Thursday, April 30, 2026 08:05 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଅର୍ଥମନ୍ତ୍ରୀଙ୍କ ଦେଖାନାହିଁ; ଆର୍ଥିକ ସଙ୍କଟର ମୁକାବିଲା ପାଇଁ ଅଣ୍ଟା ଭିଡ଼ିଲେ ସଞ୍ଜୟ

by Our Correspondent
14 May, 2020- 10:58 PM
in Latest News, News
1 min read
0
ଅର୍ଥମନ୍ତ୍ରୀଙ୍କ ଦେଖାନାହିଁ; ଆର୍ଥିକ ସଙ୍କଟର ମୁକାବିଲା ପାଇଁ ଅଣ୍ଟା ଭିଡ଼ିଲେ ସଞ୍ଜୟ
ଭୁବନେଶ୍ୱର: କରୋନା ସଙ୍କଟର ମୁକାବିଲା ପାଇଁ ସରକାରୀ କଳକୁ ତର ନାହିଁ । ବିଗିଡ଼ି ଥିବା ଅର୍ଥନୀତିକୁ ସଜାଡ଼ିବା ଏବେ ରାଜ୍ୟ ସରକାରଙ୍କ ପାଇଁ ମୁଖ୍ୟ ଚାଲେଞ୍ଜ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ପାଇଁ ଏହା ବଡ଼ ଦାୟିତ୍ୱ । କୋଭିଡ୍ ମୁକାବିଲା ପାଇଁ ଗଠିତ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟିର ମୁଖିଆ ଦାୟିତ୍ୱ ବି ତାଙ୍କ ହାତରେ । ଭରପୁର ଦାୟିତ୍ୱ ସତ୍ତ୍ୱେ ନିରଞ୍ଜନ ପୂଜାରୀ ଲକ୍ ଡାଉନ୍ ପରଠାରୁ ଉଭାନ୍ ହୋଇଯାଇଛନ୍ତି । କେହି ତାଙ୍କୁ ଦେଖୁନାହାନ୍ତି । ତେବେ ଅର୍ଥନୀତିର ଏହି ସଙ୍କଟରୁ ରାଜ୍ୟକୁ ମୁକୁଳେଇବା ଉଦ୍ୟମରେ ଆଗକୁ ଆସିଛନ୍ତି ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ।
କରୋନା ମହାମାରୀ ପରିପ୍ରେକ୍ଷୀରେ ଓ ଏହାର ପରବର୍ତ୍ତୀ ସମୟରେ ରାଜ୍ୟ ଅର୍ଥନୀତିକୁ ଗତିଶୀଳ କରିବା ପାଇଁ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ଡାକି ଏକ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ଉପରେ ଆଲୋଚନା କରିଛନ୍ତି ସଞ୍ଜୟ ଦାସବର୍ମା । ଅର୍ଥନୀତିରେ ଗୁରୁତ୍ୱ ରଖୁଥିବା ବିଭିନ୍ନ କ୍ଷେତ୍ରକୁ ନେଇ ବିସ୍ତୃତ ତର୍ଜମା କରାଯିବା ପରେ ଏକ ରିପୋର୍ଟ ପ୍ରସ୍ତୁତ କରି ରାଜ୍ୟ ସରକାରଙ୍କୁ ପ୍ରଦାନ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି । ବିଶେଷକରି କୃଷି ଓ ଆନୁସଙ୍ଗିକ କ୍ଷେତ୍ର, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସମୂହ, ଜନସ୍ୱାସ୍ଥ୍ୟ, ପର୍ଯ୍ୟଟନ ଶିଳ୍ପ କ୍ଷେତ୍ର କୁ ଗୁରୁତ୍ୱ ଦିଆଯାଇଛି ।
ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ ବିଶେଷଜ୍ଞ, ସାମାଜିକ କର୍ମୀ, ଅର୍ଥନୀତିଜ୍ଞ ଏବଂ ଉଚ୍ଚ ପଦାଧିକାରୀଙ୍କ ମତାମତ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରିବାକୁ ଶ୍ରୀ ଦାସବର୍ମା ପରାମର୍ଶ ଦେଇଛନ୍ତି । ନବକୃଷ୍ଣ ଚୌଧୁରୀ ଉନ୍ନୟନ ଗବେଷଣା କେନ୍ଦ୍ରକୁ ଏହାର ନୋଡାଲ୍ ଏଜେନ୍ସିଂ ଦାୟିତ୍ୱ ଦିଆଯାଇଛି । ବିଭିନ୍ନ ପର୍ଯ୍ୟାୟରେ ଆଲୋଚନା ପରେ ଚୂଡ଼ାନ୍ତ ରିପୋର୍ଟ ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯିବ ବୋଲି କହିଛନ୍ତି ଯୋଜନା ବୋର୍ଡ ଉପାଧ୍ୟକ୍ଷ ।
ଆଜିର ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଯୋଜନା ଓ ସଂଯୋଜକ ବିଭାଗର ସ୍ୱତନ୍ତ୍ର ସଚିବ ଗୋପବନ୍ଧୁ ଶତପଥୀ, ନବକୃଷ୍ଣ ଉନ୍ନୟନ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀଜିତ ମିଶ୍ର, ଯୋଜନା ଓ ସଂଯୋଜକ ବିଭାଗର ଅନୁଶାସନ ସଚିବ ଅଭୟ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।
Previous Post

ଚିରନିଦ୍ରାରେ ଭବାନୀ ପଟ୍ଟନାୟକ

Next Post

ସପ୍ତମ ଦିନରେ ରଥ ନିର୍ମାଣ; ସରିଲା ୩୪ଟି ତୁମ୍ବର ବିନ୍ଧ କାର୍ଯ୍ୟ

Next Post
ସପ୍ତମ ଦିନରେ ରଥ ନିର୍ମାଣ; ସରିଲା ୩୪ଟି ତୁମ୍ବର ବିନ୍ଧ କାର୍ଯ୍ୟ

ସପ୍ତମ ଦିନରେ ରଥ ନିର୍ମାଣ; ସରିଲା ୩୪ଟି ତୁମ୍ବର ବିନ୍ଧ କାର୍ଯ୍ୟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA