Thursday, May 7, 2026 11:30 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସ୍ଵତନ୍ତ୍ର ଉନ୍ନୟନ ପରିଷଦରେ ଆଉ ୧୪ ଜିଲ୍ଲା

୧୭୨ଟି ବ୍ଲକରେ ହେବ କାର୍ଯ୍ୟକାରୀ, ସାମିଲ ହେବେ ୮୩ଲକ୍ଷ ଜନଜାତି

by Our Correspondent
14 May, 2023- 07:46 PM
in Latest News, News
1 min read
0
ସ୍ଵତନ୍ତ୍ର ଉନ୍ନୟନ ପରିଷଦରେ ଆଉ ୧୪ ଜିଲ୍ଲା

ଭୁବନେଶ୍ୱର: ଜନଜାତି ସଂସ୍କୃତିର ସଂରକ୍ଷଣ ଓ ପ୍ରସାର ପାଇଁ, ଛୋଟ ବଡ ସବୁ ଜନଜାତି ଗୋଷ୍ଠୀର ଅନନ୍ୟ ପରିଚୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ଏକ ବଳିଷ୍ଠ ପଦକ୍ଷେପ ନେଇ ଆଉ ୧୪ଟି ସ୍ଵତନ୍ତ୍ର ଉନ୍ନୟନ ପରିଷଦ ସୃଷ୍ଟି କରାଗଲା ବୋଲି ଘୋଷଣା କରିଛନ୍ତି। ଏହି ନୂତନ ଜିଲ୍ଲା ଗୁଡିକ ହେଉଛି ଅନୁଗୋଳ, ବଲାଙ୍ଗୀର, ବାଲେଶ୍ଵର, ବରଗଡ଼, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ନୂଆପଡ଼ା, ନୟାଗଡ଼ ଓ ସମ୍ବଲପୁର। ଏହାଦ୍ୱାରା ଜନଜାତି କଳା, ସଂସ୍କୃତି ଓ ସାହିତ୍ୟର ସଂରକ୍ଷଣ ପାଇଁ ୨୦୧୭-୧୮ରୁ ଗଠିତ ହୋଇଥିବା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ସଂଖ୍ୟା ୯ରୁ ୨୩କୁ ବୃଦ୍ଧି ପାଇଛି।

ଆଜି ସ୍ଥାନୀୟ ୟୁନିଟ୍ ୧ ସ୍ଥିତ ଆଦିବାସୀ ପଡିଆ ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ପୂର୍ବରୁ ୯ଟି ଜିଲ୍ଲାର ୧୧୭ଟି ବ୍ଲକରେ କାର୍ଯ୍ୟକାରୀ ହେଉଥିଲା। ଏଥିରେ ୬୪ ଲକ୍ଷ ଲୋକ ସାମିଲ ହୋଇଛନ୍ତି। ଏବେ ଏହା ୨୩ଟି ଜିଲ୍ଲାର ୧୭୨ଟି ବ୍ଲକରେ ଏହା କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିପାଇଁ ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟ ସରକାର ୨୨୩ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି କାର୍ଯ୍ୟକ୍ରମରେ ଅଶି ଲକ୍ଷ ରୁ ଅଧିକ ଜନଜାତି ଲୋକ ସାମିଲ ହୋଇ ନିଜ କଳା ଓ ସଂସ୍କୃତିର ବିକାଶ ପାଇଁ କାମ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଗନ୍ନାଥ ସଂସ୍କୃତି ସହିତ ଜନଜାତି ସଂସ୍କୃତିର ଗଭୀର ସମ୍ପର୍କ ଅଛି। ଏଥିରେ ପ୍ରକୃତି ଓ ପରିବେଶର ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଛି। ପ୍ରକୃତିର ପୂଜା ଓ ଭାଇଚାରା ଆଦିବାସୀ ସଂସ୍କୃତିର ମୁଖ୍ୟ ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବିକାଶର ପରିଭାଷାରେ କଳା ଓ ସଂସ୍କୃତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସେମାନଙ୍କ କଳା ଓ ସଂସ୍କୃତିର ସଂରକ୍ଷଣ ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଗଠନ କରାଯାଇଛି। ରାଜନୀତି ଠାରୁ ଆରମ୍ଭ କରି ସାହିତ୍ୟ, ସଂସ୍କୃତି, ଭାଷା, ରାଜନୀତି ସବୁ କ୍ଷେତ୍ରରେ ଜନଜାତି ବର୍ଗର ଲୋକଙ୍କ ଅବଦାନ ରହିଛି। ଓଡ଼ିଶାର ସଂସ୍କୃତିକୁ ସେମାନେ ଗୌରବମୟ କରିଛନ୍ତି। ମୁଁ ସେମାନଙ୍କ ପାଇଁ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ନୂଆ ପରିଷଦ ଗଠନ ଦ୍ଵାରା ସବୁ ଛୋଟ ଛୋଟ ବର୍ଗର ଜନଜାତି ଗୋଷ୍ଠୀ ସେମାନଙ୍କ କଳା ଓ ଐତିହ୍ୟ ର ସୁରକ୍ଷା ପାଇଁ ମଧ୍ଯ ନିଜର ଗୁରୁତ୍ଵ ପୁର୍ଣ୍ଣ ଅବଦାନ ରଖି ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନା ଯୋଗ୍ୟ ଯେ ୨୦୧୭ରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଗଠନ ଦ୍ଵାରା ଜନଜାତି ବର୍ଗର ଅନନ୍ୟ ସଂସ୍କୃତିର ସୁରକ୍ଷା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ଏକମାତ୍ର ରାଜ୍ୟ ଭାବେ ପଦକ୍ଷେପ ନେଇଥିଲା। ଏଥିରେ ଜନଜାତି ଲୋକଙ୍କ ପବିତ୍ର ବୃକ୍ଷ ର ସଂରକ୍ଷଣ, ସଂସ୍କୃତି କ୍ଲବ୍ ଗଠନ, ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ, ଆଦି ଅନେକ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ବର୍ତମାନ ସୁଦ୍ଧା, ଏହି କାର୍ଯ୍ୟକ୍ରମରେ ୬୦ ହଜାରରୁ ଅଧକ ପ୍ରକଳ୍ପର କର୍ଯ୍ୟାନ୍ୱୟନ ହୋଇ ସାରିଛି। ୪୫୯୯ ଚିହ୍ନିତ ପବିତ୍ର ବୃକ୍ଷ ମଧ୍ୟରୁ ୪୪୯୬ ଟି ବୃକ୍ଷର ସଂରକ୍ଷଣ କରାଯାଇସାରିଛି। ୧୫୯୨ଟି କ୍ଲବ୍ ଗଠନ କରାଯାଇଛି। 

ଏହି ଅବସରରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା କହିଲେ ଯେ ଆଦିବାସୀ ମାନଂକ ସର୍ବାଙ୍ଗୀନ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ପଦକ୍ଷେପ ନେଇଛନ୍ତି। ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଆଦିବାସୀ ମାନଂକ ପାଇଁ ବିକାଶର ଏକ ନୂଆ ଧାରା ସୃଷ୍ଟି କରିବ ବୋଲି ସେ କହିଥିଲେ।

ସ୍ଵତନ୍ତ୍ର ଉନ୍ନୟନ ପରିଷଦ ର ଉପଦେଷ୍ଟା ପ୍ରଦୀପ ମାଝୀ କହିଲେ ଯେ ଜନଜାତି ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଭବିଷ୍ୟତ ପୀଢ଼ି ପାଇଁ ସ୍ମରଣୀୟ ହୋଇ ରହିବ। ଏହି ପରିଷଦ ସବୁ ଆଦିବାସୀ ଗୋଷ୍ଠୀ ମଧ୍ୟରେ ସମ୍ପର୍କର ସେତୁ ହୋଇ ରହିବ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି କେ ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ଅତିଥି ମାନଙ୍କୁ ସ୍ୱାଗତ କରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ରୂପା ରୋସନ୍ ସାହୁ ଆଦିବାସୀ ସଂସ୍କୃତିର ଅନନ୍ୟ ଚିନ୍ତାଧାରାକୁ ପ୍ରୋତ୍ସାହିତ କରିବା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ୨୦୧୭-୧୮ରୁ ଗଠନ କରାଯାଇଛି। ଆଦିବାସୀ ମାନଂକ ସଂସ୍କୃତିର ସୁରକ୍ଷା ପାଇଁ ଅନ୍ୟ କୌଣସି ରାଜ୍ୟ ବା ଦେଶରେ ଏଭଳି ପଦକ୍ଷେପର ନଜିର ନାହିଁ ବୋଲି ସେ କହିଥିଲେ।

ଏଟିଏଲସିର ସଦସ୍ୟ ସଚିବ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ୍ ଅର୍ପଣ କରିଥଲେ।

Previous Post

ଡବଲ୍ ଇଞ୍ଜିନ୍ ନୁହେଁ, ସୁଶାସନ ଜରୁରୀ: ନବୀନ

Next Post

ଭୁବନେଶ୍ୱର-ଦୁବାଇ ସିଧାସଳଖ ବିମାନ ଉଡ଼ାଣ ଆରମ୍ଭ

Next Post
ଭୁବନେଶ୍ୱର-ଦୁବାଇ ସିଧାସଳଖ ବିମାନ ଉଡ଼ାଣ ଆରମ୍ଭ

ଭୁବନେଶ୍ୱର-ଦୁବାଇ ସିଧାସଳଖ ବିମାନ ଉଡ଼ାଣ ଆରମ୍ଭ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA