Saturday, May 9, 2026 09:00 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୋଦିଙ୍କୁ ଭେଟିଲେ ନବୀନ

by Our Correspondent
11 Jun, 2019- 11:35 AM
in Latest News, News
1 min read
0
ମୋଦିଙ୍କୁ ଭେଟିଲେ ନବୀନ
ନୂଆଦିଲ୍ଲୀ: ଉଭୟ କେନ୍ଦ୍ର ଓ ରାଜ୍ୟରେ ନୂଆ ସରକାର ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କର ପ୍ରଥମ ଭେଟଘାଟ ହୋଇଛି । ପଞ୍ଚମ ପାଳି ଆରମ୍ଭ କରିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପାଳିର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ଦିଲ୍ଲୀ ସରକାରୀ ବାସଭବନରେ ସାକ୍ଷାତ କରି ପ୍ରଥମେ ତାଙ୍କର ବିପୁଳ ବିଜୟ ପାଇଁ ଅଭିନନ୍ଦନ ଜଣାଇଥିଲେ । ରାଜ୍ୟ ସମ୍ବଳିତ ବିଭିନ୍ନ ବିଷୟ ଉପରେ ଉଭୟଙ୍କ ମଧ୍ୟରେ ପ୍ରାୟ ଅଧ ଘଣ୍ଟା ଧରି ଆଲୋଚନା ହୋଇଥିଲା । ରାଜ୍ୟର ବିକାଶ ପାଇଁ ବିଭିନ୍ନ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ଓ ସହାୟତା ଲୋଡ଼ିଥିଲେ ମୁଖ୍ୟମନ୍ତ୍ରୀ ।
ପ୍ରଧାନମନ୍ତ୍ରୀଙ୍କ ସହ ତାଙ୍କର ଆଲୋଚନା ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଥିଲେ । ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବିକୁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ପୁଣି ଥରେ ଉପସ୍ଥାପନ କରିଥିଲେ । ରାଜ୍ୟର ଏହି ଦାବି ବହୁ ପୁରୁଣା ଏବଂ ବାରମ୍ବାର କେନ୍ଦ୍ର ନିକଟରେ ଦାବି ଜଣାଇ ଆସୁଛନ୍ତି । ପ୍ରଧାନମନ୍ତ୍ରୀ କାଳବିଳମ୍ବ ନକରି ଓଡ଼ିଶାର ଦାବିକୁ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ । ସେହିଭଳି ‘ଫନି’ ରେ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ଓଡ଼ିଶାକୁ ୫ ହଜାର କୋଟି ଟଙ୍କା ସହାୟତା ତୁରନ୍ତ ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ଦାବି ରଖିଥିଲେ । ଫନି କ୍ଷୟକ୍ଷତିର ପୂର୍ଣ୍ଣାଙ୍ଗ ରିପୋର୍ଟ ଇତିମଧ୍ୟରେ ରାଜ୍ୟ ସରକାର କେନ୍ଦ୍ରକୁ ଦେଇସାରିଛନ୍ତି ଏବଂ ଜାତୀୟ ବିପର୍ଯ୍ୟୟ ପାଣ୍ଠିରୁ ୫୨୨୭.୬୮ କୋଟି ଟଙ୍କାର ଦାବି ରଖିଛନ୍ତି । ଏହା ତୁରନ୍ତ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଥିଲେ । ‘ଫନି’ କ୍ଷତିଗ୍ରସ୍ତଙ୍କୁ ୫ ଲକ୍ଷ ପକ୍କା ଘର ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।
କୋଇଲା ରୟାଲିଟି ସଂଶୋଧନ ପ୍ରସଙ୍ଗ ପୁଣି ଉତଥାପନ କରିଥିଲେ ମୁଖ୍ୟମନ୍ତ୍ରୀ । କୋଇଲା ରୟାଲିଟି ବୃଦ୍ଧି ପାଇଁ ସେ ପ୍ରଧାନମନ୍ତ୍ରୀଙ୍କୁ ପୁନର୍ବାର ଅନୁରୋଧ କରିଥିଲେ । ଏହାଦ୍ୱାରା ରାଜ୍ୟର ରାଜସ୍ୱ ଆୟ ବୃଦ୍ଧି ପାଇବ ବୋଲି ଦର୍ଶାଇଥିଲେ ।
ତେବେ ପ୍ରଧାନମନ୍ତ୍ରୀଙ୍କ ସହ ଆୟୁଷ୍ମାନ ଯୋଜନା, ଲୋକସଭା ଉପବାଚସ୍ପତି ନିର୍ବାଚନ କିମ୍ବା ଅନ୍ୟ କୌଣସି ପ୍ରସଙ୍ଗରେ ଆଲୋଚନା ହୋଇନଥିବା ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।
Previous Post

ପାଟକୁରା ଜଗିଲେ ଅତନୁ-ଅରୁଣ-ସଞ୍ଜୟ

Next Post

ଫନି କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ୭ କୋଟି ୫୮ ହଜାର

Next Post
ଫନି କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ୭ କୋଟି ୫୮ ହଜାର

ଫନି କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ୭ କୋଟି ୫୮ ହଜାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA