Saturday, June 6, 2026 08:30 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଦେବଗଡ଼ ପାଇଁ ୨୦୫ କୋଟିର ପ୍ରକଳ୍ପ

by Our Correspondent
03 Jun, 2025- 08:59 PM
in Latest News, News
1 min read
0
ଦେବଗଡ଼ ପାଇଁ ୨୦୫ କୋଟିର ପ୍ରକଳ୍ପ
Spread the love

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ଆଜି ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉଦ୍‍ଘାଟିତ ହୋଇଛି ।

ସୂଚନା ଥାଉକି ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ ୪ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ରହିଛି।

ଏହି କାର୍ଯ୍ୟକ୍ରମ ଅବସରରେ ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିରେ କେନ୍ଦୁପତ୍ର ତୋଳାଳୀଙ୍କୁ ଚପଲ ପାଇଁ ୧୬୦ ଟଙ୍କା, କେରି ସଂଗ୍ରହ କପଡା ପାଇଁ ୨୦୦ ଟଙ୍କା, ତୋଳାଳୀ ଓ ସିଜନାଲ ଷ୍ଟାଫଙ୍କ ଟୋପି ପାଇଁ ୧୦୦ ଟଙ୍କା, ବନ୍ଧାଳି ମାନଙ୍କ ପାଇଁ ମଶାରୀ ଓ କମ୍ବଳ ପାଇଁ ଜଣଙ୍କ ପିଛା ୭୦୦ ଟଙ୍କା ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟର ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳି ଓ ସିଜନାଲ ଷ୍ଟାଫ ଉପକୃତ ହେବେ।

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଦେବଗଡ ଜିଲ୍ଲାର ବିକାଶ ପାଇଁ ସମସ୍ତ ସାମର୍ଥ୍ୟ ଅଛି। ଆମେ ତାହାର ସଠିକ ଉପଯୋଗ କରି ଜିଲ୍ଲାକୁ ରାଜ୍ୟ ବିକାଶ ଧାରାର ମୁଖ୍ୟସ୍ରୋତରେ ଯୋଡିବୁ। ଆମ ସରକାର ଆସିବା ପରେ ଆମେ ଓଡିଶାର ୩୦ଟି ଜିଲ୍ଲାର ସମାନୁପାତିକ ବିକାଶକୁ ଗୁରୁତ୍ୱ ଦେଉଛୁ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ ସେଥିପ୍ରତି ଆମେ ଗୁରୁତ୍ୱ ଦେଉଛୁ।

ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ସମୃଦ୍ଧ ଓଡ଼ିଶା ଗଠନର ସ୍ଵପ୍ନ ସମ୍ଭବ ହୋଇପାରିବ। ସମସ୍ତଙ୍କୁ ନେଇ ସବୁ କ୍ଷେତ୍ରର ବିକାଶ ଜରିଆରେ ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡିଶା ଏବଂ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ସେ କହିଥିଲେ।

ସେ କହିଥିଲେ ଯେ, ଦେବଗଡ ଜିଲ୍ଲାକୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ । ଏହି ଲକ୍ଷ୍ୟକୁ ପୂରଣ କରିବା ପାଇଁ ଜିଲ୍ଲାର ସମସ୍ତ ଜନସାଧାରଣଙ୍କୁ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟଜଳ, ବିଜୁଳି ଓ ଗମନାଗମନ ଭଳି ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଆମ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରୁଛନ୍ତି ।

ସେ ପୁଣି କହିଥିଲେଯେ, ଓଡିଶାର ଜନସାଧାରଣକୁ ଯେଉଁ ପ୍ରତିଶ୍ରୁତି ଦେଇ ଆମେ ଲୋକଙ୍କ ସେବା କରିବାର ଦାୟିତ୍ୱ ନେଇଛୁ, ତାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ଆମେ ଗୋଟିଏ ମିନିଟ ବି ନଷ୍ଟ କରିନାହୁଁ। ଆମ ସରକାର ଆସିବାର ଏକ ବର୍ଷ ହେବାକୁ ମାତ୍ର ୯ ଦିନ ବାକି ଅଛି। ଆଉ ଏଇ ଏକ ବର୍ଷ ଭିତରେ ଆମେ ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟର ସାମଗ୍ରୀକ ବିକାଶ ପାଇଁ ଅନେକ ଉନ୍ନୟନମୂଳକ ଓ କଲ୍ୟାଣକାରୀ ପଦକ୍ଷେପ ଗ୍ରହଣ କରିଛୁ।

କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ, ଡ. ମୁକେଶ ମହାଲିଙ୍ଗ, ଦେବଗଡ ବିଧାୟକ, ରୋମାଞ୍ଚ ରଞ୍ଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ଜିଲ୍ଲାପାଳ, ଦେବଗଡ, କବିନ୍ଦ୍ର ଚନ୍ଦ୍ର ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ, ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡଃ ବିଶ୍ଵମୋହନ ମିଶ୍ର ଧନ୍ୟବାଦ ଦେଇଥିଲେ।

Previous Post

ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

Next Post

ଭୁବନେଶ୍ୱରରେ ଜଳ ନିଷ୍କାସନ ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ

Next Post
ଭୁବନେଶ୍ୱରରେ ଜଳ ନିଷ୍କାସନ ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱରରେ ଜଳ ନିଷ୍କାସନ ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA