Monday, May 25, 2026 07:58 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଓଡ଼ିଶାରେ ସାଢ଼େ ତିନି ଘଣ୍ଟା ରହିବେ ପ୍ରଧାନମନ୍ତ୍ରୀ

by Our Correspondent
22 May, 2020- 09:59 AM
in Latest News, News
1 min read
0
ଓଡ଼ିଶାରେ ସାଢ଼େ ତିନି ଘଣ୍ଟା ରହିବେ ପ୍ରଧାନମନ୍ତ୍ରୀ
ଭୁୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଆସୁଛନ୍ତି । ଓଡ଼ିଶା ଗସ୍ତ ପୂର୍ବରୁ ପଶ୍ଚିମବଙ୍ଗ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ସକାଳ ୯ଟାରେ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ପ୍ରଧାନମନ୍ତ୍ରୀ ଦିଲ୍ଲୀରୁ କୋଲକତା ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ସେଠାରେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ସାରି ପଶ୍ଚିମବଙ୍ଗ ସରକାରଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିବେ । କୋଲକତା ବିମାନବନ୍ଦରରୁ ୧.୪୫ ମିନିଟ୍ ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଅଭିମୁଖେ ଯାତ୍ରା ଆରମ୍ଭ କରିବେ ।
୨.୫୦ ମିନିଟ୍ ରେ ଭୁବନେଶ୍ୱର ବନ୍ଦରରେ ପହଞ୍ଚି ୨.୫୫ ମିନିଟ୍ ରେ ଏମଆଇ-୧୭ ହେଲିକପ୍ଟରରେ ସିଧା ବାତ୍ୟାଞ୍ଚଳ ପରିଦର୍ଶନରେ ଯିବେ । ପ୍ରଧାନମନ୍ତ୍ରୀଙ୍କ ସହିତ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ଓ ରାଜ୍ୟ ସରକାରଙ୍କ କିଛି ଉଚ୍ଚପଦାଧିକାରୀ ଉପସ୍ଥିତ ରହିବେ । ପାଖାପାଖି ଦୁଇଘଣ୍ଟା ଧରି ପ୍ରଧାନମନ୍ତ୍ରୀ ଆକାଶମାର୍ଗରୁ ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ୪ ପ୍ରଭାବିତ ଜିଲ୍ଲାର ସ୍ଥିତି ଅନୁଧ୍ୟାନ କରିବେ । ୪.୫୫ ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଫେରି ଅପରାହ୍ନ ୫ଟାରୁ ୬ଟା ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ସହ ରିଲିଫ୍ ଓ ମରାମତି କାର୍ଯ୍ୟର ସମୀକ୍ଷା କରିବେ । ୬.୧୫ ମିନିଟ୍ ରେ ପ୍ରଧାନମନ୍ତ୍ରୀ ଦିଲ୍ଲୀ ଫେରିଯିବେ ।
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଗତ ରାତିରେ ଯଶବନ୍ତ ସିଂ ଜେଠୱାଙ୍କ ନେତୃତ୍ୱରେ ଏକ ୨୬ ଜଣିଆ ଏସପିଜି ଟିମ୍ ଭୁବନେଶ୍ୱରରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ରାଜ୍ୟ ସରକାରଙ୍କ ପୁଲିସ ଉଚ୍ଚ ପଦାଧିକାରୀମାନେ ମଧ୍ୟ ସୁରକ୍ଷା ବ୍ୟବସ୍ଥାର ତନ୍ନ ତନ୍ନ ଯାଞ୍ଚ କରୁଛନ୍ତି ।

ମମତାଙ୍କ ସହ କଥା ହେଲେ ନବୀନ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଜି ସକାଳୁ ଟେଲିଫୋନ୍ ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅମ୍ଫାନ ବାତ୍ୟାରେ କ୍ଷତିଗ୍ରସ୍ତ ପଶ୍ଚିମବଙ୍ଗକୁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ନବୀନ ନିଜ ଆଡୁ ପ୍ରତିଶ୍ରୁତି ଦେଇଛନ୍ତି ।
Previous Post

ପୁଣି ବିବାଦରେ ବୁନୁ: ମହିଳାଙ୍କୁ ଅସଦାଚରଣ ଅଭିଯୋଗ, ଥାନାରେ ମାମଲା

Next Post

୫୦୦ କୋଟି ସାଙ୍ଗକୁ ପ୍ରଶଂସା ଦେଇଗଲେ ମୋଦି

Next Post
୫୦୦ କୋଟି ସାଙ୍ଗକୁ ପ୍ରଶଂସା ଦେଇଗଲେ ମୋଦି

୫୦୦ କୋଟି ସାଙ୍ଗକୁ ପ୍ରଶଂସା ଦେଇଗଲେ ମୋଦି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA