ଭୁୁବନେଶ୍ୱର: କେନ୍ଦ୍ରଠାରୁ ତିତଲି କ୍ଷତିଗ୍ରସ୍ତ ଓଡ଼ିଶାକୁ ଏପର୍ଯ୍ୟନ୍ତ ସହାୟତା ମିଳିଲାନି । ଏହାଦ୍ୱାରା କ୍ଷତିଗ୍ରସ୍ତ ଅଞ୍ଚଳରେ ମରାମତି ଓ ପୁନଃନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ତୁରନ୍ତ କେନ୍ଦ୍ରୀୟ ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂଙ୍କୁ ଚିଠି ଲେଖିଛନ୍ତି । ଏ ଦିଗରେ ବ୍ୟକ୍ତିଗତ ଭାବେ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।








