ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଢ଼ାଞ୍ଚାରେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କୁ ମାଗଣାରେ ମିଳିବ ଚାଉଳ ଓ ଡାଲି । ମୁଣ୍ଡପିଛା ମାସକୁ ୫ କେଜି ଚାଉଳ ଏବଂ ପରିବାର ପିଛା ୧ କେଜି ଡାଲି ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଜୁଲାଇରୁ ନଭେମ୍ବର ୫ ମାସ ସାଧାରଣ ବଣ୍ଟନ ବ୍ୟବସ୍ଥା ଜରିଆରେ ଏହା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
କରୋନା ସଂକ୍ରମଣ ଜନିତ ଲକ୍ ଡାଉନ୍ ଓ ସଟ୍ ଡାଉନ୍ ରେ ଲୋକଙ୍କ ଜୀବିକା ବିଶେଷ ପ୍ରଭାବିତ ହୋଇଛି । ଗରିବ ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆଜି ଏହି ବଡ଼ ଘୋଷଣା କରିଛନ୍ତି । ଏହାଦ୍ୱାରା ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ସୁବିଧାରୁ ବାଦ୍ ପଡ଼ିଥିବା ଲକ୍ଷ ଲକ୍ଷ ହିତାଧିକାରୀମାନେ ଉପକୃତ ହୋଇପାରିବେ ବୋଲି କୁହାଯାଇଛି ।