Monday, May 25, 2026 09:33 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିଧାୟକମାନଙ୍କୁ କୋଭିଡ୍ ଅନୁଭୂତି ବାଣ୍ଟିଲେ ନବୀନ

by Our Correspondent
29 Jul, 2020- 10:29 PM
in Latest News, News
1 min read
0
ବିଧାୟକମାନଙ୍କୁ କୋଭିଡ୍ ଅନୁଭୂତି ବାଣ୍ଟିଲେ ନବୀନ

ଲୋକଙ୍କ ଜୀବନ ରକ୍ଷା ପାଇଁ ସମ୍ବଳର ଅଭାବ ରହିବ ନାହିଁ

ଭୁବନେଶ୍ୱର: ସାମ୍ପ୍ରତିକ କରୋନା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାୟକମାନଙ୍କୁ ନିଜର ଅନୁଭୂତି ବାଣ୍ଟିଛନ୍ତି । ଏହି ମହାମାରୀ ଦ୍ବାରା ପୃଥିବୀର ପ୍ରତ୍ୟେକ ପରିବାର କ୍ଷତିଗ୍ରସ୍ତ ହୋଇଛନ୍ତି। ସ୍ଥାନୀୟ, ଜାତୀୟ ଏବଂ ବିଶ୍ବସ୍ତରରେ ଅର୍ଥନୀତିକୁ ଏହା ବିପୁଳ ଭାବରେ କ୍ଷତିଗ୍ରସ୍ତ କରିଛି । ଆମ ରାଜ୍ୟ ଓଡିଶା ବିଭିନ୍ନ ଜୀବିକା କାର୍ଯ୍ୟକ୍ରମ ତଥା ଶିଳ୍ପ ପାଇଁ କିଛି ନୂଆ ଉଦ୍ୟମ ଜରିଆରେ ଅର୍ଥନୀତିକୁ ଚଳଚଞ୍ଚଳ କରିବା ପାଇଁ ଉଦ୍ୟମ କରିଛି । ଲୋକଙ୍କ ଜୀବନ ରକ୍ଷା ହେଉଛି ଆମର ପ୍ରାଥମିକତା । ତେଣୁ କରୋନା ମହାମାରୀ ବିରୁଦ୍ଧରେ ଲଢେଇରେ ସମ୍ବଳର କେବେ ବି ଅଭାବ ରହିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଛନ୍ତି ।
କୋଭିଡ୍-୧୯ ସମ୍ପର୍କରେ ବିଧାୟକମାନଙ୍କର ଏକ ସଚେତନତା କର୍ମଶାଳାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ କରୋନା ମହାମାରିତାର ଭୟାବହତା, ରାଜ୍ୟ ସରକାରଙ୍କ ପଦକ୍ଷେପ, କରୋନା ଯୋଦ୍ଧାମାନଙ୍କ ତ୍ୟାଗ, ବିଧାୟକମାନଙ୍କ ଦାୟିତ୍ୱ, କୋଭିଡ୍ ନିୟମ ପାଳନ ଆଦି ପ୍ରସଙ୍ଗ ଉପରେ ଆଲୋକପାତ କରିଥିଲେ ।
ଗତ ମାର୍ଚ୍ଚ ୧୩ ତାରିଖରେ ରାଜ୍ୟ ବିଧାନସଭାରେ ତାଙ୍କ ସମ୍ବୋଧନ ବିଷୟରେ ସ୍ମରଣ କରାଇ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ପୃଥିବୀ ଇତିହାସରେ ବହୁତ କମ୍‌ ସମୟ ମାନବଜାତି ତା କଳ୍ପନା ବାହାରେ ଏଭଳି ଏକ ଆହ୍ବାନର ସମ୍ମୁଖୀନ ହେଇଛି । ପ୍ରାୟ ଗତ ୫ ମାସ ହେଲା ସାରା ବିଶ୍ବର ବିଭିନ୍ନ ଦେଶକୁ ଏହି ମହାମାରୀ ପ୍ରଭାବିତ କରିଛି। ଏପରିକି ଯେଉଁ ଦେଶମାନେ ମହାମାରୀରୁ ମୁକ୍ତ ହୋଇସାରିଥିଲେ, ସେମାନେ ମଧ୍ୟ ପୁଣି ଥରେ ତା କବଳକୁ ଆସିଯାଇଛନ୍ତି। ଭାରତର ପ୍ରତ୍ୟେକ ରାଜ୍ୟ ଏହାଦ୍ବାରା କ୍ଷତିଗ୍ରସ୍ତ ହୋଇଛନ୍ତି ଏବଂ ପ୍ରତି ଦୁଇ ଦିନରେ ଏକ ଲକ୍ଷ ନୂଆ ସଂକ୍ରମିତ ସୃଷ୍ଟି ହେଉଛନ୍ତି। ଭାରତ ଆଜି ବିଶ୍ବର ତୃତୀୟ ସ୍ଥାନରେ ଅଛି ।
କୋଭିଡ ଯୋଦ୍ଧା ମାନଙ୍କର ନିଷ୍ଠା ଓ ତ୍ୟାଗର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ କୋଭିଡ ଯୋଦ୍ଧା ଭାବରେ କାମ କରୁଥିବା ଓଡିଆ ଭାଇଭଉଣୀ ମାନେ ଦରମା ପାଇଁ ନୁହେଁ, ଏହି ଲଢେଇକୁ ଏକ ମିଶନ ଭାବରେ ଗ୍ରହଣ କରି ଲୋକଙ୍କ ଜୀବନ ରକ୍ଷା ପାଇଁ ଦିନରାତି ସେବା ଯୋଗାଇ ଚାଲିଛନ୍ତି। ଏକ ଅନିଶ୍ଚିତ ପରିବେଶ ଭିତରେ ନିରନ୍ତର ଭାବରେ କାମ କରିବା ସହଜ କଥା ନୁହେଁ । କିନ୍ତୁ ନିଜେ ସଂକ୍ରମିତ ହେବା ସତ୍ତ୍ବେ ନିଜ ପରିବାର ଲୋକମାନେ ସଂକ୍ରମିତ ହେବା ସତ୍ତ୍ବେ ଏବଂ ଅନେକ କ୍ଷେତ୍ରରେ ନିଜେ ମୃତ୍ୟୁବରଣ କରୁଥିଲେ ମଧ୍ୟ, ଆମର କୋଭିଡ ଯୋଦ୍ଧା ମାନେ ଯେଭଳି ବୀରତ୍ବର ସହ ଗତ ୧୫୦ ଦିନ ହେଲା କାମ କରିଚାଲିଛନ୍ତି, ତାର ପଟାନ୍ତର ନାହିଁ । ସେମାନଙ୍କ ତ୍ୟାଗ ଓ ନିଷ୍ଠା ସାରା ଓଡିଶା ପାଇଁ ପ୍ରେରଣା। ସେହି ଯୋଦ୍ଧା ମାନଙ୍କ ତ୍ୟାଗକୁ ଓଡିଆ ଜାତି ସବୁଦିନ ପାଇଁ ମନେ ରଖିବ ଏବଂ ଏହା ଭବିଷ୍ୟତ ପୀଢିକୁ ପ୍ରେରଣା ଦେବ।
ମୁଖ୍ୟମନ୍ତ୍ରୀ କହିଥିଲେ,କୋଭିଡ ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବାପାଇଁ ସେ ସେମାନଙ୍କ ସହିତ ବ୍ୟକ୍ତିଗତ ଭାବରେ କଥା ହେଉଛନ୍ତି। ଏହି କଷ୍ଟସାଧ୍ୟ ଲଢେଇରେ ସେମାନଙ୍କ ମନୋବଳକୁ ଉଚ୍ଚ ରଖିବା ପାଇଁ ସେମାନଙ୍କ ତ୍ୟାଗକୁ ଆମେ ସମସ୍ତେ ସମ୍ମାନ ଜଣାଇବା ସହିତ ପୁରା ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଓଡିଶାବାସୀଙ୍କୁ ନିବେଦନ କରିଥିଲେ।
ଓଡିଶାରେ କୋଭିଡ ରୋଗୀଙ୍କ ଚିକିତ୍ସା ବ୍ୟବସ୍ଥା ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯାତ୍ରାରୁ ସଂଗରୋଧ, ପରୀକ୍ଷା, ଟ୍ରେସିଂ, ଚିକିତ୍ସା,ଖାଦ୍ୟ, ରହଣୀ ସବୁକିଛି ଏଠାରେ କୋଭିଡ ରୋଗୀଙ୍କୁ ମାଗଣାରେ ଯୋଗାଇ ଦିଆଯାଉଛି । ଯେତେବେଳେ ଅନ୍ୟ ରାଜ୍ୟର ଡାକ୍ତରଖାନା ଗୁଡିକ କୋଭିଡ ଚିକିତ୍ସା ପାଇଁ ଲକ୍ଷ ଲକ୍ଷ ଟଙ୍କା ଦାବୀ କରୁଛନ୍ତି, ଓଡିଶା ସରକାର ସବୁକିଛି ମାଗଣାରେ ଯୋଗାଉଛନ୍ତି। ସାରା ବିଶ୍ବରେ ଯେକୌଣସି ଅଞ୍ଚଳରେ କୋଭିଡ ରୋଗ ପାଇଁ ଶ୍ରେଷ୍ଠ ଚିକିତ୍ସା ମିଳୁଛି, ତାକୁ ଆମେ ଓଡିଶାରେ କାର୍ଯ୍ୟକାରୀ କରୁଛୁ ଏବଂ କେହି ଲୋକ ଯେପରି ଏହି ସୁବିଧାରୁ ବଞ୍ଚିତ ନ ହେବେ, ସେଥିପାଇଁ ମାଗଣାରେ ଯୋଗାଇ ଦେଉଛୁ ।
ଏହି ଅବସରରେ ପ୍ଲାଜମା ଚିକିତ୍ସା ପଦ୍ଧତିର ଉତ୍ସାହଜନକ ସଫଳତା ସଂପର୍କରେ ମୁଖ୍ୟମନ୍ତ୍ରୀ ଅବତାରଣା କରିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଅତୀତରେ ଓଡିଶା ଅନେକ ବିପର୍ଯ୍ୟୟର ମୁକାବିଲା କରିଛି। ପ୍ରତିକୂଳ ପରିସ୍ଥିତିର ମୁକାବିଲା କରିବା ଏବଂ ପୁଣିଥରେ ଦୃଢ ଭାବରେ ପୂର୍ବ ସ୍ଥିତିକୁ ଫେରିଆସିବାର ଶକ୍ତି ପ୍ରତିଟି ଓଡିଆଙ୍କ ରକ୍ତରେ ରହିଛି । ମହାମାରୀ ଚାଲିଯିବା ପରେ ଓଡିଶା ଅଧିକ ଦୃଢ ଓ ସମୃଦ୍ଧ ଭାବରେ ତାର ସ୍ଥିତି ଜାହିର କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ଆଶାପୋଷଣା କରିଥିଲେ ।
ଏହି ଅବସରରେ ବିଧାନସଭାର ମାନ୍ୟବର ବିଧାୟକ ମାନେ ବ୍ୟକ୍ତିଗତଭାବେ ନିଜର ଯତ୍ନ ନେବା ସହିତ ସେମାନଙ୍କ ଅଞ୍ଚଳରେ ଏହି ପରିସ୍ଥିତିରେ ପ୍ରେରଣାଦାୟୀ ନେତୃତ୍ବ ଦେବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେଇଥିଲେ। କୋଭିଡରେ ସଂକ୍ରମିତ ହୋଇଥିବା ୩ ଜଣ ବିଧାୟକ ଆରୋଗ୍ୟ ଲାଭ କରିଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦବ୍ୟକ୍ତ କରିଥିଲେ ।
ବିଧାୟକମାନେ ସେମାନଙ୍କ ଅଞ୍ଚଳରେ କୋଭିଡ ଯୋଦ୍ଧା ମାନଙ୍କର ଯତ୍ନ ନେବା ସହିତ ପ୍ଲାଜମା ଦାନକୁ ଉତ୍ସାହିତ କରିବା ଏବଂ ସାମାଜିକ ଦୂରତା, ମାସ୍କ ବ୍ୟବହାର ଓ ହାତ ଧୋଇବା ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି ଦିଗରେ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ରାଜ୍ୟର ସାଢେ ଚାରି କୋଟି ଓଡିଆ ଭାଇଭଉଣୀଙ୍କୁ କୋଭିଡ ନିର୍ଦ୍ଦେଶାବଳୀକୁ ଅନୁପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ। ପ୍ରାକୃତିକ ବିପର୍ୟ୍ୟୟ ହେଉ, ବା ମହାମାରୀ ପ୍ରତ୍ୟେକଟି ମଣିଷର ଜୀବନ ରକ୍ଷା କରିବା ତାଙ୍କର ପ୍ରାଥମିକ ଦାୟିତ୍ବ। ସରକାର କୋଭିଡ ନିୟମାବଳୀକୁ କାର୍ୟ୍ୟକାରୀ କରିବା ପାଇଁ ସବୁ ଘରେ ବା ସବୁ ରାସ୍ତାରେ ରହିବା ସମ୍ଭବ ନୁହେଁ । ସମସ୍ତେ ଏକାଠି ହୋଇ ଏହି ମହାମାରୀ ବିରୁଦ୍ଧରେ ଲଢେଇ କରିବା ପ୍ରତ୍ୟେକଙ୍କର ବ୍ୟକ୍ତିଗତ ଦାୟିତ୍ବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ।
Previous Post

କୋଭିଡ୍ ନିୟମ ଉଲ୍ଲଂଘନ: ଅମାନିଆ ଜୟନାରାୟଣଙ୍କୁ ଦଳର ସମର୍ଥନ

Next Post

୩୪ ବର୍ଷ ପରେ ଦେଶର ଶିକ୍ଷାନୀତିରେ ପରିବର୍ତ୍ତନ

Next Post
୩୪ ବର୍ଷ ପରେ ଦେଶର ଶିକ୍ଷାନୀତିରେ ପରିବର୍ତ୍ତନ

୩୪ ବର୍ଷ ପରେ ଦେଶର ଶିକ୍ଷାନୀତିରେ ପରିବର୍ତ୍ତନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA