ଭୁବନେଶ୍ୱର: ପୂର୍ବାଞ୍ଚଳ ଜୋନାଲ୍ ପରିଷଦ ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ସ୍ପେଶାଲ୍ ଫୋକସ୍ ଷ୍ଟେଟ୍ ମାନ୍ୟତାର ଦାବି କରିଛନ୍ତି । ପ୍ରାକୃତିକ ବିପର୍ଯ୍ୟୟରେ ଓଡ଼ିଶା ଯୁଝୁଥିବା ଦର୍ଶାଇ ସେ ଏହି ଯୁକ୍ତି ଉପସ୍ଥାପନ କରିବା ସହ ଫନି ସାୟତା ପାଇଁ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ । ଆଜି ଲୋକସେବା ଭବନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ସମଗ୍ର ପୂର୍ବାଞ୍ଚଳ ସମେତ ଓଡ଼ିଶାର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉତଥାପନ କରିଛନ୍ତି ।








