Thursday, April 30, 2026 11:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଆଉ ବସ୍ ନୁହେଁ, ସୁରତରୁ ଟ୍ରେନ୍ ରେ ଫେରିବେ ପ୍ରବାସୀ

by Our Correspondent
05 May, 2020- 03:47 PM
in Latest News, News
1 min read
0
ଆଉ ବସ୍ ନୁହେଁ, ସୁରତରୁ ଟ୍ରେନ୍ ରେ ଫେରିବେ ପ୍ରବାସୀ
ଭୁୁବନେଶ୍ୱର: ସୁରତରୁ ପ୍ରବାସୀ ଓଡ଼ିଆଙ୍କୁ ଆଉ ବସ୍ ରେ ଆସିବାକୁ ଅନୁମତି ଦିଆଯିବନି । ସେମାନେ ଟ୍ରେନ୍ ରେ ଓଡ଼ିଶା ଆସିବେ । ସୁରତରୁ ଦୀର୍ଘ ରାସ୍ତା ବସ୍ ରେ ଫେରିବା ସମୟରେ ସେମାନଙ୍କର ଖାଇବା ପିଇବାରେ ଅସୁବିଧା ହେଉଛି । ରାସ୍ତାରେ ଦୁର୍ଘଟଣା ଘଟୁଛି । ମହିଳା ଓ ଶିଶୁମାନେ ବିଶେଷ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ତେଣୁ ସୁରତରୁ କେବଳ ଟ୍ରେନ ଯୋଗେ ଓଡ଼ିଶା ଫେରିବା ପାଇଁ ପ୍ରବାସୀଙ୍କୁ ଅନୁମତି ଦିଆଯିବ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କରୋନା ସଂକ୍ରମଣ ଏବଂ ତଦଜନିତ ପରିସ୍ଥିତି ସମ୍ପର୍କରେ ବରିଷ୍ଠ ଅଧିକାରୀମାନଙ୍କ ସହିତ ସମୀକ୍ଷା ବୈଠକ କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ।
କ୍ୱାରେଣ୍ଟାଇନ୍ କେନ୍ଦ୍ରରେ ଅନ୍ତେବାସୀଙ୍କ ବିଶୃଙ୍ଖଳା ଉପରେ ମୁଖ୍ୟମନ୍ତ୍ରୀ କଠୋର ଆଭିମୁଖ୍ୟ ଦେଖାଇଛନ୍ତି । ବର୍ତ୍ତମାନର ଅସାଧାରଣ ପରିସ୍ଥିତିରେ ସମସ୍ତଙ୍କୁ ତ୍ୟାଗ ସ୍ୱୀକାର କରିବାକୁ ପଡ଼ିବ । କୌଣସି ପ୍ରକାର ବିଶୃଙ୍ଖଳିତ ଆଚରଣକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି ।
ଆଗାମୀ ଦିନରେ ବିଦେଶରୁ ଓଡ଼ିଆ ଭାଇଭଉଣୀମାନେ ଫେରିବାର ସମ୍ଭାବନା ରହିଛି । ଓଡ଼ିଶା ଆସିବା ପୂର୍ବରୁ ସେମାନଙ୍କ ପାଇଁ ରେଜିଷ୍ଟ୍ରେସନ୍, ଟେଷ୍ଟିଂ ଓ କ୍ୱାରେଣ୍ଟାଇନ୍ ବାଧ୍ୟତାମୂଳକ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ରାଜ୍ୟରେ କୋଭିଡ୍ ମୁକାବିଲା ନେଇ ସରକାରଙ୍କ ବିଭିନ୍ନ ପଦକ୍ଷେପ ଓ ଏହାର କାର୍ଯ୍ୟକାରିତା ଉପରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ । ବାହାରୁ ଆସୁଥିବା ଶ୍ରମିକମାନଙ୍କ ଆବଶ୍ୟକୀୟ ବ୍ୟବସ୍ଥା, ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର, ପରୀକ୍ଷଣ, କୋଭିଡ୍ ଚିକିତ୍ସା ପାଇଁ ଆବଶ୍ୟକୀୟ ଉପକରଣ ସଂଗ୍ରହ, ଫସଲ ପରିସ୍ଥିତି, ଶ୍ରମଭିତ୍ତିକ କାର୍ଯ୍ୟ, ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ଶିଳ୍ପ କ୍ଷେତ୍ରର ସମସ୍ୟା ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା ।
ପରିସ୍ଥିତିର ସମ୍ପୂର୍ଣ୍ଣ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଆଉ କେତେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ।
୧- ରାଜ୍ୟରେ ଦୈନିକ ପରୀକ୍ଷଣ ୧୫,୦୦୦କୁ ବୃଦ୍ଧି କରାଯିବ ।
୨- ଗ୍ରୀନ୍ ଜୋନ୍ ରେ କୃଷି କାର୍ଯ୍ୟ, ଶିଳ୍ପ, ଜୀବନଜୀବିକା ଓ ପରିବହନ ସ୍ୱାଭାବିକ ହେବ ।
୩- ଶିଳ୍ପ ସଂସ୍ଥାଗୁଡ଼ିକର ସମସ୍ୟାର ସମାଧାନ ପାଇଁ ଏକ ଆଦର୍ଶ ନୀତି ପ୍ରଣୟନ କରାଯିବ ।
୪- ଚାଷୀ ଓ ଏସଏଚଜିମାନଙ୍କ ଋଣ ସହାୟତା ବୃଦ୍ଧି କରାଯିବ ।
୫- ମିଶନ ଶକ୍ତିର ମା ମାନେ ଏହି କଠିନ ପରିସ୍ଥିତିରେ ୧ କୋଟିରୁ ଅଧିକ ମିଲ୍ ଯୋଗାଇ ସାରିଲେଣି । ତେଣୁ ସେମାନଙ୍କୁ ମିଲ୍ ପିଛା ୨ ଟଙ୍କା ଲେଖାଏଁ ପ୍ରୋତ୍ସାହନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଯୋଗାଇ ଦିଆଯିବ ।
୬- ଅଧିକ ଲୋକ ବାହାର ରାଜ୍ୟରେ କାମ କରୁଥିବା ଗଞ୍ଜାମ, କେନ୍ଦ୍ରାପଡ଼ା, ଭଦ୍ରକ, ବଲାଙ୍ଗୀର, ଯାଜପୁର ଓ ବାଲେଶ୍ୱର ଜିଲ୍ଲା ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦିଆଯିବ ।
୭- ଆଗାମୀ ଖରିଫ ଋତୁ ପାଇଁ ବିହନ ଓ ଅନ୍ୟାନ୍ୟ କୃଷି ଉପକରଣ ଚାଷୀମାନଙ୍କୁ ସୁବିଧାରେ ଯୋଗାଇ ଦିଆଯିବ ।
ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ଅପେକ୍ଷାକୃତ ଭଲ ରହିଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀଙ୍କଠାରୁ ଆରମ୍ଭ କରି ସଂପୃକ୍ତ ସମସ୍ତ ବିଭାଗ ଏବଂ କର୍ମଚାରୀମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ବର୍ତ୍ତମାନର ଏହି ସଫଳତାରେ ଆତ୍ମସନ୍ତୋଷ ଲାଭ ନ କରି ଆଗାମୀ ଦିନରେ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଆର. ବାଲକ୍ରିଷ୍ଣନ୍, ମୁଖ୍ୟମନ୍ତ୍ରୀଙ୍କ ସଚିବ ତଥା ୫-ଟି ସଚିବ ଭି.କେ.ପାଣ୍ଡିଆନ୍, ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
Previous Post

ରଥ ନିର୍ମାଣ କାଲିଠୁ, ରଥଯାତ୍ରା ନିଷ୍ପତ୍ତି ପରେ

Next Post

ଆଜି ୬ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୭୫

Next Post
ଆଜି ୬ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୭୫

ଆଜି ୬ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୭୫

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA