ଭୁବନେଶ୍ୱର: ରାଜ୍ୟରେ ଆଉ ୫୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୯ ଥିଲା ବେଳେ ବାଲେଶ୍ୱରରୁ ୧୫ ଅଛନ୍ତି । ପ୍ରଥମ ଥର ପାଇଁ ଅନୁଗୁଳ ଜିଲ୍ଲାକୁ ଛୁଇଁଛି କରୋନା । ଜିଲ୍ଲାରୁ ୧୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୟୁରଭଞ୍ଜରୁ ଜଣେ ଚିହ୍ନଟ ହୋଇଛନ୍ତି । ସମସ୍ତେ ସୁରତ ଫେରନ୍ତା ବୋଲି ଜଣାପଡ଼ିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ଗଞ୍ଜାମର ଜଣେ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଥିବାରୁ ମୃତକଙ୍କ ସଂଖ୍ୟା ୩ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୬୮ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧ ରହିଛି । ସେଥିମଧ୍ୟରେ ଗଞ୍ଜାମରୁ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ।