Monday, May 25, 2026 09:25 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୟୁରଭଞ୍ଜରେ ନବୀନଙ୍କ ମହିଳା ଶକ୍ତି ପ୍ରଦର୍ଶନ

by Our Correspondent
30 Jan, 2019- 05:54 PM
in Latest News, News
1 min read
0
ମୟୁରଭଞ୍ଜରେ ନବୀନଙ୍କ ମହିଳା ଶକ୍ତି ପ୍ରଦର୍ଶନ
ବାରିପଦା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଯାଇ ମହିଳା ଶକ୍ତି ପ୍ରଦର୍ଶନ କରିଛନ୍ତି । ବାରିପଦା ଛଉପଡ଼ିଆଠାରେ ଆୟୋଜିତ ମିଶନ ଶକ୍ତି ସମାବେଶରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କମ୍ କହିଥିଲେ, ମାତ୍ର ବେଶୀ ଶୁଣିଥିଲେ । ମିଶନ ଶକ୍ତି ଯୋଜନାର ଲାଭ ପାଇଥିବା ମହିଳାମାନଙ୍କର ସଫଳତା ଓ ସଶକ୍ତିକରଣର କାହାଣୀ ସେମାନଙ୍କ ମୁହଁରୁ ଶୁଣିଥିଲେ । ମିଶନ ଶକ୍ତି ଯୋଜନା ମୟୁରଭଞ୍ଜ ଜିଲ୍ଲାର ସାଧାରଣ ଗୃହିଣୀମାନଙ୍କ ଜୀବନରେ କେଉଁଭଳି ପରିବର୍ତ୍ତନ ଆଣିଛି, ମହିଳାମାନଙ୍କ ସାମାଜିକ ଓ ଅର୍ଥନୈତିକ ସ୍ଥିତି ବଦଳି କେମିତି ସେମାନଙ୍କୁ ସଶକ୍ତ କରିଛି ଜଣଙ୍କ ପରେ ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ଆଗରେ ବର୍ଣ୍ଣନା କରିଥିଲେ ।
ମୟୁରଭଞ୍ଜ ଜିଲ୍ଲାର ପ୍ରାୟ ୫୦ ହଜାର ସ୍ୱୟଂ ସହାୟକ ଗୋଷ୍ଠୀର ୫ ଲକ୍ଷରୁ ଅଧିକ ମହିଳାଙ୍କ ସମାଗମ ହୋଇଥିଲା । ମୁଖ୍ୟମନ୍ତ୍ରୀ ତାଙ୍କ ଉଦବୋଧନରେ ବାରିପଦା ପାଇଁ ୪ଟି ବଡ଼ ଘୋଷଣା କରିଥିଲେ । ସେଗୁଡ଼ିକ ହେଲା, ବାରିପଦା ସହରକୁ ବନ୍ୟା ଦାଉରୁ ରକ୍ଷା କରିବା ପାଇଁ ସହରର ଚାରିପଟେ ଏକ ରିଂଗ ରୋଡ ନିର୍ମାଣ, ବାରିପଦାରେ ଏକ ଛଉ ନୃତ୍ୟ ଗବେଷଣା ପ୍ରତିଷ୍ଠା, ମୟୁରଭଞ୍ଜ ଆୟୁର୍ବେଦ ମହାବିଦ୍ୟାଳୟକୁ ସହକାରୀ ମହାବିଦ୍ୟାଳୟରେ ପରିଣତ ଏବଂ ବାରିପଦା ଅର୍ବାନ୍ କୋଅପରେଟିଭ ବ୍ୟାଙ୍କର ପୁନରୁଦ୍ଧାର ପାଇଁ ରାଜ୍ୟ ସରକାରଙ୍କ ଆର୍ଥିକ ସହାୟତା ପ୍ରଦାନ । ପୁନର୍ବାର ବ୍ୟାଙ୍କିଂ ଲାଇସେନସ ପାଇବା ପାଇଁ ସେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମିଶନ ଶକ୍ତି ସମାବେଶରେ ମୁଖ୍ୟମନ୍ତ୍ରୀ ମୟୁରଭଞ୍ଜ ଜିଲ୍ଲାର ୨୦,୨୯୫ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୧୫ ହଜାର ଟଙ୍କା ଲେଖାଏଁ ସିଡ୍ ମନି ସହାୟତା, ୨୬ ଟି ବ୍ଲକ୍ ସ୍ତରୀୟ ମହାସଂଘକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା, ଡିଜିଟାଲ ସଶକ୍ତିକରଣ ପାଇଁ ୩୯,୪୧୮ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୩ ହଜାର ଟଙ୍କା ଳେଖାଏଁ ସହାୟତା ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୟୁରଭଞ୍ଜରେ ୧୧ଟି ପ୍ରକଳ୍ପର ଉଦଘାଟନ କରିବା ସହିତ ୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ମୟୁରଭଞ୍ଜ ଜିଲ୍ଲା ପାଇଁ ସମୁଦାୟ ୧୫୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ନିର୍ଦ୍ଦେଶିକା ତଥା କମିଶନର ଶ୍ରୀମତୀ ସୁଜାତା କାର୍ତ୍ତିକେୟନ ସ୍ୱାଗତ ଭାଷଣ ଦେଇ ମିଶନ ଶକ୍ତିର ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ଉପରେ ସୂଚନା ଦେଇଥିଲେ । ମହିଳା ସମବାୟ ବିକାଶ ନିଗମ ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।
Previous Post

ସ୍ୱାଧିକାର କମିଟିରୁ କେଭିଙ୍କ ଇସ୍ତଫା: ଚାପ ନା ଆଉ କିଛି?

Next Post

ବିଜେପି ପାଇଁ ବୁମେରାଂ ହେବ ସିବିଆଇ ଅସ୍ତ୍ର !

Next Post
ବିଜେପି ପାଇଁ ବୁମେରାଂ ହେବ ସିବିଆଇ ଅସ୍ତ୍ର !

ବିଜେପି ପାଇଁ ବୁମେରାଂ ହେବ ସିବିଆଇ ଅସ୍ତ୍ର !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA