Friday, June 5, 2026 03:37 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି ଖୁବ ଶୀଘ୍ର

ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

by Our Correspondent
18 Aug, 2025- 09:49 PM
in Latest News, News
1 min read
0
୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି ଖୁବ ଶୀଘ୍ର
Spread the love

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି  ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ବିଷୟରେ ଆଲୋଚନା କରି ରାଜ୍ୟରେ ଖାଲି ପଡିଥିବା ବିଭିନ୍ନ ଡାକ୍ତର ପଦବୀ ଓ ପ୍ରଫେସର ପଦବୀ ପୂରଣ ଉପରେ ଗୁରୁତ୍ୱାରୋପ କରିଥିଲେ।

ବୈଠକର ଆଲୋଚନାରୁ ଜଣା ଯାଇଛି ଯେ, ଖୁବ ଶୀଘ୍ର ରାଜ୍ୟରେ ୧୮୪୦ ଡାକ୍ତର ତଥା ମେଡିକାଲ ଅଫିସର ନିଯୁକ୍ତି ପାଇବେ ଏବଂ ଆହୁରି ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ମଧ୍ୟ ନିଯୁକ୍ତି ପାଇବେ। ରାଜ୍ୟର ସମସ୍ତ ସ୍ଥାନରେ ଉପଯୁକ୍ତ ସଂଖ୍ୟାରେ ମେଡିକାଲ ଅଫିସର ନିଯୁକ୍ତି ନିମନ୍ତେ ସୁବ୍ୟବସ୍ଥାକରଣ (rationalisation) ପ୍ରକ୍ରିୟା କରାଯିବା ସହିତ ଆଦିବାସୀ ଅଧୁଷିତ ଅଂଚଳ ମାନଙ୍କରେ ଅଧିକରୁ ଅଧିକ ଡାକ୍ତର ନିଯୁକ୍ତି ପ୍ରଦାନ କରିବା ପାଇଁ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ବିଭିନ୍ନ ମେଡିକାଲ କଲେଜରେ ଖାଲି ପଡିଥିବା ଆସିଷ୍ଟାଣ୍ଟ ପ୍ରଫେସର, ଆଷୋସିଏଟ ପ୍ରଫେସର ଏବଂ ପ୍ରଫେସର ପଦବୀ ଖୁବ ଶୀଘ୍ର ରାଜ୍ୟ ସରକାର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ବିଭିନ୍ନ ମେଡିକାଲ କଲେଜରେ ପି.ଜି. ସିଟ ସଂଖ୍ୟା ବୃଦ୍ଧି, ମେଡିକାଲ କଲେଜର ଭିତ୍ତିଭୂମି ବିକାଶ, ସ୍ୱାସ୍ଥ୍ୟ ସେବା ଛଡା ଅନ୍ୟାନ୍ୟ ଆବଶ୍ୟକୀୟ ପଦବୀ ପୂରଣ ଓ ଟେକ୍ନିକାଲ ଷ୍ଟାଫଙ୍କ ନିଯୁକ୍ତି ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀ ଉକ୍ତ ବୈଠକରେ ଆଲୋଚନା କରି ଏଥି ନିମନ୍ତେ ବିଭାଗୀୟ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ପ୍ରତ୍ୟେକ ଦୁର୍ଘଟଣା ପ୍ରବଣ ଅଂଚଳରେ Integrated Trauma Care Centre ସ୍ଥାପନ ପାଇଁ ଗୁରୁତ୍ୱ ଦେବା, ଯେଉଁ ସ୍ଥାନକୁ ଡାକ୍ତର ମାନେ ଯିବାପାଇଁ ଅରାଜି ହେଉଛନ୍ତି ସେହି ସ୍ଥାନ ମାନଙ୍କରେ ଡାକ୍ତରଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି କରିବା ଏବଂ ଆୟୁଷ ଡାକ୍ତରଙ୍କ ବିଭିନ୍ନ ସମସ୍ୟା ବିଷୟରେ ଏହି ଆଲୋଚନା ହୋଇଥିଲା।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଡାକ୍ତରଙ୍କ ସମସ୍ୟା, ନିଯୁକ୍ତି, ବେତନ, ମେଡିକାଲ ଶିକ୍ଷାରେ ସିଟ ବୃଦ୍ଧି ଭଳି ବିଭିନ୍ନ ବିଷୟ ଉପରେ ଆଲୋଚନା କରି ଉପଯୁକ୍ତ ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅବସରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୀବ ମିଶ୍ର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ସ୍ୱାସ୍ଥ୍ୟ ବିଭାଗ କମିଶନର ତଥା ସଚିବ, ଅଶ୍ୱଥି ଏସ, ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଡଃ ବୃନ୍ଦା ଡ଼ି, ଓଡିଶା ଷ୍ଟେଟ୍ ମେଡିକାଲ୍ କର୍ପୋରେସନ୍ ଲିମିଟେଡ୍ ର ପରିଚାଳନା ନିର୍ଦ୍ଦେଶିକା ଡଃ ପୋମା ଟୁଡୁ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ ।

Previous Post

ଆଇସିୟୁରୁ ବାହାରିଲେ ନବୀନ

Next Post

ମୁଖ୍ୟମନ୍ତ୍ରୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ଅର୍ଥ କମିସନ

Next Post
ମୁଖ୍ୟମନ୍ତ୍ରୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ଅର୍ଥ କମିସନ

ମୁଖ୍ୟମନ୍ତ୍ରୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ଅର୍ଥ କମିସନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA