ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଆଜି ଏକ ଛୋଟ ଅଦଳବଦଳ ହୋଇଛି । ହେମନ୍ତ ଶର୍ମାଙ୍କ ହାତରୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମଏସଏମଇ) ବିଭାଗର ଅତିରିକ୍ତ ଦାୟିତ୍ୱ କାଢ଼ି ନିଆଯାଇଛି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ସତ୍ୟବ୍ରତ ସାହୁଙ୍କୁ ଏମଏସଏମଇ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି ।
ଯୋଜନା ଓ ସଂଯୋଜନା ବିଭାଗର ସ୍ୱତନ୍ତ୍ର ସଚିବ ଗୋପବନ୍ଧୁ ଶତପଥୀଙ୍କୁ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ, ଭୁବନେଶ୍ୱରର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଏହି ପଦବୀଟିକୁ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ସଚିବର ମର୍ଯ୍ୟାଦା ଦିଆଯାଇଛି । ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଥିବା ଦେବେନ୍ଦ୍ର କୁମାର ଜେନାଙ୍କୁ ଶ୍ରୀ ଶତପଥୀଙ୍କ ଜାଗାରେ ଅବସ୍ଥାପିତ କରାଯାଇଛି ।
ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଏହି ନିର୍ଦ୍ଦେଶନାମା ପ୍ରକାଶ ପାଇଛି ।