ଭୁୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଆଜି ସଂଧ୍ୟାରେ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । କୋଭିଡ୍-୧୯ ଲକ୍ଷଣ ଦେଖାଯିବା କାରଣରୁ ମୁଁ ପରୀକ୍ଷା କରିଥିଲି । ରିପୋର୍ଟ ପଜିଟିଭ୍ ଆସିଛି । ଡାକ୍ତରଙ୍କ ପରାମର୍ଶକ୍ରମେ ମୁଁ ହସ୍ପିଟାଲ୍ ରେ ଭର୍ତ୍ତି ହୋଇଛି ଏବଂ ସୁସ୍ଥ ଅଛି ବୋଲି ଟ୍ୱିଟ୍ କରିଛନ୍ତି ଧର୍ମେନ୍ଦ୍ର ।
ଗତ ୨ ତାରିଖରେ ଗୃହମନ୍ତ୍ରୀ ଅମିତ୍ ଶାହା କରୋନାରେ ଆକ୍ରାନ୍ତ ହେବାରୁ ବର୍ତ୍ତମାନ ମେଦାନ୍ତ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଅଛନ୍ତି । ଇତିମଧ୍ୟରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ୍, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ୨ ତାରିଖ ସକାଳେ ଉତ୍ତର ପ୍ରଦେଶର କ୍ୟାବିନେଟ୍ ମନ୍ତ୍ରୀ ଶ୍ରୀମତୀ କମଲା ରାଣୀ ବରୁନ୍ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି ।
ଆସନ୍ତାକାଲି ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ଭୂମିପୂଜନ ଉତ୍ସବର ବିରାଟ ଆୟୋଜନ କରାଯାଇଥିବା ବେଳେ ଅମିତ୍ ଶାହା,ଧର୍ମେନ୍ଦ୍ର ପ୍ରଧାନ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲ୍ ରେ ଭର୍ତ୍ତି ହେବା ଦଳୀୟ ମହଲକୁ ଚିନ୍ତାରେ ପକାଇଛି । ଉଭୟଙ୍କ ଆଶୁ ଆରୋଗ୍ୟ କାମନା କରାଯାଇଛି ।