Thursday, April 30, 2026 10:56 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଚୂଡ଼ାନ୍ତ ସୋପାନରେ ରଥ ନିର୍ମାଣ

by Our Correspondent
12 Jun, 2020- 11:43 PM
in Latest News, News
1 min read
0
ଚୂଡ଼ାନ୍ତ ସୋପାନରେ ରଥ ନିର୍ମାଣ

ମୁଖ୍ୟ ପ୍ରଶାସକଙ୍କ ଉଦ୍ୟମକୁ ପ୍ରଶଂସା

ପୁରୀ: ଶୁକ୍ରବାର ତିନି ରଥର ନିର୍ମାଣ କାର୍ଯ୍ୟ ଏକ ପ୍ରକାର ଚୂଡାନ୍ତ ହୋଇଛି । ରଥର ପୋଟଳ ପଡି ପାରାଭାଡି ଉଠିଥିବାବେଳେ ଏବେ କେବଳ କଳସ ଓ ଓଲଟ ପାରା ଲଗାଯିବ । ଏହାର ରଙ୍ଗକାମ ଦ୍ରୁତି ଗତିରେ ଚାଲିଛି । ରଙ୍ଗ ସରିଲାପରେ ରଥରେ ତାହା ଖଞ୍ଜାଯିବ । ସେହିଭଳି ଗତକାଲି ତିନି ରଥର ୨ଟି ଲେଖାଁଏ ଦୁଆର ଘଡା ପ୍ରସ୍ତୁତ ସହ ରଙ୍ଗ ପାଇଁ ରଥଖଳାକୁ ଆସିଥିବାବେଳେ ସେଥିରେ ପ୍ରାଇମର ଲଗାଯାଇଛି । ଏବେ ତିନି ରଥର ଆଶାବାଡି ଖୁଣ୍ଟିଆ କାର୍ଯ୍ୟ ଚାଲିଛି ।

ପ୍ରତି ରଥରେ ଦୁଇଟି ଲେଖାଁ ଆଶାବାଡି ଖୁଣ୍ଟିଆ ଆବଶ୍ୟକ ହୋଇଥାଏ ଓ ରଥରେ ଘୋଡା ଖଞ୍ଜାଯିବାବେଳେ ଏହା ବ୍ୟବହାର ହୋଇଥାଏ । ତିନିରଥରେ ଖଞ୍ଜା ଯାଇଥିବା ପଟ୍ଟାଗୁଜରେ ରୂପକାର ସେବକମାନେ ସିଂହବରାଳ, ଗଜବରାଳ, ଗଜସିଂହ ଖୋଦେଇ କାମ ସହ ରଥଚକା ଦଣ୍ଡା ଇତ୍ୟାଦିର ରଙ୍ଗକାମ କରୁଛନ୍ତି । ଶ୍ରୀମନ୍ଦିର ନୂତନା କାର୍ଯ୍ୟାଳୟ ତଳେ ଚିତ୍ରକର ସେବକମାନେ ରଥା ବାଶ୍ୱର୍ ଦେବାପାଦୀ, କଳସ ଇତ୍ୟାଦିର ରଙ୍ଗକାମ ଜାରି ରଖିଛନ୍ତି ।

ଦରଜି ସେବକମାନେ ଶ୍ରୀମନ୍ଦିର କାର୍ଯ୍ୟାଳୟର ଉପର ମହଲାରେ ରଥକନାରେ ଜରିଫିତା ସିଲାଇ ରଥ ଘେର ସିଲାଇ କାମ ଆରମ୍ଭ କରିଛନ୍ତି । ଦୋଳବେଦୀ ଅସ୍ଥାୟୀ ଶାଳରେ ଓଝା ସେବକମାନେ ଏଲ୍‍ କ୍ଲାମ୍ପ, ଧୂଳିଦଣ୍ଡା, ବିଡିଆ କଣ୍ଟା ପ୍ରସ୍ତୁତରେ ଲାଗିବା ସହ ରଥଦଣ୍ଡାରେ ଖଞ୍ଜା ଯାଇଥିବା କୋଣ ଗୁଜ ଗୁଡିକରେ ଧୂଳିଦଣ୍ଡା କଣ୍ଟା ବାଡେଇଛନ୍ତି ।

ଧାର୍ଯ୍ୟ ସମୟ ପୂର୍ବରୁ ରଥ ନିର୍ମାଣ ସୁରୁଖୁରୁରେ ଶେଷ ହେବାକୁ ଯାଉଥିବାରୁ ସେବାୟତ ଓ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି । ଏହାର ଶ୍ରେୟ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ୍ କୁମାର ଓ ତାଙ୍କର ଟିମ୍ କୁ ବେଶୀ ଦିଆଯାଇଛି । ଜିଲ୍ଲା ପ୍ରଶାସନ ସହ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ସମସ୍ତ ସେବକମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରି ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାରେ ମୁଖ୍ୟ ପ୍ରଶାସକଙ୍କ ଅକ୍ଲାନ୍ତ ଉଦ୍ୟମକୁ ବିଭିନ୍ନ ମହଲରେ ପ୍ରଶଂସା କରଯାଇଛି ।
ସ୍ୱାସ୍ଥ୍ୟ ଶିବିର: ଆଜି ଶ୍ରୀମନ୍ଦିର ନୀଳାଦ୍ରୀ ଉକ୍ତ ନିବାସ ଠାରେ କରୋନା ସଚେତନତା ସ୍ୱାସ୍ଥ୍ୟ ଶିବିରର ଥିଲା ଚତୁର୍ଥ ଦିନ । ପୂଜାପଣ୍ଡା ନିଯୋଗ ଏବଂ ତାଙ୍କ ପରିବାର ସଦସ୍ୟମାନଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ ସହିତ ଔଷଧ ବିତରଣ କରାଯାଇଥିଲା । ମୋଟ୍‍ ୧୬୧ ଜଣ ସଦସ୍ୟଙ୍କୁ ହୋମିଓପାଥିକ ଔଷଧ ପ୍ରଦାନ କରାଯାଇଥିଲା । ଶ୍ରୀମନ୍ଦିର କାର୍ଯ୍ୟାଳୟର କର୍ମଚାରୀ, ଅନ୍ୟାନ୍ୟ ସେବକଙ୍କୁ ମିଶାଇ ଆଜି ମୋଟ୍‍ ୨୫୩ ଜଣଙ୍କୁ ଔଷଧ ବଣ୍ଟା ଯାଇଛି । ଆସନ୍ତା କାଲି ଶେଷ ଦିନରେ ଗରାବଡୁ ନିଯୋଗ ଏବଂ ତାଙ୍କ ପରିବାର ସଦସ୍ୟ ସହିତ ହୋମିଓପାଥି ଔଷଧ ସଂଗ୍ରହ କରିନଥିବା ଅନ୍ୟ ସେବାୟତଙ୍କୁ ମଧ୍ୟ ଏହା ପ୍ରଦାନ କରାଯିବ ।
Previous Post

ମାସ୍କ ନ ପିନ୍ଧି ଗଣିଲେଣି ୧ କୋଟି ୨୫ ଲକ୍ଷ ତଣ୍ଡ

Next Post

କିମ୍‌ସ କୋଭିଡ୍‌ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଲେ ୧୦୦୦ ରୋଗୀ

Next Post
କିମ୍‌ସ କୋଭିଡ୍‌ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଲେ ୧୦୦୦ ରୋଗୀ

କିମ୍‌ସ କୋଭିଡ୍‌ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଲେ ୧୦୦୦ ରୋଗୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA