ଭୁବନେଶ୍ୱର: ବିଳମ୍ବରେ ହେଲେ ବି ରାଜ୍ୟ ସରକାର ସାମ୍ବାଦିକଙ୍କ ପ୍ରତି ଦୟା ଦେଖାଇଛନ୍ତି । କାର୍ଯ୍ୟରତ ସାମ୍ବାଦିକଙ୍କର କରୋନାରେ ମୃତ୍ୟୁ ହେଲେ, ସେମାନଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି ।
କରୋନା ଯୋଗୁଁ ସାରା ବିଶ୍ୱରେ ଏକ ବିରାଟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇଛି । ଏହି କଠିନ ପରିସ୍ଥିତିରେ ବି ସାମ୍ବାଦିକମାନେଚରୋନା ଭାଇରସ୍ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ସହ ନିଷ୍ଠାର ସହ ଦାୟିତ୍ୱ ନିର୍ବାହ କରୁଥିବାରୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି ।
କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ଏହି ପଦକ୍ଷେପ ଲାଗି ରାଜ୍ୟ ସରକାରଙ୍କ ମିଡ଼ିଆ ଉପଦେଷ୍ଟା ମାନସ ମଙ୍ଗରାଜ ମୁଖ୍ୟମନ୍ତ୍ରୀଙ୍କୁ ଆନ୍ତରିକ ଅଭିନନ୍ଦନ ଜଣାଇଛନ୍ତି । କରୋନା ଆଜି ସମଗ୍ର ବିଶ୍ୱରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି । ଏହି ଯୁଦ୍ଧରେ ପୁଲିସ, ଡାକ୍ତରଙ୍କଠାରୁ ଆରମ୍ଭ କରି ଆମର ସାମ୍ବାଦିକ ଭାଇମାନେ ମଧ୍ୟ ନିଜ ଜୀବନକୁ ବାଜି ଲଗାଇ କାର୍ଯ୍ୟକ୍ଷେତ୍ରରେ ସାମିଲ ହୋଇଛନ୍ତି ବୋଲି ଶ୍ରୀ ମଙ୍ଗରାଜ କହିଛନ୍ତି ।