ଭୁବନେଶ୍ୱର: ଗତ ଜାନୁଆରୀ ୨୧ ତାରିଖରେ ବରଗଡ଼ ଗସ୍ତ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେଠାରେ ଏକ କ୍ୟାନସର୍ ହସ୍ପିଟାଲ୍ ପ୍ରତିଷ୍ଠାର ଘୋଷଣା କରିଥିଲେ । ସେଦିନ ବରଗଡ଼ ଜିଲ୍ଲାର ମୁଖ୍ୟ ହସ୍ପିଟାଲ୍ ର ନୂତନ କୋଠାକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଥିଲେ । ୪୫ କୋଟି ଟଙ୍କା ଖର୍ଚ୍ଚରେ ନିର୍ମିତ ଏହି ୬ ମହଲାର କୋଠାକୁ ୩୦୦ ଶଯ୍ୟା ବିଶିଷ୍ଟ କରାଯାଇଛି ।
ତେବେ ସେତିକିରେ ଅଟକି ନାହାନ୍ତି ମୁଖ୍ୟମନ୍ତ୍ରୀ । ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବରଗଡ଼ର ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ୩୦ ଶଯ୍ୟା ବିଶିଷ୍ଟ ଅର୍ବାନ୍ ସିଏଚସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅର୍ବାନ୍ ସିଏଚସିରେ ଲୋକଙ୍କୁ ଜରୁରୀକାଳୀନ ଚିକିତ୍ସା ସେବା, ଓପିଡ଼ି ସେବା ଯୋଗାଇ ଦିଆଯିବ । ରୋଗୀମାନେ ଯେପରି ସୁବିଧାରେ ନୂଆ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଯାଇପାରିବେ ସେଥିପାଇଁ ପୁରୁଣା ଡାକ୍ତରଖାନାରୁ ମାଗଣାରେ ଆମ୍ବୁଲାନ୍ସ ଓ ବସ୍ ସେବା ବ୍ୟବସ୍ଥା କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଆଜି ଲୋକସେବା ଭବନଠାରେ ମନ୍ତ୍ରୀ ସୁଶାନ୍ତ ସିଂ, ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବେଶ ଆଚାର୍ଯ୍ୟ ଏବଂ ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ବରଗଡ଼ର ଜିଲ୍ଲା ମୁଖ୍ୟ ଡାକ୍ତରଖାନା ସମ୍ପର୍କିତ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ । ଏହାପରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ଘୋଷଣା ଆସିଥିଲା । ଜନସାଧାରଣଙ୍କ ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ସରକାରଙ୍କ ପଦକ୍ଷେପରେ ସହଯୋଗ କରିବା ଲାଗି ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲ୍ଲାବାସୀଙ୍କୁ ଅନୁରୋଧ କରିଛନ୍ତି ।
ଯଦି ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବରଗଡ଼ର ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ୩୦ ଶଯ୍ୟା ବିଶିଷ୍ଟ ଅର୍ବାନ୍ ସିଏଚସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ତେବେ ଝାରସୁଗୁଡାରେ ଏପରି କାହିଁକି ହୋଇପାରିବ ନାହିଁ l ଏଥିପାଇଁ ବରଗଡଵାସୀଙ୍କ ପରି ଆନ୍ଦୋଳନ ଦରକାର ନା ମୁଖ୍ୟମନ୍ତ୍ରୀଙ୍କୁ ମନାଇବା ପାଇଁ ଝାରସୁଗୁଡା ନେତାଙ୍କ ସହଯୋଗ ଦରକାର?????