Thursday, April 30, 2026 10:55 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମାଗଣାରେ ପ୍ଲାଜମା ଥେରାପି ଚିକିତ୍ସା

by Our Correspondent
15 Jul, 2020- 06:54 PM
in Latest News, News
1 min read
0
ମାଗଣାରେ ପ୍ଲାଜମା ଥେରାପି ଚିକିତ୍ସା
ଭୁବନେଶ୍ୱର: ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପି । ଭିଡ଼ିଓ କନଫରେନ୍ସିଂ ରେ କଟକ ଏସସିବି ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ୍ ରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀ ଏବଂ ମହାରାଷ୍ଟ୍ର ପରେ ଦେଶର ତୃତୀୟ ରାଜ୍ୟ ଭାବେ ଓଡ଼ିଶାରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପି ଚିକିତ୍ସା । ଗୁରୁତର କରୋନା ରୋଗୀଙ୍କୁ ମାଗଣାରେ ଏହି ଚିକିତ୍ସା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ କହିଥିଲେ, ମୋ ପାଇଁ ଏବଂ ମୋ ସରକାର ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଜୀବନର ସୁରକ୍ଷା ପାଇଁ ଯାହା ସମ୍ଭବ ରାଜ୍ୟ ସରକାର ତାହା ହିଁ କରିବେ । କରୋନା ବିରୋଧୀ ଆମ ଲଢ଼େଇରେ ପ୍ଲାଜମା ଥେରାପି ଏକ ଉପାଦେୟ ଅସ୍ତ୍ର ହେବ । ପ୍ଲାଜମା ଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ସ୍ୱେଚ୍ଛାକୃତ ଭାବେ ଆଗେଇ ଆସିବାକୁ ସବୁ କରୋନା ଆରୋଗ୍ୟଙ୍କୁ ବିନମ୍ର ନିବେଦନ କରିଥିଲେ ମୁଖ୍ୟମନ୍ତ୍ରୀ ।
ଓଡ଼ିଶାବାସୀଙ୍କୁ ସବୁ ପ୍ରକାର ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ । ଅତ୍ୟାଧୁନିକ ଚିକିତ୍ସା ସୁବିଧାରୁ କାହାରିକୁ ବଞ୍ଚିତ କରାଯିବ ନାହିଁ । ରାଜ୍ୟ ସରକାର ଏଥିପାଇଁ ଦୃଢ଼ ସଂକଳ୍ପ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କୋଭିଡ୍ ସଙ୍କଟ ପରିପ୍ରେକ୍ଷୀରେ ଡାକ୍ତର ଏବଂ ସ୍ୱାସ୍ଥ୍ୟକର୍ମୀଙ୍କ ସେବା ଓ ଅକ୍ଲାନ୍ତ ପରିଶ୍ରମକୁ ମୁଖ୍ୟମନ୍ତ୍ରୀ ଭୂୟସୀ ପ୍ରଶଂସା କରିଥିଲେ ।
ବର୍ତ୍ତମାନ ଭୁବନେଶ୍ୱରର ସମ୍, କିମ୍ସ ଓ କଟକ ଅଶ୍ୱିନୀ ହସ୍ପିଟାଲ୍ ରେ ପ୍ଲାଜମା ଥେରାପି ସହାୟତାରେ ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା କରାଯିବ । କଟକ ଏସସିବି ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ୍ ନୋଡାଲ୍ ସେଣ୍ଟର୍ ଭାବେ କାର୍ଯ୍ୟ କରିବ ।
ସୂଚନାଥାଉକି, ମହାମାରୀ କରୋନା ଦ୍ୱାରା ଆକ୍ରାନ୍ତ ଗୁରୁତର ରୋଗୀଙ୍କ ଚିକିତ୍ସା ଲାଗି ପ୍ଲାଜମା ଥେରାପି ବେଶ୍ ଫଳପ୍ରଦ ହେଉଛି । ପ୍ଲାଜମା ଥେରାପି ଏକ ଅତ୍ୟାଧୁନିକ ଚିକିତ୍ସା ବ୍ୟବସ୍ଥା । ଏଥିରେ କରୋନା ସଂକ୍ରମଣରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ରକ୍ତ(ପ୍ଲାଜମା) ସଂଗ୍ରହ କରାଯାଇ ଗୁରୁତର କରୋନା ରୋଗୀଙ୍କୁ ଦିଆଯାଏ । କାରଣ କରୋନା ସଂକ୍ରମିତମାନେ ସୁସ୍ଥ ହେବା ପରେ ସେମାନଙ୍କ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ ।
କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହେବାର ୪ ସପ୍ତାହ ପରେ ପ୍ଲାଜମା ଦାନ କରି ୨ ଜଣ କରୋନା ରୋଗୀଙ୍କୁ ନୂଆ ଜୀବନ ଦେଇପାରିବେ । ପ୍ଲାଜମା ଥେରାପି ଶୁଭାରମ୍ଭ ଅବସରରେ ରାଜ୍ୟର ୪ ଜଣ ବ୍ୟକ୍ତି ସେମାନଙ୍କର ପ୍ଲାଜମା ଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଓ ଅଭିନନ୍ଦନ ଜଣାଇଛନ୍ତି ।
Previous Post

ଅପରାଜିତାଙ୍କ ସମର୍ଥକ ବି ମାନିଲେନି କୋଭିଡ୍ ନିୟମ

Next Post

ଚ୍ୟାଲେଞ୍ଜ୍… ଚ୍ୟାଲେଞ୍ଜ୍…ଚ୍ୟାଲେଞ୍ଜ୍…

Next Post
ଚ୍ୟାଲେଞ୍ଜ୍… ଚ୍ୟାଲେଞ୍ଜ୍…ଚ୍ୟାଲେଞ୍ଜ୍…

ଚ୍ୟାଲେଞ୍ଜ୍... ଚ୍ୟାଲେଞ୍ଜ୍...ଚ୍ୟାଲେଞ୍ଜ୍...

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA