Thursday, April 30, 2026 12:39 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା: ଜୀବନ ଜୀବିକାର ରୋଡମ୍ୟାପ୍ ଧରାଇଲେ

by Our Correspondent
12 May, 2020- 04:38 PM
in Latest News, News
1 min read
0
ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା: ଜୀବନ ଜୀବିକାର ରୋଡମ୍ୟାପ୍ ଧରାଇଲେ
ଭୁବନେଶ୍ୱର: ମଣିଷର ଜୀବନ ସହିତ ଜୀବିକା ମଧ୍ୟ ଗୁରୁତ୍ୱପୂର୍ଣ୍ଣ । ଜୀବନ ଓ ଜୀବିକା ମଧ୍ୟରେ ସମନ୍ୱୟ ଆଣି କରୋନା ବିରୋଧରେ ଲମ୍ବା ଯୁଦ୍ଧ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ କରିଥିବା ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ସ୍ପଷ୍ଟ ହୋଇଛି । ରାଜ୍ୟରେ କୋଭିଡ୍ ନିୟନ୍ତ୍ରଣ ଓ ଅର୍ଥନୈତିକ ପୁନରୁଦ୍ଧାର ଉପରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ଏହା ଏକ ଲମ୍ବା ଯୁଦ୍ଧ । ମାନବିକତା ଏବଂ ବୃତ୍ତିଗତ ଦକ୍ଷତା ସହ ଏହି କଠିନ ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ ଏହି ଅବସରରେ କରୋନା ମୁକାବିଲା ସହ ଜୀବନ ଜୀବିକାର ରୋଡମ୍ୟାପ୍ ରଖିଛନ୍ତି । ଯୋଜନାବଦ୍ଧ ଭାବେ ଏହା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
– ବର୍ତ୍ତମାନ ପ୍ରବାସୀ ଓଡ଼ିଆମାନେ ବହୁ ସଂଖ୍ୟାରେ ଓଡ଼ିଶା ଫେରୁଥିବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିର୍ମିତ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିରଗୁଡ଼ିକର ଉପଯୁକ୍ତ ପରିଚାଳନା କରାଯାଉ । ଏହା ଜରିଆରେ ଲୋକମାନଙ୍କୁ ରୋଜଗାର ଯୋଗାଇ ଦିଆଗଲେ ଅର୍ଥନୀତି ଚଳଚଞ୍ଚଳ ହୋଇପାରିବ ।
– କୋଭିଡ ମୁକାବିଲାରେ ସମାଜର ସକ୍ରିୟ ଅଂଶଗ୍ରହଣ ସହିତ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ଇକୁ ବର୍ତ୍ତମାନ ପରିସ୍ଥିତିରେ ଅଧିକ ସଶକ୍ତ କରାଯିବାର ଆବଶ୍ୟକତା ରହିଛି ।
– ଗଞ୍ଜାମ ଭଳି ଅନ୍ୟ ଜିଲ୍ଲାରେ ଥିବା ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିରମାନଙ୍କର ଅନ୍ତେବାସୀମାନଙ୍କୁ କୋଭିଡ ରୋଗ ପରିଚାଳନା ସମ୍ପର୍କରେ ତାଲିମ ଦିଆଯାଉ । ଯାହା ଫଳରେ ସଙ୍ଗରୋଧରୁ ବାହାରିବା ପରେ ସେମାନେ କୋଭିଡ ସ୍ୱେଚ୍ଛାସେବୀ ଭାବରେ ସମାଜକୁ ସେବା ଯୋଗାଇ ଦେଇପାରିବେ । ଏଥିପାଇଁ ଏକ ସଂକ୍ଷିପ୍ତ ସାର୍ଟିଫିକେଟ୍ କୋର୍ସ ପ୍ରସ୍ତୁତ କରାଯାଉ ।
– ଆଗାମୀ ଏକ ସପ୍ତାହ ମଧ୍ୟରେ ଗଞ୍ଜାମ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ବଲାଙ୍ଗୀର ଆଦି ଜିଲ୍ଲାମାନଙ୍କରେ କୋଭିଡ କେୟାର ସେଣ୍ଟରରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯାଉ ।
– ବର୍ତ୍ତମାନ ସମୟରେ ଗର୍ଭବତୀ ମହିଳା, ପ୍ରସୂତୀ, ଶିଶୁ, ଭିନ୍ନକ୍ଷମ ଓ ବୟସ୍କ ଲୋକମାନଙ୍କ ପ୍ରତି ସ୍ୱତନ୍ତ୍ର ଧ୍ୟାନ ରହୁ ।
– ସ୍ୱାସ୍ଥ୍ୟସେବାରେ ନିୟୋଜିତ କର୍ମଚାରୀମାନଙ୍କ ପାଇଁ ପିପିଇ ଏବଂ ଅନ୍ୟ ମେଡ଼ିକାଲ ଉପକରଣ ଯୋଗାଇବା ସୁନିଶ୍ଚିତ କରାଯାଉ ।
ଅର୍ଥନୈତିକ ପୁନରୁଦ୍ଧାର ଜରିଆରେ ଜୀବିକା ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ଏହାକୁ ଦୃଷ୍ଟିରେ ରଖି ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ
* ନରେଗା ଏବଂ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରାଯିବା ଦରକାର ।
* ବିଭିନ୍ନ ବିଭାଗମାନେ ସେମାନଙ୍କ ଅଧୀନରେ ଅଧିକରୁ ଅଧିକ ଲୋକଙ୍କୁ କାମ ଯୋଗାଇବା ଦରକାର । ସେଥିପାଇଁ ଯୋଜନା ପ୍ରସ୍ତୁତ କରନ୍ତୁ ।
ଗ୍ରାମ୍ୟ ଅର୍ଥନୀତିକୁ ଅଧିକ ସଶକ୍ତ କରିବା ପାଇଁ ଅଧିକ ପାଣ୍ଠି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଅନ୍ୟପକ୍ଷରେ କୃଷି ଅର୍ଥନୀତିକୁ ଅଧିକ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଖୁବ ଶୀଘ୍ର ୩ଟି ଅର୍ଡିନାନ୍ସ ଆଣିବାକୁ ଯାଉଥିବା ବୈଠକରେ ସୂଚନା ଦିଆଯାଇଥିଲା ।
ମିଶନ ଶକ୍ତି ନିର୍ଦ୍ଦେଶିକା ଶ୍ରୀମତୀ ସୁଜାତା କାର୍ତ୍ତିକେୟନ୍ କୋଭିଡ ପରିଚାଳନାରେ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ସମ୍ପର୍କରେ ଆଲୋକପାତ କରିଥିଲେ । ମିଶନ ଶକ୍ତିର ମହିଳାମାନେ ୫୦ ଲକ୍ଷରୁ ଅଧିକ ମାସ୍କ ପ୍ରସ୍ତୁତ କରିଥିବା ବେଳେ ସେଥିରୁ ୪୬ ଲକ୍ଷରୁ ଅଧିକ ମାସ୍କ ବଣ୍ଟନ କରାଯାଇଛି । ମାଗଣା ରନ୍ଧା ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମରେ ୧.୬ କୋଟି ମିଲ୍ ଯୋଗାଇ ଦେଇଛନ୍ତି । ଏହା ସହିତ ସେମାନେ ହସ୍ପିଟାଲ୍ ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମ, ମାଛ ଚାଷ, କୃଷି, ପରିବାଗୁଡ଼ିକୁ ସିଧାସଳଖ ରାସନ ଯୋଗାଣ ଆଦି କାର୍ଯ୍ୟକ୍ରମରେ ସାମିଲ କରିଛନ୍ତି । ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ୩୦୦ କୋଟି ଟଙ୍କାର ସୁଧମୁକ୍ତ ଋଣ ଦିଆଯାଇଛି ବୋଲି ଶ୍ରୀମତୀ କାର୍ତ୍ତିକେୟନ୍ ସୂଚନା ଦେଇଥିଲେ ।
ବିଭିନ୍ନ କ୍ଷେତ୍ରରେ ଶ୍ରମ ଭିତ୍ତିକ କାର୍ଯ୍ୟକ୍ରମକୁ ଜୋରଦାର କରିବା ପାଇଁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ଓ ଜଙ୍ଗଲ ବିଭାଗ ପକ୍ଷରୁ ଏ ଦିଗରେ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଆଗାମୀ ଏକ ମାସ ମଧ୍ୟରେ ୧ ଲକ୍ଷ ଲୋକଙ୍କୁ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ନିୟୋଜିତ କରାଯିବ ।
ଲକଡାଉନ୍ ସମୟରେ ଆଇନଶୃଙ୍ଖଳା ରକ୍ଷା ପାଇଁ ପୁଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ନିୟମଭଙ୍ଗକାରୀମାନଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ପୁଲିସ ଡିଜି ଶ୍ରୀ ଅଭୟ ସୂଚନା ଦେଇଥିଲେ ।
ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର.ବାଲକ୍ରିଷ୍ଣନ୍, ୫-ଟି ସଚିବ ଭି.କେ.ପାଣ୍ଡିଆନ୍, ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବମାନେ, ପୁଲିସ ଡିଜି, ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।
Previous Post

ସୋମବାର ୩୭ ପଜିଟିଭ୍; କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪

Next Post

ମେଡିକାଲରେ ମରିବ ନା ଆପେ ଉଭେଇ ଯିବ କରୋନା !

Next Post
ମେଡିକାଲରେ ମରିବ ନା ଆପେ ଉଭେଇ ଯିବ କରୋନା !

ମେଡିକାଲରେ ମରିବ ନା ଆପେ ଉଭେଇ ଯିବ କରୋନା !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA