Sunday, May 31, 2026 01:40 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ବନ୍ଦେ ଉତ୍କଳ ଜନନୀ’ କୁ ରାଜ୍ୟ ସଙ୍ଗୀତ ମାନ୍ୟତା

by Our Correspondent
07 Jun, 2020- 03:54 PM
in Latest News, News
1 min read
0
‘ବନ୍ଦେ ଉତ୍କଳ ଜନନୀ’ କୁ ରାଜ୍ୟ ସଙ୍ଗୀତ ମାନ୍ୟତା
Spread the love

ଭୁୁବନେଶ୍ୱର: ଶେଷରେ ‘ବନ୍ଦେ ଉତ୍କଳ ଜନନୀ’ କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା । ଆଜି ରାଜ୍ୟ କ୍ୟାବିନେଟ୍ ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ବଡ଼ ନିଷ୍ପତ୍ତି ଉପରେ ମୋହର ବାଜିଛି । କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଅନବଦ୍ୟ ସୃଷ୍ଟି ‘ବନ୍ଦେ ଉତ୍କଳ ଜନନୀ’ କୁ ରାଜ୍ୟ ସଙ୍ଗୀତର ମାନ୍ୟତା ଦେବା ପାଇଁ ଲମ୍ବା ସମୟ ଧରି ଦାବି ହୋଇ ଆସୁଥିଲା । ବହୁ କସରତ୍ ପରେ ଏହି କାଳଜୟୀ ସଙ୍ଗୀତକୁ ନ୍ୟାୟ ମିଳିଛି । ଆଜିର ଦିନଟି ଓଡ଼ିଶା ପାଇଁ ଏକ ଐତିହାସିକ ଦିନ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଅଭିହିତ କରାଯାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ପାରିତ ଏକ ସଂକଳ୍ପରେ କୁହାଯାଇଛି,
“ ବନ୍ଦେ ଉତ୍କଳ ଜନନୀ । କୀର୍ତ୍ତିମାଳିନୀ ଉତ୍କଳ ଜନନୀଙ୍କର ପବିତ୍ର ଆବାହନୀ ସଙ୍ଗୀତ । ଓଡ଼ିଆ ଜାତିର ଅସ୍ମିତା ଓ ସ୍ୱାଭିମାନର ସଙ୍ଗୀତ । ନୈସର୍ଗିକ ପ୍ରାକୃତିକ ଶୋଭା, ଅନନ୍ୟ କୀର୍ତ୍ତିରାଜି ଓ ଉକ୍ରୃଷ୍ଟ କଳା ବିମଣ୍ଡିତ, ଉତ୍କଳ ଜନନୀଙ୍କର ଜୟଗାନ ଏହି ସଙ୍ଗୀତକୁ ଅମୃତମୟ କରିବା ସହ କୋଟି କୋଟି ଓଡ଼ିଆଙ୍କୁ ଜାତି ପ୍ରେମର ସୁଦୃଢ଼ ବନ୍ଧନରେ ବାନ୍ଧି ରଖିବା ସହ ଓଡ଼ିଶାର ଗୌରବକୁ ବିଶ୍ୱବ୍ୟାପୀ କରିବା ପାଇଁ ପ୍ରେରଣା ଦେଇଆସିଛି । ଦେଶାତ୍ମବୋଧ ଓ ଜାତୀୟତାବୋଧ ହେଉଛି ଏହି ସଙ୍ଗୀତର ଅନ୍ତଃସ୍ୱର ।
ଓଡ଼ିଆ ସାହିତ୍ୟ ଜଗତର ମଉଡ଼ମଣି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର କାଳଜୟୀ ସୃଷ୍ଟି ‘ବନ୍ଦେ ଉତ୍କଳ ଜନନୀ’ । ଏହି ସଙ୍ଗୀତର ପ୍ରତିଟି ଶବ୍ଦରେ ଭରି ରହିଛି ଦେଶ ଭକ୍ତିର ଅଫୁରନ୍ତ ଶକ୍ତି ଓ ସୌନ୍ଦର୍ଯ୍ୟ, ଆଗକୁ ବଢ଼ିବା ପାଇଁ ଅଦମ୍ୟ ପ୍ରେରଣଶ । ବ୍ୟକ୍ତିଗତ ଦୁଃଖ ଓ ଯନ୍ତ୍ରଣାକୁ ପଛରେ ପକାଇ ମାତୃଭୂମି, ମାତୃଭାଷା ତଥା ଓଡ଼ିଆ ଜାତିକୁ ଗୋଟିଏ ସୂତ୍ରରେ ବାନ୍ଧି ରଖିବା ପାଇଁ ତାଙ୍କର ଉଦ୍ୟମ ପାଇଁ ସେ ଚିର ନମସ୍ୟ । ଏହି ଅବସରରେ ରାଜ୍ୟ କ୍ୟାବିନେଟ୍ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଅମର ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରୁଛି ।
କୋଭିଡ୍ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ପାଇଁ ୨୦୨୦ ମଇ ୩୦ ତାରିଖ ଶନିବାର ସଂଧ୍ୟା ୫.୩୦ ମିନିଟ୍ ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନକ୍ରମେ ଦେଶ ବିଦେଶର କୋଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଇଭଉଣୀମାନେ ଯେଭଳି ଏକତାନରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରି ଜାତି ପ୍ରେମର ନିଦର୍ଶନ ଦେଖାଇଛନ୍ତି ତାହା ଅତୁଳନୀୟ । ଉତ୍କଳ ଜନନୀଙ୍କ ବନ୍ଦନାରେ ସେଦିନ ଗାଁ, ସହର, ନଗର, ପଲ୍ଲୀ ମୁଖରିତ ହୋଇ ଉଠିଥିଲା । ସାଢ଼େ ଚାରି କୋଟି ଓଡ଼ିଆଙ୍କ କଣ୍ଠରେ ଥିଲା ଗୋଟିଏ ସ୍ୱର, ଉକ୍ରଳ ଜନନୀଙ୍କର ଜୟଗାନ ।
ବନ୍ଦେ ଉତ୍କଳ ଜନନୀ। ବର୍ତ୍ତମାନର କଠିନ ପରିସ୍ଥିତିରେ ଏହି ସଙ୍ଗୀତ ଆମ ସଂକଳ୍ପକୁ ଆହୁରି ଦୃଢ଼ କରିବା ସହିତ ଆଗକୁ ବଢ଼ିବା ପାଇଁ ପ୍ରେରଣା ଦେଇଛି । ସାରା ଓଡ଼ିଶା ଆଜି ଏହି ସଙ୍ଗୀତ ତାନରେ ଏକଜୁଟ୍ ହୋଇଛି । ଏ ଜାତି ଏକ ମନ, ଏକ ପ୍ରାଣ ହୋଇ ଜାଗି ଉଠିଛି ।
ଏହି ଐତିହାସିକ ମୁହୂର୍ତ୍ତକୁ ଚିରସ୍ଥାୟୀ କରିବା ପାଇଁ ତଥା ସାଢ଼େ ଚାରି କୋଟି ଓଡ଼ିଆଙ୍କ ଭାବାବେଗକୁ ସମ୍ମାନ ଜଣାଇ ରାଜ୍ୟ କ୍ୟାବିନେଟ୍ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଅନବଦ୍ୟ ସୃଷ୍ଟି ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ ରାଜ୍ୟ ସଙ୍ଗୀତ ଭାବରେ ମାନ୍ୟତା ଦେବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।..”
ରାଜ୍ୟ ସଙ୍ଗୀତଗାନର ମାନ୍ୟକ୍ରମ ନିମ୍ନମତେ ସ୍ଥିର କରାଯାଇଛି ।
୧- ଏହି ସଙ୍ଗୀତ ଗାୟନର ଅନୁମୋଦିତ ସ୍ୱର, ଶୈଳୀ ତଥା ରେକର୍ଡିଂ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ପସ୍ତୁତ କରାଯିବ ।
୨- ଏହାର ଗାୟନ ଅବଧି, ସ୍ୱର ତଥା ଶୈଳୀ ଉପରୋକ୍ତ ରେକର୍ଡିଂ ପ୍ରକାରେ ନିର୍ଦ୍ଧାରିତ ହୋଇଛି ।
୩- ରାଜ୍ୟ ସରକାରଙ୍କ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ, ବିଧାନସଭା ଅଧିବେଶନ ଏବଂ ଅନ୍ୟାନ୍ୟ ସ୍ୱତନ୍ତ୍ର ଭାବରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଏହି ସଙ୍ଗୀତର ବିନା ବାଦ୍ୟରେ ପ୍ରସ୍ତୁତ ଅନୁମୋଦିତ ସଂସ୍କରଣ ପରିବେଷଣ/ଗାନ କରାଯିବ ।
୪- ବିଦ୍ୟାଳୟ, ମହାବିଦ୍ୟାଳୟ, ଅନ୍ୟାନ୍ୟ ସଭା ସମିତି ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ପୃଷ୍ଠସଙ୍ଗୀତ କିମ୍ବା ବାଦ୍ୟଯନ୍ତ୍ର ସଙ୍ଗତ ସହିତ ଏହାକୁ ପରିବେଷଣ/ଗାନ କରାଯିବ ।
୫- ଉଦଘାଟନୀ, ଉଦଯାପନୀ ଏବଂ ଉଦବୋଧନୀ ସଙ୍ଗୀତ ଭାବରେ ଏହା ଗାନ କରାଯିବା ସମୟରେ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ସମସ୍ତେ ଛିଡା ହୋଇ ରହିବେ । ତେବେ ବୟସ୍କ, ଅସୁସ୍ଥ, ଭିନ୍ନକ୍ଷମ, ଗର୍ଭବତୀମାନଙ୍କ ପାଇଁ ଏହା ଲାଗୁ ହେବ ନାହିଁ । ସେମାନେ ନିଜ ଆସନରେ ବସି ସମ୍ମାନ ପ୍ରଦର୍ଶନ କରିବେ । ଶିଶୁମାନଙ୍କୁ ମଧ୍ୟ ଏଥିରୁ ଛାଡ଼ କରାଯାଇଛି ।
୬- ଏହି ସଙ୍ଗୀତ ପୁଲିସ ବ୍ୟାଣ୍ଡ, ବଂଶୀ, ସିତାର ଭଳି ବିଭିନ୍ନ ବାଦ୍ୟଯନ୍ତ୍ର ମାଧ୍ୟମରେ ମଧ୍ୟ ପରିବେଷଣ କରାଯିବ ।
୭- ଏହି ସଙ୍ଗୀତର ପଚାର ପ୍ରସାର ତଥା ଅଭିବୃଦ୍ଧି ନିମନ୍ତେ ଏହାର ସୃଜନାତ୍ମକ ପରିବେଷଣ ଉପରେ କୌଣସି କଟକଣା ରହିବ ନାହିଁ ।
୮- ବିଦ୍ୟାଳୟ ଓ ମହାବିଦ୍ୟାଳୟ ପାଠ୍ୟକ୍ରମରେ ଏହି ସଙ୍ଗୀତକୁ ଅନ୍ତର୍ଭୁକ୍ତ କରିବା ପାଇଁ ସଂପୃକ୍ତ ଦୁଇ ବିଭାଗକୁ ନିର୍ଦ୍ଦେଶ ଦିଆଗଲା ।
‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ ସରକାରୀ ମାନ୍ୟତା ଦେବା ପାଇଁ ବର୍ଷ ବର୍ଷ ଧରି ଲଢ଼େଇ କରୁଥିବା ସାହିତ୍ୟ ଓ ସଂସ୍କୃତିପ୍ରେମୀମାନେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ବିଳମ୍ବ ହୋଇଥିଲେ ମଧ୍ୟ ଖୁସି ଜାହିର କରିଛନ୍ତି । ସର୍ବୋପରି ରାଜ୍ୟବାସୀଙ୍କ ମନରେ ଏହା ଖୁସି ଖେଳାଇ ଦେଇଛି । କାନ୍ତକବିଙ୍କ ନାତି ତଥା ବରିଷ୍ଠ ସାମ୍ବାଦିକ ପ୍ରଭୁକଲ୍ୟାଣ ମହାପାତ୍ର ତାଙ୍କ ପରିବାର ପକ୍ଷରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
Previous Post

ରଥଖଳାରୁ.. ତିନି ରଥର ତୃତୀୟ ଭୂଇଁ କାମ ଶେଷ

Next Post

ଜମ୍ମୁ-କାଶ୍ମୀର, ହିମାଚଳ ପ୍ରଦେଶରୁ ଉଦ୍ଧାର ପାଇଲେ ପ୍ରବାସୀ

Next Post
ଜମ୍ମୁ-କାଶ୍ମୀର, ହିମାଚଳ ପ୍ରଦେଶରୁ ଉଦ୍ଧାର ପାଇଲେ ପ୍ରବାସୀ

ଜମ୍ମୁ-କାଶ୍ମୀର, ହିମାଚଳ ପ୍ରଦେଶରୁ ଉଦ୍ଧାର ପାଇଲେ ପ୍ରବାସୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA