Monday, May 25, 2026 05:27 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କୋଭିଡ୍ ଡ୍ୟୁଟିରେ ମୃତ୍ୟୁ ହେଲେ ଆତ୍ମୀୟଙ୍କୁ ୫୦ ଲକ୍ଷ

by Our Correspondent
28 Jul, 2020- 09:28 PM
in Latest News, News
1 min read
0
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କୋଭିଡ୍ ଡ୍ୟୁଟିରେ ମୃତ୍ୟୁ ହେଲେ ଆତ୍ମୀୟଙ୍କୁ ୫୦ ଲକ୍ଷ

ଅଣ-କୋଭିଡ୍ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: କୋଭିଡ୍ ଡ୍ୟୁଟିରେ ମୃତ୍ୟୁବରଣ କରୁଥିବା କୋଭିଡ୍ ଯୋଦ୍ଧାଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୫୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ଯୁଦ୍ଧରେ ନିୟୋଜିତ କର୍ମଚାରୀ ଓ ଜନପ୍ରତିନିଧି(ସରପଞ୍ଚ ଓ ଅନ୍ୟ ପ୍ରତିନିଧି) ଙ୍କ ନିକଟତମ ଆତ୍ମୀୟମାନେ ଏହି ସହାୟତା ପାଇବେ ।
ସେହିଭଳି କୋଭିଡ୍ ଡ୍ୟୁଟିଟି ସମୟରେ ମୃତ୍ୟୁବରଣ କରୁଥିବା ଅଙ୍ଗନବାଡ଼ି ଓ ଆଶାକର୍ମୀଙ୍କ ନିକଟତମ ଆତ୍ମୀୟମାନଙ୍କୁ ମାସିକ ୭,୫୦୦ ଟଙ୍କା ଏବଂ ୫,୦୦୦ ଟଙ୍କା ଲେଖାଏଁ ସହାୟତା ଦିଆଯିବ । ମୃତ ଅଙ୍ଗନବାଡ଼ି ଓ ଆଶାକର୍ମୀମାନେ ବଞ୍ଚିଥିଲେ ସେମାନଙ୍କୁ ଯେବେ ୬୦ ବର୍ଷ ହୋଇଥାନ୍ତା, ସେପର୍ଯ୍ୟନ୍ତ ଏହି ସହାୟତା ସେମାନଙ୍କ ପରିବାରବର୍ଗଙ୍କୁ ଦିଆଯିବ ।
ରାଜ୍ୟରେ କୋଭିଡ୍-୧୯ ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଜି ସମୀକ୍ଷା କରିବା ଅବସରରେ ଏହି ଘୋଷଣା କରିଛନ୍ତି । ଯୋଦ୍ଧାମାନଙ୍କ ପରିବାର ଯେପରି ଅବିଳମ୍ବେ ସହାୟତା ରାଶି ପାଇବେ, ପ୍ରଶାସନ ତ୍ୱରିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ରାଜ୍ୟରେ ଅଣ କୋଭିଡ୍ ରୋଗୀମାନେ ବିଭିନ୍ନ ଡାକ୍ତରଖାନାରେ ଉପଯୁକ୍ତ ଚିକିତ୍ସା ପାଉ ନ ଥିବାର ଅଭିଯୋଗମାନ ଆସୁଛି । ମୁଖ୍ୟମନ୍ତ୍ରୀ ଏହାକୁ ଅତ୍ୟନ୍ତ ଗୁରୁତ୍ୱର ସହ ନେଇଥିଲେ । ଏଭଳି ରୋଗୀମାନଙ୍କ ଚିକିତ୍ସାରେ ଯେଭଳି ସାମାନ୍ୟତମ ଅବହେଳା ନ ହୁଏ, ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ରୋଗୀଙ୍କ ଜୀବନ ବଞ୍ଚାଇବା ଆମର ପ୍ରାଥମିକତା । ଆମର ସବୁ ପଦକ୍ଷେପ ଏହା ଉପରେ ଫୋକସ୍ ହେବା ଦରକାର ବୋଲି ମୁଖ୍ୟମନ୍ତ୍ରୀ ତାଗିଦ୍ କରିବା ସହ ରାଜ୍ୟରେ ଆମ୍ବୁଲାନ୍ସ ନେଟୱର୍କକୁ ସୁଦୃଢ଼ କରିବାକୁ ପରାମର୍ଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ, କୋଭିଡ୍ ପରିଚାଳନାରେ ପ୍ରଶାସନର ଆଗୁଆ ପ୍ରସ୍ତୁତି ଏବଂ ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମି ନିର୍ମାଣ ଏହି ମହାମାରୀକୁ ନିୟନ୍ତ୍ରଣ କରିବାରେ ଫଳପ୍ରଦ ଭୂମିକା ନେଇଛି । ଲକ୍ଷଣ ନ ଥିବା ବା ଅଳ୍ପ ଲକ୍ଷଣ ଥିବା କୋଭିଡ୍ ରୋଗୀମାନେ ଘରେ ରହି ଚିକିତ୍ସିତ ହେବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ଘରୋଇ ପରିବେଶରେ ରୋଗୀମାନେ ଶୀଘ୍ର ଆରୋଗ୍ୟ ଲାଭ କରିବା ସହ ଡାକ୍ତରଖାନା ଉପରେ ଚାପ ହ୍ରାସ୍ ରେ ଏହା ସହାୟକ ହେବ । ଘରେ ରହି ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ଆବଶ୍ୟକ ଚିକିତ୍ସା ସହାୟତା ଯୋଗାଇ ଦେବା ଏବଂ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ତଦାରଖ ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
କୋଭିଡ୍ ରେ ମୃତ୍ୟୁବରଣ କରୁଥିବା ରୋଗୀମାନଙ୍କ ଶବ ସତ୍କାର ଏକ ସମ୍ବେଦନଶୀଳ ପ୍ରଶ୍ନ ହୋଇଥିବାରୁ ଉଭୟ ଆବେଗିକ ଓ ଧାର୍ମିକ ବିଶ୍ୱାସକୁ ନେଇ ସମ୍ମାନଜନକ ଭାବରେ ଶବ ସଂସ୍କାର ପାଇଁ ସରକାରଙ୍କ ନୂତନ ନିର୍ଦ୍ଦେଶାବଳୀ ଉପରେ ଆଲୋକପାତ କରିଥିଲେ ମୁଖ୍ୟମନ୍ତ୍ରୀ ।
ଏଥିସହ ବିଭିନ୍ନ ଡାକ୍ତରଖାନା ଓ କେୟାର ସେଣ୍ଟରମାନଙ୍କରେ ଚିକିତ୍ସିତ ହେଉଥିବା ରୋଗୀମାନେ ଯେପରି ଗୁଣାତ୍ମକ ସେବା ପାଇପାରିବେ, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପର୍ଯ୍ୟବେକ୍ଷକ ଓ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । କୋଭିଡ୍ ଲଢ଼େଇ ଜିତିବା ପାଇଁ ଅଧିକ ପ୍ରତିବଦ୍ଧତାର ସହ କାର୍ଯ୍ୟ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ ।
ଆଜି ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବଲାଙ୍ଗୀର, ବରଗଡ଼ ଓ ନୂଆପଡ଼ା ଆଦି ଜିଲ୍ଲାର କୋଭିଡ୍ ସ୍ଥିତି ଓ ପରିଚାଳନା ସମ୍ପର୍କରେ ଜିଲ୍ଲାର ପର୍ଯ୍ୟବେକ୍ଷକମାନେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । କୋଭିଡ୍ ପରିଚାଳନାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ପର୍ଯ୍ୟବେକ୍ଷକମାନେ କେତେକ ପ୍ରସ୍ତାବ ରଖିଥିଲେ । ଏହି ପ୍ରସ୍ତାବଗୁଡ଼ିକୁ ଅନୁଧ୍ୟାନ କରିବାକୁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ବୈଠକରେ, ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର.ବାଲକ୍ରିଷ୍ଣନ୍, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଭି.କେ.ପାଣ୍ଡିଆନ୍ ଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ତଥା ଜିଲ୍ଲାସ୍ତରରେ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ଥିଲେ ।
Previous Post

କ୍ୟାପିଟାଲ୍ ହସ୍ପିଟାଲ୍ ରେ ପ୍ଲାଜମା ବ୍ୟାଙ୍କ

Next Post

ଗତବର୍ଷ ଅପେକ୍ଷା ଭଲ ରେଜଲ୍ଟ, ମାଟ୍ରିକ୍ ପାସ୍ ହାର ୭୮.୭୬%

Next Post
ଗତବର୍ଷ ଅପେକ୍ଷା ଭଲ ରେଜଲ୍ଟ, ମାଟ୍ରିକ୍ ପାସ୍ ହାର ୭୮.୭୬%

ଗତବର୍ଷ ଅପେକ୍ଷା ଭଲ ରେଜଲ୍ଟ, ମାଟ୍ରିକ୍ ପାସ୍ ହାର ୭୮.୭୬%

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA