Tuesday, June 23, 2026 03:52 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କୋଭିଡ ଯୋଦ୍ଧାଙ୍କ ପାଇଁ ବୁଧବାର ସଂଧ୍ୟା ୬ଟାରେ ନୀରବ ପ୍ରାର୍ଥନା

by Our Correspondent
04 Aug, 2020- 09:13 PM
in Latest News, News
1 min read
0
ଭୁବନେଶ୍ୱର: ଆସନ୍ତାକାଲି ସଂଧ୍ୟା ୬ଟାରେ ଆପଣମାନେ ନିଜ ଘରେ ବା ଯେଉଁଠାରେ ଥାଆନ୍ତୁ, ସେଠାରେ ଠିଆ ହୋଇ କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ଏକ ମିନିଟ ନୀରବ ପ୍ରାର୍ଥନା କରନ୍ତୁ ଏବଂ ଏ ଲଢେଇ ଜାରି ରଖିଥିବା କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବାପାଇଁ ଶପଥ କାର୍ଯ୍ୟକ୍ରମରେ ଭାଗ ନିଅନ୍ତୁ । ମୁଁ ନିଜେ ଆପଣମାନଙ୍କୁ ଟିଭି ଓ ସୋସିଆଲ ମିଡିଆ ଜରିଆରେ ଶପଥ ପାଠ କରାଇବି। 
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଏହି ଅପିଲ୍ କରିଛନ୍ତି । ସେ କହିଛନ୍ତି, ଆସନ୍ତାକାଲି ଓଡିଶାରେ ଆରୋଗ୍ୟଙ୍କ ସଂଖ୍ୟା ପଚିଶ ହଜାର ଅତିକ୍ରମ କରିବ। କୋଭିଡ ଯୁଦ୍ଧରେ ଆମର ସଂଗ୍ରାମରେ ଏହା ହେଉଛି ମହତ୍ବପୂର୍ଣ୍ଣ ଘଟଣା। ସମସ୍ତଙ୍କ ସହଯୋଗରେ ଆମେ ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ଅଧିକ ଜୀବନ ରକ୍ଷା କରିପାରିଛୁ। ଆମର ମୃତ୍ୟୁ ହାର ୦.୫୭ ପ୍ରତିଶତ ଅଟେ, ଯାହାକି ସାରା ଦେଶରେ ସବୁଠାରୁ କମ୍‌।  ଆମର ହଜାର ହଜାର କୋଭିଡ ଯୋଦ୍ଧା ମାନଙ୍କର ପ୍ରତିବଦ୍ଧତା,ନିଷ୍ଠା ଓ ଅହର୍ନିଶି ସେବା ଯୋଗୁ ଆଜି ଏହା ସମ୍ଭବ ହୋଇପାରିଛି। ଆମ ସମସ୍ତଙ୍କୁ ନିରାପଦ ରଖିବା ପାଇଁ ସେମାନେ ବିରାଟ ତ୍ୟାଗ ସ୍ବୀକାର କରୁଛନ୍ତି। ଏହି ଭୟାନକ ଯୁଦ୍ଧରେ ମଧ୍ୟ ସେମାନଙ୍କ ମଧ୍ୟରୁ ଅନେକ ସେମାନଙ୍କର ଜୀବନ ବଳିଦାନ ଦେଇଛନ୍ତି। କୋଭିଡ ଯୋଦ୍ଧା ମାନଙ୍କର ମାନବ ଜାତି ପାଇଁ ଏହି ସର୍ବୋଚ୍ଚ ତ୍ୟାଗକୁ ପୁନଃ ସ୍ମରଣ କରିବା ଓ ସମ୍ମାନ ଜଣାଇବା ପାଇଁ ସେମାନଙ୍କ ସ୍ମୃତିରେ ମୁଁ ଏହି ନୀରବ ପ୍ରାର୍ଥନାର ନେତୃତ୍ବ ନେବି।
ଏହି ପ୍ରାର୍ଥନା ସଭା ପରେ ପରେ ଆମେ ସମସ୍ତେ ଏକ ଶପଥ ନେବା। କୋଭିଡ ଯୁଦ୍ଧରେ ଆମ ପରିବାର ଓ ଆମର ସୁରକ୍ଷା ପାଇଁ କୋଭିଡ ନିୟମାବଳୀର କଡାକଡି ପାଳନ ସଂପର୍କରେ ଏହା ଆମକୁ ଦାୟିତ୍ବବାନ ଭାବରେ କାର୍ଯ୍ୟ କରିବାପାଇଁ ପ୍ରେରଣା ଦେବ।
ଆମର କୋଭିଡ ଯୋଦ୍ଧା ମାନଙ୍କୁ ସହଯୋଗ କରିବା, ସେମାନଙ୍କ କାର୍ଯ୍ୟକୁ ସମର୍ଥନ ଦେବା ଏବଂ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ କୋଭିଡ ଯୁଦ୍ଧରେ ଆମର ଦାୟିତ୍ବ ପାଳନ କରିବା ପାଇଁ ଏହା ହେବ ଶ୍ରେଷ୍ଠ ମାର୍ଗ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ମାନବ ଜାତି ତାର ଇତିହାସର ସବୁଠାରୁ କଷ୍ଟକର ପରିସ୍ଥିତି ମଧ୍ୟ ଦେଇ ବର୍ତ୍ତମାନ ଗତି କରୁଛି। କୋଭିଡ ମହାମାରୀ ଆଜି ସାରା ମାନବ ଜାତି ପାଇଁ ଏକ ଅଭୁତପୂର୍ବ ଆହ୍ବାନ ସୃଷ୍ଟି କରିଛି ଏବଂ ପ୍ରତ୍ୟେକ ଦେଶ ଅତ୍ୟନ୍ତ ଗମ୍ଭୀର ପରିସ୍ଥିତି ଦେଇ ଗତି କରୁଛି । ଭାରତ ମଧ୍ୟ କୋଭିଡ ମହାମାରୀର ଭୟାବହତାର ଶିକାର ହୋଇଛି। ଭାରତରେ ପ୍ରତି ଦିନ ପଚାଶ ହଜାରରୁ ଅଧିକ ନୂଆ ସଂକ୍ରମଣ ଦେଖା ଦେଇଛି।
ବର୍ତ୍ତମାନ ଭାରତରେ ଦୈନିକ ସଂକ୍ରମଣ ସାରା ବିଶ୍ବରେ ସର୍ବାଧିକ। ଆମ ଦେଶରେ ପରିସ୍ଥିତିର ଗମ୍ଭୀରତା ଏଥିରୁ ସ୍ପଷ୍ଟ ଅନୁମେୟ। ତେଣୁ ଆମେ ଏହାକୁ ଆଦୌ ହାଲକା ଭାବରେ ନେବା ଉଚିତ ନୁହେଁ। ଗତ ୫ ମାସ ହେଲା ଆମେ କରୋନା ବିରୁଦ୍ଧରେ ଆମର ସଂଗ୍ରାମ ଜାରି ରଖିଛୁ ଏବଂ ଓଡିଶାର ଜନସାଧାରଣ ମଧ୍ୟ ଏହି ମହାମାରୀ ବିରୁଦ୍ଧରେ ଲଢେଇରେ ସାମିଲ ହୋଇଛନ୍ତି। ପ୍ରତ୍ୟେକଟି ଜୀବନ ଆମ ପାଇଁ ମୂଲ୍ୟବାନ ଏବଂ ପ୍ରତି ଲୋକର ଜୀବନ ରକ୍ଷା କରିବା ହେଉଛି ଆମର ମିଶନ।
Previous Post

ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା

Next Post

କଠୋର ଆଭିମୁଖ୍ୟ ରଖିଲେ ମୁଖ୍ୟମନ୍ତ୍ରୀ

Next Post

କଠୋର ଆଭିମୁଖ୍ୟ ରଖିଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA