ରାତି ୧ଟାରୁ ସ୍ନାନଯାତ୍ରା ପହଣ୍ଡି

Next Post

ମେଦାନ୍ତ ହସ୍ପିଟାଲ୍ ରେ ସମ୍ବିତ ପାତ୍ର

Next Post
ମେଦାନ୍ତ ହସ୍ପିଟାଲ୍ ରେ ସମ୍ବିତ ପାତ୍ର

ମେଦାନ୍ତ ହସ୍ପିଟାଲ୍ ରେ ସମ୍ବିତ ପାତ୍ର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA