Tuesday, June 30, 2026 07:36 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୧୩ ଜିଲ୍ଲାରେ ୧୯ଟି ନଦୀ ଜଳାଶୟ ପ୍ରକଳ୍ପ, ଖର୍ଚ୍ଚ ହେବ ୪୬୦୦ କୋଟି

ମୁଖ୍ୟମନ୍ତ୍ରୀ କଲେ ଭିତ୍ତିପ୍ରସ୍ତର ସ୍ଥାପନ

by Our Correspondent
20 Jan, 2024- 03:02 PM
in Latest News, News
1 min read
0
୧୩ ଜିଲ୍ଲାରେ ୧୯ଟି ନଦୀ ଜଳାଶୟ ପ୍ରକଳ୍ପ, ଖର୍ଚ୍ଚ ହେବ ୪୬୦୦ କୋଟି

ଭୁବନେଶ୍ୱର: ୪,୬୦୦ କୋଟି ଟଙ୍କା ବ୍ୟୟରେ ଓଡ଼ିଶାର ୧୩ ଟି ଜିଲ୍ଲାରେ ନିର୍ମାଣ ହେବ ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ(Instream Storage Structure) । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଯୋଗେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ୧୯ ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି । ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ ସମାବେଶରୁ ଲୋକମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଯୋଡ଼ି ହୋଇଥିଲେ । କେନ୍ଦ୍ରାପଡାରେ ୧୫ ହଜାର ରୁ ଅଧିକ ଚାଷୀ ଉପସ୍ଥିତ ଥିଲେ । ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ ହଜାର ଥିଲେ ମହିଳା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଏହି ପ୍ରକଳ୍ପ ଦ୍ୱାରା ଚାଷୀ ଭାଇଭଉଣୀମାନେ ବହୁଳ ଭାବେ ଉପକୃତ ହେବେ। ବିଶେଷ କରି ପିଇବା ପାଣି ଯୋଗାଣ କ୍ଷେତ୍ରରେ ସୁବିଧା ହେବ। ଏହା ସହିତ ମାଛ ଚାଷ, ପଶୁପାଳନ ଆଦିରେ ମଧ୍ୟ ସହାୟକ ହେବ। ଏହି ପ୍ରକଳ୍ପ ସବୁ ଭୂତଳ ଜଳ ସ୍ତର ବୃଦ୍ଧି କରି ପରିବେଶକୁ ସନ୍ତୁଳିତ କରିବ। ଆମର ନିରନ୍ତର ବିକାଶ ପାଇଁ ଏପରି ପ୍ରକଳ୍ପ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ । ଏହା ସହିତ ବନ୍ୟା ନିୟନ୍ତ୍ରଣରେ ମଧ୍ୟ ଏହି ପ୍ରକଳ୍ପଗୁଡିକ ସହାୟକ ହେବ ।

୨୦୨୦ରେ ଅନ୍ତଃ ନଦୀ ଜଳାଶୟ (Instream Storage) ପାଇଁ ୧୧ ହଜାର ୭୦୦ କୋଟି ଟଙ୍କାରେ ଯୋଜନା ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ୭୨ଟି ପ୍ରକଳ୍ପ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଆମର ସବୁ କାର୍ଯ୍ୟକ୍ରମ ଲୋକମତ ଓ ଜନ ସହଭାଗିତା ଭିତ୍ତିରେ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ, ତାଙ୍କ ନିର୍ଦ୍ଦେଶରେ ୫-ଟି ଅଧ୍ୟକ୍ଷ ବିଭିନ୍ନ ଜିଲ୍ଲାକୁ ଗସ୍ତ କରିବା ସମୟରେ ଲୋକଙ୍କ ଠାରୁ ଏପରି ପ୍ରକଳ୍ପ ପାଇଁ ପ୍ରସ୍ତାବ ଆସିଥିଲା। ଲୋକଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇ ଏହି ସବୁ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ୫-ଟି ଉପକ୍ରମରେ ଏହି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ କାର୍ଯ୍ୟ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ। ଏହି ପ୍ରକଳ୍ପଗୁଡିକର ନିର୍ମାଣ କ୍ଷେତ୍ରରେ ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗ ସହିତ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ଗୁରୁତ୍ୱ ଦିଆଯାଇଛି। ଏହି ପ୍ରକଳ୍ପ ଦ୍ୱାରା କୌଣସି ଲୋକ ବିସ୍ଥାପିତ ହେବେ ନାହିଁ।

ବଲାଙ୍ଗୀରରୁ କାର୍ଯ୍ୟକ୍ରମରେ ଯୋଗ ଦେଇ ଜଳ ସମ୍ପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଲେ ଯେ ଚାଷୀମାନଙ୍କର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ସଂକଳ୍ପ ରହିଛି। ଖରାଦିନେ ଯେପରି ପାଣି ପାଇବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପ ଆରମ୍ଭ କରିଛନ୍ତି।

କେନ୍ଦ୍ରାପଡ଼ା ମହାକାଳପଡାଠାରେ ଉପସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଲେ ଯେ କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି। କେବଳ ଏହି ପ୍ରକଳ୍ପ ନୁହେଁ, କେନ୍ଦ୍ରାପଡାରେ ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଆର୍ସେଲର୍ ମିତ୍ତଲ ପ୍ରକଳ୍ପ ପାଇଁ ସେ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଥିଲେ।

୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ସ୍ଥାନର ଉନ୍ନତି ପାଇଁ ପ୍ରକଳ୍ପ କରୁଛନ୍ତି। କେନ୍ଦ୍ରାପଡାର ସବୁ ବିକାଶ କାର୍ଯ୍ୟକ୍ରମରେ ଲୋକଙ୍କ ଭରପୁର ସହଯୋଗ ମିଳୁଛି ବୋଲି ପ୍ରକାଶ କରି ସେ କେନ୍ଦ୍ରାପଡାବାସୀଙ୍କୁ ଧନ୍ୟବାଦ ଦେଇଥିଲେ। କେନ୍ଦ୍ରାପଡାରେ ଆର୍ସେଲର୍ ମିତ୍ତଲ ନିପନ୍ ଷ୍ଟିଲ ପ୍ରକଳ୍ପ ପାଇଁ ଜାପାନ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଖୁବ୍ ଉଦ୍ୟମ କରିଥିଲେ ବୋଲି ପ୍ରକାଶ କରି ସେ କହିଲେ ଲୋକଙ୍କ ସହଯୋଗରେ ମୁଖ୍ୟମନ୍ତ୍ରୀ ଖୁବ୍ ଶୀଘ୍ର ଏଥିପାଇଁ ଶୁଭ ଦେବେ।

ବଉଦ କଣ୍ଟାମାଳରେ ଉପସ୍ଥିତ ବିଧାୟକ ମହିଧର ରଣା ମଧ୍ୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ଉପସ୍ଥିତ ତିନି ଜଣ ଚାଷୀ ସେମାନଙ୍କ ମତାମତ ଦେଇଥିଲେ। କେସିଙ୍ଗାରେ ପାନାଲାଲ ବେମାଲ, ଆଖୁଆପଦାରେ ଶରତ ଚନ୍ଦ୍ର ଜେନା ଓ ବୀରମହାରାଜପୁରରେ ବିବଶ୍ୱତି ପଣ୍ଡା ପ୍ରମୁଖ ମତ ଦେଇ କହିଲେ ଯେ ଏହି ପ୍ରକଳ୍ପ ଦ୍ୱାରା ଆମ ଭଳି ଚାଷୀ ମାନଙ୍କର ମରୁଡି ସମସ୍ୟା ଦୂର ହେବ । ଆମେ ବିଭିନ୍ନ ପ୍ରକାର ଚାଷ କରିପାରିବୁ ଓ ପିଇବା ପାଣିର ସମସ୍ୟା ମଧ୍ୟ ରହିବ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ।

ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀମତୀ ଅନୁ ଗର୍ଗ ସ୍ଵାଗତ ଭାଷଣ ଦେଇଥିଲେ। ବିଭାଗୀୟ ଇଂଜିନିୟର ଇନ ଚିଫ୍ ଧନ୍ୟବାଦ୍ ଦେଇଥିଲେ।

Previous Post

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ବ୍ୟାପକ ପ୍ରସ୍ତୁତି

Next Post

ଧର୍ମେନ୍ଦ୍ରଙ୍କ କଟାକ୍ଷ, ବବିଙ୍କ ଜବାବ

Next Post
ଧର୍ମେନ୍ଦ୍ରଙ୍କ କଟାକ୍ଷ, ବବିଙ୍କ ଜବାବ

ଧର୍ମେନ୍ଦ୍ରଙ୍କ କଟାକ୍ଷ, ବବିଙ୍କ ଜବାବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA