Thursday, April 30, 2026 09:31 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମହିଳା ସଂରକ୍ଷଣ ବିଲ୍: ସବୁ ମୁଖ୍ୟମନ୍ତ୍ରୀଙ୍କ ସହଯୋଗ ଲୋଡ଼ିଲେ ନବୀନ

by Our Correspondent
06 Dec, 2018- 03:30 PM
in Latest News, News
1 min read
0
ମହିଳା ସଂରକ୍ଷଣ ବିଲ୍: ସବୁ ମୁଖ୍ୟମନ୍ତ୍ରୀଙ୍କ ସହଯୋଗ ଲୋଡ଼ିଲେ ନବୀନ
ଭୁବନେଶ୍ୱର: ସଂସଦ ଓ ବିଧାନସଭାମାନଙ୍କରେ ମହିଳାମାନଙ୍କ ପାଇଁ ଏକ ତୃତୀୟାଂଶ ସ୍ଥାନ ସଂରକ୍ଷଣ ପ୍ରସଙ୍ଗରେ ଆଉ ପାଦେ ଆଗକୁ ବଢ଼ିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସମର୍ଥନ ଓ ସହଯୋଗ ଲଢ଼ିଛନ୍ତି । ୭ ଟି ଜାତୀୟ ଓ ୧୫ଟି ଆଞ୍ଚଳିକ ଦଳର ମୁଖ୍ୟମାନଙ୍କୁ ଭେଟି ଆଲୋଚନା କରିବାକୁ ଗତକାଲି ବିଜେଡ଼ି ନିଷ୍ପତ୍ତି ନେଇସାରିଛି ।
ଦୁଇଦିନ ତଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଯାହା ଲେଖିଥିଲେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଚିଠିରେ ସମାନ କଥା ଲେଖିଛନ୍ତି । ନବୀନ ଲେଖିଛନ୍ତି, ଦେଶ ଓ ସମାଜ ଗଠନରେ ମହିଳାମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ମହିଳାମାନେ ସଶକ୍ତ ହେଲେ ଦେଶ ସଶକ୍ତ ହେବ ଏବଂ ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇପାରିବ । ମହିଳାମାନେ ସଶକ୍ତ ନ ହେଲେ କୌଣସି ପରିବାର, କୌଣସି ସମାଜ, କୌଣସି ରାଜ୍ୟ ବା ଦେଶ ଅଗ୍ରଗତି କରିପାରିବ ନାହିଁ ।
ନବେ ଦଶକରେ ସ୍ୱର୍ଗତ ବିଜୁ ପଟ୍ଟନାୟକ ବିଭିନ୍ନ ପଞ୍ଚାୟତ,ପୌର ପରିଷଦ ସମେତ ଚାକିରିରେ ମହିଳାଙ୍କ ପାଇଁ ୩୩% ସ୍ଥାନ ସଂରକ୍ଷଣ ଆରମ୍ଭ କରିଥିଲେ । ଏହାର ସୁଫଳ ଦେଖିଲା ପରେ ୨୦୧୧ ରେ ରାଜ୍ୟ ସରକାର ଏହି ସ୍ଥାନ ସଂରକ୍ଷଣ ୫୦% କୁ ବୃଦ୍ଧି କରିଛନ୍ତି । ଆମ ସମ୍ବାଧାନ ଲିଙ୍ଗଗତ ବୈଷମ ଦୂର କରାଯିବା ଉପରେ ଗୁରୁତ୍ୱ ଦେଇଛନ୍ତି । ଏଥିପାଇଁ ଆମେ ସମସ୍ତେ ପ୍ରତିବଦ୍ଧତାର ସହ ଉଦ୍ୟମ ଜାରି ରଖିବା ଆବଶ୍ୟକ । ମହିଳାମାନଙ୍କୁ ସମାଜରେ ଉପଯୁକ୍ତ ସ୍ଥାନ ଦେବା ଉଦ୍ୟମରେ ମୁଖ୍ୟମନ୍ତ୍ରୀମାନଙ୍କର ସହଯୋଗ ମହିଳା ସଶକ୍ତିକରଣକୁ ନୂତ ମାର୍ଗ ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।
ଧର୍ମେନ୍ଦ୍ରଙ୍କ ସମାଲୋଚନା: ନବୀନଙ୍କ ମହିଳା ସଂରକ୍ଷଣ ଉଦ୍ୟମକୁ ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ରାଜ୍ୟ ସରକାରଙ୍କ ସୁଆଙ୍ଗ ବୋଲି ସେ କହିଛନ୍ତି । ରାଜ୍ୟରେ ମହିଳାଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ ହୋଇଛନ୍ତି । ଏବେ ନିର୍ବାଚନକୁ ଆଖିରେ ରଖି ବିଜେଡ଼ି ମହିଳା କାର୍ଡ ଖେଳୁଛି କହି ସେ ସମାଲୋଚନା କରିଛନ୍ତି ।
Previous Post

ବିଜୟ ମହାପାତ୍ରଙ୍କୁ ନେଇ ସସପେନ୍ସ

Next Post

ସଫା ହେଲେ ଜେନା

Next Post
ସଫା ହେଲେ ଜେନା

ସଫା ହେଲେ ଜେନା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA