Sunday, May 31, 2026 05:16 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କେନ୍ଦ୍ରକୁ ଅଧିକ ୟୁରିଆ ସାର ମାଗିଲେ ଅରୁଣ

by Our Correspondent
18 Aug, 2020- 11:18 PM
in Latest News, News
1 min read
0
Spread the love
ଭୁବନେଶ୍ୱର: ଓଡ଼ିଶାକୁ ଅଧିକ ୟୁରିଆ ସାର ଯୋଗାଇଦେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି ରାଜ୍ୟ ସରକାର । କୃଷିମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏହି ଦାବି ଉପସ୍ଥାପନ କରିଛନ୍ତି । ଆଜି ପୂର୍ବାହ୍ନରେ କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ମନସୁଖ ଭାଇ ମାଣ୍ଡଭିୟ ଭିଡ଼ିଓ କନଫରେନ୍ସିଂ ଯୋଗେ ସାର ଯୋଗାଣ ସ୍ଥିତି ସମ୍ପର୍କରେ ରାଜ୍ୟ କୃଷିମନ୍ତ୍ରୀମାନଙ୍କ ସହ ସମୀକ୍ଷା ବୈଠକ କରିଥିଲେ । ଏଥିରେ ଯୋଗଦେଇ କୃଷିମନ୍ତ୍ରୀ ଡ. ସାହୁ ଅଗଷ୍ଟ ମାସରେ ବାକି ୟୁରିଆ ତୁରନ୍ତ ଯୋଗାଇ ଦେବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ ।
ଡ. ସାହୁ ଦର୍ଶାଇଥିଲେ ଯେ ଜୁଲାଇ ଦ୍ୱିତୀୟ ସପ୍ତାହଠାରୁ ସେପ୍ଟେମ୍ବର ଶେଷ ପର୍ଯ୍ୟନ୍ତ ୟୁରିଆ ସାରର ସର୍ବୋଚ୍ଚ ଚାହିଦା ରହିଥାଏ । ଖରିଫ୍‌ ଚାଷର ୬୦ ପ୍ରତିଶତ ୟୁରିଆ ଏହି ସମୟରେ ବ୍ୟବହାର ହୋଇଥାଏ । ଭାରତର ପୂର୍ବାଞ୍ଚଳରେ କୌଣସି ୟୁରିଆ ଉତ୍ପାଦନ କାରଖାନା ନାହିଁ । ତେଣୁ ଓଡ଼ିଶାକୁ ଉତ୍ତରାଞ୍ଚଳ ଏବଂ ପଶ୍ଚିମାଞ୍ଚଳର କାରଖାନାରୁ ୟୁରିଆ ନିମନ୍ତେ ନିର୍ଭର କରିବାକୁ ପଡ଼ିଥାଏ । ୨୦୨୦ ଜୁନ୍‌ ମାସରେ ରାଜ୍ୟର ୟୁରିଆ ସାର ଚାହିଦା ୭୦ ହଜାର ମେଟ୍ରିକ ଟନ୍‌ ଥିବାବେଳେ ୫୬ ହଜାର ୨୨୮ ମେଟ୍ରିକ ଟନ୍‌ ସାର ଯୋଗାଣ ହୋଇଥିଲା ଯାହା ଚାହିଦାଠାରୁ ୧୩ ହଜାର ୭୭୨ ମେଟ୍ରିକ ଟନ୍‌ କମ୍‌ ଥିଲା । ସେହିପରି ଜୁଲାଇ ମାସରେ ୧୯ ହଜାର ୬୧୯ ମେଟ୍ରିକ ଟନ୍‌ କମ୍‌ ସାର ଓଡ଼ିଶାକୁ ଯୋଗାଣ ହୋଇଥିଲା । ଅଗଷ୍ଟ ମାସରେ ରାଜ୍ୟରେ ଏକ ଲକ୍ଷ ମେଟ୍ରିକ ଟନ୍‌ ୟୁରିଆ ସାରର ଆବଶ୍ୟକତା ଥିବାବେଳେ ଅଗଷ୍ଟ ୧୭ ତାରିଖ ସୁଦ୍ଧା ରାଜ୍ୟକୁ ମାତ୍ର ୩୪ ହଜାର ୧୫୦ ମେଟ୍ରିକ ଟନ୍‌ ଯୋଗାଣ ହୋଇଛି ।
ଜୁନ୍‌ ଓ ଜୁଲାଇ ମାସର ନିଅଣ୍ଟିଆ ସାର ଯୋଗାଣ ଏବଂ ଅଗଷ୍ଟ ମାସର ବାକି ଅବଧି ପାଇଁ ରାଜ୍ୟରେ ୧ ଲକ୍ଷ ୩ ହଜାର ମେଟ୍ରିକ ଟନ୍‌ ୟୁରିଆ ସାରର ଆବଶ୍ୟକତା ରହିଛି । ଓଡ଼ିଶାରେ ଖରିଫରେ ମୁଖ୍ୟତଃ ଧାନଚାଷ କରାଯାଉଥିବା ବେଳେ ଅଧିକ ୟୁରିଆ ସାରର ଆବଶ୍ୟକତା ରହିଛି । ରାଜ୍ୟ ସରକାରଙ୍କ ତରଫରୁ ଇଫକୋ, ଆରସିଏଫ, ଏନ୍‌ଏଲଏଫ ଆଦି ସାର କମ୍ପାନୀଗୁଡ଼ିକ ନିଜସ୍ୱ ଉତ୍ପାଦିତ ସାର ଯୋଗାଇଦେବା ପାଇଁ ଅନୁରୋଧ କରାଯାଇଥିବା ବେଳେ ରାଜ୍ୟକୁ ବିଦେଶରୁ ଆମଦାନୀ ହେଉଥିବା ୟୁରିଆ ସାର ଉପଲବ୍ଧ ହୋଇନାହିଁ । ଏହି ପରିପ୍ରେକ୍ଷୀରେ ରାଜ୍ୟକୁ ଇଣ୍ଡିଆନ ପଟାସ ଲିମିଟେଡ ପକ୍ଷରୁ ବିଦେଶରୁ ଆମଦାନୀ ହେଉଥିବା ୟୁରିଆ ସାର ଯୋଗାଇଦେବା ପାଇଁ କୃଷିମନ୍ତ୍ରୀ ଅନୁରୋଧ କରିଥିଲେ । ରାଜ୍ୟରେ ୟୁରିଆ ସାର ଖୁଚୁରା ବିକ୍ରୟକୁ କ୍ୟାସ୍‌ଲେସ୍‌ ଓ ଡିଜିଟାଲ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି । ଅଦ୍ୟାବଧି ୧୦୦୦ଟି ଖୁଚୁରା ସାର ବିକ୍ରୟ କେନ୍ଦ୍ରକୁ ଡ଼ିଜିଟାଲ କରାଯାଇଛି ବୋଲି ସେ ଦର୍ଶାଇଥିଲେ ।
Previous Post

ARIIA ରାଙ୍କିଙ୍ଗରେ କିଟ୍ ବିଶ୍ୱବିଦ୍ୟାଳୟ ଦେଶରେ ପ୍ରଥମ

Next Post

+୨ ବାଣିଜ୍ୟ ପରୀକ୍ଷାରେ କିସ୍‌ର ଶତ ପ୍ରତିଶତ ସଫଳତା

Next Post

+୨ ବାଣିଜ୍ୟ ପରୀକ୍ଷାରେ କିସ୍‌ର ଶତ ପ୍ରତିଶତ ସଫଳତା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA