Tuesday, April 21, 2026 11:00 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଚୌକି ପାଇ ବିଜେପି ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରତିଶ୍ରୁତି ଭୁଲିଗଲା: ମୁଖ୍ୟମନ୍ତ୍ରୀ

by Our Correspondent
02 Nov, 2018- 03:25 PM
in Latest News, News
1 min read
0
ଚୌକି ପାଇ ବିଜେପି ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରତିଶ୍ରୁତି ଭୁଲିଗଲା: ମୁଖ୍ୟମନ୍ତ୍ରୀ

‘ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଆମର ହକ୍, ଏଥିପାଇଁ ଲଢ଼େଇ ଜାରି ରହିବ’

ଭୁବନେଶ୍ୱର: ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବି ପୁଣି ଉଠାଇବା ସହ ବିଜେପି ଉପରେ ପ୍ରବଳ ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଛନ୍ତି, ‘୨୦୧୪ ନିର୍ବାଚନ ଇସ୍ତାହରରେ ବିଜେପିର ନମ୍ବର ୱାନ୍ ଏଜେଣ୍ଡା ଥିଲା ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା । କିନ୍ତୁ ଦୁଃଖର କଥା, ଚୌକି ପାଇଲା ପରେ ବିଜେପି ତାର ପ୍ରତିଜ୍ଞା ଭୁଲିଗଲା । ଓଡ଼ିଶାବାସୀଙ୍କ ଆଶା ଆଶାରେ ହିଁ ରହିଗଲା । ୨୦୧୪ର ଏହି ପ୍ରତିଜ୍ଞା ବିଷୟ ଲୋକମାନେ ବିଜେପିକୁ ୨୦୧୯ ନିର୍ବାଚନରେ ମନେ ପକାଇ ଦେବେ ।’ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଆମର ହକ୍, ଏଥିପାଇଁ ଲଢ଼େଇ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ପୁନର୍ବାର ଘୋଷଣା କରିଛନ୍ତି ।
ଆଜି ଲକ୍ଷ୍ମୀସାଗରଠାରେ ବିଜୁ ଜନତା ଦଳର ପଦଯାତ୍ରା କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ୨୦୦୦ରୁ ୨୦୦୯ ପର୍ଯ୍ୟନ୍ତ ବିଜେଡ଼ି-ବିଜେପି ମେଣ୍ଟ ସରକାର ବେଳେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ଆମେ ଏକାଠି ଲଢ଼ୁଥିଲୁ । ୨୦୦୯ ପରଠାରୁ ଉଭୟ ଦଳ ପୃଥକ୍ ଭାବେ ଲଢ଼େଇ କରୁଛନ୍ତି । ୨୦୧୪ ନିର୍ବାଚନରେ ବିଜେପି ତାର ଇସ୍ତାହାରରେ ସ୍ୱତନ୍ତ୍ର ରାଜ୍ୟା ପାହ୍ୟାକୁ ପ୍ରଥମ ଏଜେଣ୍ଡା ଭାବେ ରଖିଥିଲା । ଏହା ଦେଖି ମୁଁ ସବୁଠାରୁ ବେଶୀ ଖୁସି ହୋଇଥିଲି । ଆଶା ଥିଲା ଓଡ଼ିଶାବାସୀ ନ୍ୟାୟ ପାଇବେ । ମାତ୍ର ଚୌକି ପାଇଲା ପରେ ବିଜେପି ତାର ପ୍ରତିଜ୍ଞା ଭୁଲିଗଲା । ଓଡ଼ିଶାବାସୀଙ୍କୁ ନ୍ୟାୟ ମିଳିଲାନି । ଓଡ଼ିଶା ପ୍ରତିବର୍ଷ ପ୍ରାକୃତିକ ବିପର୍ଯ୍ୟୟର ସାମନା କରୁଛି । ବହୁ ଧନ ସମ୍ପତ୍ତି ନଷ୍ଟ ହେଉଛି । ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପାଇଁ ଏହା କ’ଣ ଦୃଢ଼ ଆଧାର ନୁହେଁ ବୋଲି ମୁଖ୍ୟମନ୍ତ୍ରୀ ପ୍ରଶ୍ନ କରିଥିଲେ ।
ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦ୍ୱାରା ଓଡ଼ିଶାର ଲାଭର ହିସାବ ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେ, ଏହା ଦ୍ୱାରା ଓଡ଼ିଶାର ଯୁବକମାନେ ସବୁଠାରୁ ଅଧିକ ସୁଯୋଗ ପାଇବେ । ଓଡ଼ିଶାକୁ ଟିକସ ରିହାତି ମିଳିବ । ଅନେକ ଶିଳ୍ପ ଆସିବ । ନିଯୁକ୍ତିର ସୁଯୋଗ ମଧ୍ୟ ବଢ଼ିବ । ଏହାବାଦ୍ ଓଡ଼ିଶାକୁ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ । ବର୍ତ୍ତମାନ ବିଭିନ୍ନ କେନ୍ଦ୍ରୀୟ ଯୋଜନାରେ ଓଡ଼ିଶା ସରକାର ଓ କେନ୍ଦ୍ର ସରକାରଙ୍କ ଭାଗ ୫୦-୫୦ ରହୁଛି । କିନ୍ତୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପାଇଲେ, ଏହି ଭାଗ ୯୦ ଓ ୧୦ ପ୍ରତିଶତ ରହିବ । ଏହାଦ୍ୱାରା ବଳକା ଅର୍ଥକୁ ଆମେ ଶିକ୍ଷା,ସ୍ୱାସ୍ଥ୍ୟ,ଭିତ୍ତିଭୂମି ଓ ଅନ୍ୟାନ୍ୟ ବିକାଶ କାମରେ ଖର୍ଚ୍ଚ କରିପାରିବା ।
ମୁଖ୍ୟମନ୍ତ୍ରୀ କହିଥିଲେ, ଆମେ କଥା ନୁହେଁ, କାମରେ ବିଶ୍ୱାସ କରୁ । ବସ୍ତିର ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆମେ ଅନେକ ପଦକ୍ଷେପ ନେଇଛୁ । ସେମାନଙ୍କ ପାଇଁ ହାଉସିଂ ପ୍ରୋଜେକ୍ଟ କରାଯାଇଛି । ସମସ୍ତଙ୍କ ବିକାଶ ବିଜୁ ଜନତା ଦଳର ଲକ୍ଷ୍ୟ । ଏଦିଗରେ ଆମେ କରି ଚାଲିବା ବୋଲି ମୁଖ୍ୟମନ୍ତ୍ରୀ କର୍ମୀମାନଙ୍କୁ ଆହ୍ୱାନ ଦେଇଥିଲେ ।
ବିଜେଡ଼ିର ଏହି ଜନସମ୍ପର୍କ ପଦଯାତ୍ରା ସମାବେଶରେ ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ବିଜୟ କୁମାର ମହାନ୍ତି, ପ୍ରିୟଦର୍ଶୀ ମିଶ୍ର, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ମେୟର ଅନନ୍ତ ନାରାୟଣ ଜେନାଙ୍କ ସମେତ ବିଜୁ ଯୁବ, ଛାତ୍ର ଓ ମହିଳା ସଂଗଠନର କର୍ମକର୍ତ୍ତାମାନେ ଭାଷଣ ଦେଇଥିଲେ ।
ବିରୋଧୀ ଦଳର ପ୍ରତିକ୍ରିୟା: ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇ ବିରୋଧୀ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କୁ ଭୂଆଁ ବୁଲାଉଛନ୍ତି । ଉଭୟ ଦଳ ନିଜ ନିଜ ପ୍ରତିଶ୍ରୁତି ରକ୍ଷା କରିବାରେ ବିଫଳ ହୋଇଛନ୍ତି । ସେହିଭଳି ବିଜେପିର ବରିଷ୍ଠ ନେତା ସୁରେଶ ପୂଜାରୀ କହିଛନ୍ତି, ଏନଡିଏରେ ମନ୍ତ୍ରୀ ଥିବା ବେଳେ ଏହି ଦାବି ଉଠାଇଥିଲେ ଭଲ ହୋଇଥାଆନ୍ତା । ସ୍ୱତନ୍ତ୍ର ରାଜ୍ୟା ପାହ୍ୟା ପ୍ରସଙ୍ଗ ଉଠାଇ ମୁଖ୍ୟମନ୍ତ୍ରୀ ନିଜ ବିଫଳତା ଲୁଚାଇବାକୁ ଚେଷ୍ଟା କରୁଛନ୍ତି ବୋଲି ସେ କହିଛନ୍ତି ।
Previous Post

କାଲିକୁ ସମୟ ନେଲେ ଅଭିଜିତ୍ ଆୟାର

Next Post

ଏସଟିଏଫ୍ ଦାୟିତ୍ୱ ନେଲେ ଯତୀନ୍ଦ୍ର କୋୟଲ୍

Next Post
ଏସଟିଏଫ୍ ଦାୟିତ୍ୱ ନେଲେ ଯତୀନ୍ଦ୍ର କୋୟଲ୍

ଏସଟିଏଫ୍ ଦାୟିତ୍ୱ ନେଲେ ଯତୀନ୍ଦ୍ର କୋୟଲ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA