Monday, May 25, 2026 06:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୭ ବିଭାଗରେ ୧୬୮୬ ଜଣଙ୍କୁ ନିଯୁକ୍ତି

ଜୁନ୍ ୨୦୨୬ ସୁଦ୍ଧା ଆହୁରି ୪୦ ହଜାର ସରକାରୀ ପଦବୀ ପୂରଣ ହେବ: ମୁଖ୍ୟମନ୍ତ୍ରୀ

by Our Correspondent
15 Sep, 2025- 08:49 PM
in Latest News, News
1 min read
0
୭ ବିଭାଗରେ ୧୬୮୬ ଜଣଙ୍କୁ ନିଯୁକ୍ତି

ଭୁବନେଶ୍ୱର:  ଆଜି ଇଡ୍‌କୋ ପ୍ରଦର୍ଶନୀ ପଡିଆ ଠାରେ ଏକାଦଶତମ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଥିଲା । ଏଥିରେ ୭ଟି ବିଭାଗ ଯଥା- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ସର୍ବାଧିକ ୯୮୨ ଜଣ, ଜଳ ସମ୍ପଦ ବିଭାଗରେ ୪୧୩ ଜଣ, କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ୩୪ ଜଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୧୩୬ ଜଣ , ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗରେ ୨୩ ଜଣ, ଅର୍ଥ ବିଭାଗରେ ୬୧ ଜଣ ଓ ଆଇନ୍ ବିଭାଗରେ ୩୭ ଜଣଙ୍କୁ ଏହିଭଳି ସମୁଦାୟ ୧୬୮୬ ଜଣଙ୍କୁ ବିଭିନ୍ନ ବର୍ଗରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ସରକାରଙ୍କ ଦ୍ୱିତୀୟ ବର୍ଷ ପ୍ରାରମ୍ଭର ଏହା ହେଉଛି ଦ୍ୱିତୀୟ ନିଯୁକ୍ତି ମେଳା।

ମୁଖ୍ୟମନ୍ତ୍ରୀ ଉପସ୍ଥିତ ନବ ନିଯୁକ୍ତଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଆପଣ ମାନଙ୍କର କର୍ତ୍ତବ୍ୟ ହେଉଛି ସରକାରଙ୍କ ନୀତି ନିୟମର ମର୍ଯ୍ୟାଦାରେ ରହି ନିଜ କାର୍ଯ୍ୟ ସମ୍ପାଦନ କରିବା। ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ସମସ୍ତେ ଭଲ କାମ କରନ୍ତୁ, ସୁନାମ ଅର୍ଜନ କରନ୍ତୁ, ସଚ୍ଚୋଟତାକୁ ୱାର୍କ କଲ୍‌ଚରର ଅବିଚ୍ଛେଦ୍ୟ ଅଙ୍ଗ ବନାନ୍ତୁ। ଅସୀମିତ ଆତ୍ମସନ୍ତୋଷ ପାଇବେ। ସାଧାରଣ ଗରିବ ଜନତାଙ୍କ ଆଶୀର୍ବାଦ ହେବ ଆପଣଙ୍କ ପାଇଁ ସବୁଠାରୁ ବଡ ପୁଞ୍ଜି।

ସେ ପୁଣି କହିଥିଲେ, ସାଂପ୍ରତିକ ପରିସ୍ଥିତିରେ ଯୁବ ସମାଜ ପାଇଁ ସବୁଠାରୁ ବଡ ଆହ୍ୱାନ ହେଉଛି ରୋଜଗାର ବିଶେଷ ଭାବେ ନିଯୁକ୍ତି। ସେଥିପାଇଁ ମାତ୍ର ୧୫ ମାସ ମଧ୍ୟରେ ୧୧ଟି ନିଯୁକ୍ତି ମେଳା ଜରିଆରେ ସରକାରୀ କ୍ଷେତ୍ରରେ ଆମେ ଆଜିକୁ ମିଶାଇ ସମୁଦାୟ ୩୦,୦୩୨ ଟି ପଦବୀରେ ନିଯୁକ୍ତି ପ୍ରଦାନ କରିଛୁ। ସରକାର ଆସିବାର ପ୍ରଥମ ଦୁଇ ବର୍ଷରେ ୬୫ ହଜାର ସରକାରୀ ପଦବୀ ପୂରଣ କରାଯିବାର ଲକ୍ଷ୍ୟ ରହିଥିଲା। ଜୁନ୍ ୨୦୨୬ ଶେଷ ସୁଦ୍ଧା ଆହୁରି ୪୦ ହଜାର ସରକାରୀ ପଦବୀ ପୂରଣ ହେବ। ସରକାରୀ ପଦବୀ ପୂରଣ କରିବାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ବନ କରାଯାଉଛି, ମେରିଟ୍ ବେସିସ୍‌ରେ ଚୟନ କରାଯାଉଛି। ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ରାଜ୍ୟରେ ଯୁବ ବର୍ଗଙ୍କ ପାଇଁ ପର୍ଯ୍ୟାପ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯାଉଛି। ୧୫ ମାସ ମଧ୍ୟରେ ସରକାରଙ୍କ ପକ୍ଷରୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ୧,୦୭,୯୨୬ ଜଣଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ୩୦ ଜଣ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ନବନିଯୁକ୍ତଙ୍କ ମଧ୍ୟରୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଯୋଗଦେଇଥିବା ସମ୍ବଲପୁରର ଶିବାନୀ ଷଡଙ୍ଗୀ ଓ ଅର୍ଥ ବିଭାଗରେ ଯୋଗଦେଇଥିବା କଟକ ଜିଲ୍ଲାର ବିଶ୍ୱଜିତ୍ ପ୍ରଧାନ ତାଙ୍କ ଅନୁଭୂତି ଓ ଅଭିଜ୍ଞତାରେ ସରକାରଙ୍କ ସ୍ୱଚ୍ଛ ଓ ନିରପେକ୍ଷ ଚୟନ ପଦ୍ଧତି ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ।

ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ନବ ନିଯୁକ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ ଆମ ସରକାର ଯାହା ପ୍ରତିଶ୍ରୁତି ଦିଅନ୍ତି, ତାହା ପୂରଣ କରିଥାନ୍ତି। ଆମର ଲକ୍ଷ୍ୟ ରହିଛି ୫ ବର୍ଷରେ ୧.୫୦ ଲକ୍ଷ ନିଯୁକ୍ତି ପ୍ରଦାନ। ଆଜି ସୁଦ୍ଧା ୩୦ ହଜାରରୁ ଉର୍ଦ୍ଧ୍ୱ ନିଯୁକ୍ତି ପ୍ରଦାନ କରାଗଲାଣି। ପାଞ୍ଚ ବର୍ଷ ଭିତରେ ଆମେ ଖାଲି ଥିବା ସମସ୍ତ ପଦବୀ ପୂରଣ କରିବୁ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଓ ଇଲୋକ୍ଟ୍ରୋନିକସ୍‌ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ, ଆମ ସରକାର ଆସିବା ପରେ ପ୍ରତିବଦ୍ଧତାର ସହ ଆମେ ବିଭିନ୍ନ ବିଭାଗରେ ଖାଲିଥିବା ପଦବୀ ଗୁଡିକ ପୂରଣ କରିବା ପାଇଁ ନିଯୁକ୍ତି ମେଳା ମାଧ୍ୟମରେ ଉଦ୍ୟମ ଜାରି ରଖିଛୁ। ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଆମେ ନିଷ୍ଠାର ସହ କାମ କରୁଛୁ।

କାର୍ଯ୍ୟକ୍ରମରେ ଆଇନ, ଅବକାରୀ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସଂପଦ ଚନ୍ଦ୍ର ସ୍ବାଇଁ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ସାର ପାଇଁ ଡ଼ହଳ ବିକଳ

Next Post

ସମ୍ ଲାଇଫ୍ସାଇନ୍ସେସ୍ ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

Next Post
ସମ୍ ଲାଇଫ୍ସାଇନ୍ସେସ୍ ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସମ୍ ଲାଇଫ୍ସାଇନ୍ସେସ୍ ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA