Saturday, August 8, 2026 09:56 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ତାଳଚେରରେ ସମ ହସ୍ପିଟାଲର ତୃତୀୟ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ

by Our Correspondent
21 Apr, 2020- 09:25 PM
in News
1 min read
0
ତାଳଚେରରେ ସମ ହସ୍ପିଟାଲର ତୃତୀୟ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ
ଭୁବନେଶ୍ୱର: ସମ ହସ୍ପିଟାଲର ତୃତୀୟ କୋଭିଡ ହସ୍ପିଟାଲ ଅନୁଗୁଳ ଜିଲ୍ଲା ତାଳଚେରଠାରେ ସୋମବାର କାର୍ଯ୍ୟକ୍ଷମ ହୋଇଛି । ଏମସିଏଲ ହସ୍ପିଟାଲ ପରିସରରେ ଏହି କୋଭିଡ୍ ହସ୍ପିଟାଲ୍ ଭିଡ଼ିଓ କାନଫରେନସିଂ ମାଧ୍ୟମରେ ଉଦଘାଟିତ ହୋଇଛି । ତାଳଚେର ସମେତ ଜଗତସିଂହପୁର, ନବରଙ୍ଗପୁର, ବରଗଡ ଓ ସୁନ୍ଦରଗଡ଼ ରେ ମଧ୍ୟ ଆଇଓସିଏଲ, ପାରାଦ୍ୱୀପ ପୋର୍ଟ ଲିମିଟେଡ଼ ଓ ଏନଟିପିସି ର ସହଯୋଗରେ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଖଣି ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଏବଂ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ନବକିଶୋର ଦାସ ପ୍ରମୁଖ ଉପସ୍ଥିତ ଥିଲେ।
ତାଳଚେର ହସ୍ପିଟାଲ ଉଦଘାଟନ ହେବାପୂର୍ବରୁ ସୋମବାର ସକାଳେ ସମ ହସ୍ପିଟାଲ, ଏମସିଏଲ ଏବଂ ରାଜ୍ୟସରକାରଙ୍କ ମଧ୍ୟରେ 156 ଶଯ୍ୟା ବିଶିଷ୍ଟ ହସ୍ପିଟାଲ ସ୍ଥାପନ ନେଇ ତ୍ରିପାକ୍ଷିକ ଚୁକ୍ତି ସ୍ୱାକ୍ଷରିତ ହୋଇଥିଲା। ସମ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଅନୁଗୁଳ ଜିଲ୍ଲାପାଳ ମନୋଜ କୁମାର ମହାନ୍ତି ଓ ଏମସିଏଲ ତାଳଚେରର ଜେନେରାଲ ମ୍ୟାନେଜର ଏନ. ଜି. ବ୍ରହ୍ମପୁରକର ଏହି ଚୁକ୍ତିନାମା ସ୍ଵାକ୍ଷରିତ କରିଥିଲେ। ଏହି ହସ୍ପିଟାଲ ନିମନ୍ତେ ଏମସିଏଲ ଆର୍ଥିକ ସହାୟତା କରୁଥିବା ବେଳେ ଡାକ୍ତର, ନର୍ସ, ଏବଂ ଅନ୍ୟାନ୍ୟ ସମସ୍ତ ଆନୁସଙ୍ଗିକ ଡାକ୍ତରୀ ବ୍ୟବସ୍ଥା ସମ ପକ୍ଷରୁ ଯୋଗାଇ ଦିଆଯିବ।
ଏହି ଭିଡିଓ କନଫରେନସିଂ ରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଡାକ୍ତର, ଏବଂ ମେଡିକାଲ ଷ୍ଟାଫ ମାନେ କରୋନା ରୋଗୀ ମାନଙ୍କୁ ଚିକିତ୍ସା କରୁଥିବା ହେତୁ ଧନ୍ୟବାଦ ଅର୍ପଣ କରିଥିଲେ।  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ଯେ ସାରାଦେଶରେ 682 ଟି କୋଭିଡ ହସ୍ପିଟାଲ ସ୍ଥାପନ ହୋଇସାରିଥିବ ବେଳେ ଓଡିଶା ଏ ଦିଗରେ ଅଗ୍ରଣୀ ଭୂମିକା ନେଇଛି।  ତେବେ ଆଗାମୀ 6 ମାସ ପର୍ଯ୍ୟନ୍ତ କୌଣସି ଏହି ହସ୍ପିଟାଲ ଗୁଡିକୁ କେହି କରୋନା ରୋଗୀ ନ ଆସନ୍ତୁ ବୋଲି ସେ ଆଶା କରିବା ସହ ଏକ ବର୍ଷ ପର୍ଯ୍ୟନ୍ତ କିନ୍ତୁ ଆମକୁ ବିଶ୍ୱରୁ କରୋନା ସମ୍ପୂର୍ଣ ହଟିବା ପର୍ଯ୍ୟନ୍ତ ପ୍ରସ୍ତୁତ ରହିବାକୁ ପଡିବ ବୋଲିସେ କହିଥିଲେ।
ଏହି ଅବସରରେ ମୁଖ୍ୟଶାସନ ସଚିବ ଅସିତ କୁମାର ତ୍ରିପାଠୀ, 5ଟି ସଚିବ ଭି କେ ପାଣ୍ଡିଆନ, ଉନ୍ନୟନ କମିଶନର ସୁରେଶ କୁମାର ମହାପାତ୍ର ଓ କୋଭିଡ 19 ନିମନ୍ତେ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗଚି ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟ ଶାସନସଚିବ ଶ୍ରୀ ତ୍ରିପାଠୀ କହିଥିଲେଯେ ଓଡିଶାର 22 ଟି ଜିଲ୍ଲାରେ 5000 ରୁ ଉର୍ଧ୍ଵ ଶଯ୍ୟା ବିଶିଷ୍ଟ 25 ଟି କୋଭିଡ ହସ୍ପିଟାଲ ସ୍ଥାପନ ହୋଇସାରିଥିବା ବେଳେ ସୋମବାର ଆଉ 825 ଶଯ୍ୟା ବିଶିଷ୍ଟ 5 ଟି ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି।
ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର, ନିର୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ସୋଆ ଛାତ୍ର ମଙ୍ଗଳ ଡିନ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ସମ ହସ୍ପିଟାଲ ର ବରିଷ୍ଠ ଡାକ୍ତର ଈଶ୍ୱର ବେହେରା ଏବଂ ଡାକ୍ତର ବସନ୍ତ କୁମାର ପତି ପ୍ରମୁଖ ତାଳଚେରରେ ଉପସ୍ଥିତ ଥିଲେ।

 

 

Previous Post

ଟ୍ରାଭେଲ୍ ହିଷ୍ଟ୍ରି(କେସ୍ ନଂ ୬୧ରୁ ୬୬): ୫ ଜଣଙ୍କର କୋଲକତା ଲିଙ୍କ୍, ଝାଡ଼ଖଣ୍ଡ ଲିଙ୍କ୍ ରେ ଜଣେ

Next Post

ଭଦ୍ରକରୁ ଆଉ ୩ ପଜିଟିଭ୍

Next Post
ଭଦ୍ରକରୁ ଆଉ ୩ ପଜିଟିଭ୍

ଭଦ୍ରକରୁ ଆଉ ୩ ପଜିଟିଭ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA