Friday, January 16, 2026 12:28 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୨୦୨୪ ସବୁଠାରୁ ଉତ୍ତପ୍ତ ବର୍ଷ, ବଢ଼ିବ ରୌଦ୍ରତାପର ପ୍ରଭାବ

by Our Correspondent
12 Jul, 2025- 09:44 PM
in Latest News, News
1 min read
0
୨୦୨୪ ସବୁଠାରୁ ଉତ୍ତପ୍ତ ବର୍ଷ, ବଢ଼ିବ ରୌଦ୍ରତାପର ପ୍ରଭାବ

ଭୁବନେଶ୍ୱର: ୧୯୦୧ ମସିହା ଠାରୁ ଏପର୍ଯ୍ୟନ୍ତ ୨୦୨୪ ସବୁଠାରୁ ଉତପ୍ତ ବର୍ଷ ଥିଲା । ବିଶ୍ୱ ତାପନ ପ୍ରଭାବ ଯୋଗୁଁ ୨୦୧୦ ରୁ ୨୦୨୪ ୧୫ ବର୍ଷ ମଧ୍ୟରେ ଦଶ ବର୍ଷ ଅନ୍ୟ ବର୍ଷ ତୁଳନାରେ ଉତପ୍ତ ବର୍ଷ ଭାବେ ପରିଗଣିତ ହୋଇଛି ବୋଲି ଜଣେ ବିଶିଷ୍ଟ ପାଣିପାଗ ବିଶେଷଜ୍ଞ କହିଛନ୍ତି । ଏହି ୫ଟି ବର୍ଷ ହେଉଛି ୨୦୨୪, ୨୦୧୬, ୨୦୦୯, ୨୦୧୦ ଏବଂ ୨୦୧୭ ବୋଲି ଭାରତୀୟ ପାଣିପାଗ ବିଭାଗ ଅନ୍ତର୍ଗତ ନ୍ୟାସ୍ନାଲ୍ ୱେଦର ଫେରକାଷ୍ଟିଂ ସେଂଟରର ପାଣିପାଗ ବିଶେଷଜ୍ଞ ଡକ୍ଟର ଅଖିଳ ଶ୍ରୀବାସ୍ତବ କହିଛନ୍ତି ।

ପ୍ରଚଣ୍ଡ ରୌଦ୍ର ତାପର ପ୍ରଭାବ କିଛି ବର୍ଷ ହେବ ଭୀଷଣ ଭାବେ ଅନୁଭୂତ ହେଉଥିବା ବେଳେ ମୃତ୍ୟୁ ଏବଂ କ୍ଷୟକ୍ଷତି ପରିପ୍ରେକ୍ଷୀରେ ଦ୍ୱିତୀୟ ବଡ଼ କାରଣ ପାଲଟିଛି ବୋଲି କହିଛନ୍ତି ଡକ୍ଟର ଶ୍ରୀବାସ୍ତବ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜିତ ‘ଜଳବାୟୁ ପରିବର୍ତନ ଓ ବିଶ୍ୱ ତାପନ – ପ୍ରସଙ୍ଗ ଓ ସମ୍ଭାବନା’ ଶୀର୍ଷକ ଦୁଇ ଦିନିଆ ଆନ୍ତର୍ଜାତିକ ସମ୍ମିଳନୀରେ ଯୋଗ ଦେଇ ଏହା କହିଛନ୍ତି ଡକ୍ଟର ଶ୍ରୀବାସ୍ତବ ।

ଡକ୍ଟର ଶ୍ରୀବାସ୍ତବ କହିଛନ୍ତି ଯେ କେବଳ ଅଧିକ ତାପମାତ୍ରା ପ୍ରଚଣ୍ଡ ରୌଦ୍ର ତାପ ଉପୁଜାଇ ନାହିଁ ବରଂ ଅନ୍ୟାନ୍ୟ ପାଣିପାଗ ଜନିତ କାରଣରୁ ଏଥିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଡକ୍ଟର ଶ୍ରୀବାସ୍ତବ କହିଛନ୍ତି ଯେ ୨୦୦୦ ରୁ ୨୦୦୯ ବର୍ଷ ଗୁଡ଼ିକ ଅପେକ୍ଷା ୨୦୧୦ ରୁ ୨୦୧୯ ମଧ୍ୟରେ ରୌଦ୍ର ତାପର ସଂଖ୍ୟା ୨୪ ପ୍ରତିଶତ ବୃଦ୍ଧି ପାଇଛି । ସେହିପରି ଏତଦ୍ ଜନିତ ମୃତ୍ୟୁ ମଧ୍ୟ ୨୭ ପ୍ରତିଶତ ବୃଦ୍ଧି ପାଇଛି ବୋଲି ସେ କହିଛନ୍ତି ।

ସୋଆ ପକ୍ଷରୁ ଆୟୋଜିତ ଦୁଇ ଦିନିଆ ଆନ୍ତର୍ଜାତିକ ସମ୍ମିଳନୀ ଶନିବାର ଉଦ୍ୟାପିତ ହୋଇଥିବା ବେଳେ ଉଦ୍ୟାପନୀ କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇ କହିଥିଲେ ଯେ ବିଶ୍ୱବିଦ୍ୟାଳୟ ଭାବେ ସମାଜର ହିତ ପାଇଁ କାର୍ଯ୍ୟ କରିବା ଏହାର ଦାୟିତ୍ୱ । ବର୍ତମାନ ପୃଥିବୀରେ ଜଳବାୟୁ ପରିବର୍ତନ ଏବଂ ବିଶ୍ୱ ତାପନ ଚିନ୍ତାର କାରଣ ପାଲଟିଥିବା ବେଳେ ଏ ଦିଗରେ କାର୍ଯ୍ୟ କରିବା ଆବଶ୍ୟକ ବୋଲି ସେ କହିଥିଲେ । ଛାତ୍ରଛାତ୍ରୀମାନେ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ନିଜ ନିଜ କ୍ଷେତ୍ରରେ ସଚେତନତାର ସୃଷ୍ଟି କରନ୍ତୁ ବୋଲି କୁଳପତି କହିଥିଲେ ।

ସୋଆ ପକ୍ଷରୁ ସେଂଟର ଫର ଏନଭାଇରନ୍ମେଂଟ ଆଣ୍ଡ କ୍ଲାଇମେଟ ଓ ସେଂଟର ଫର କ୍ଲାଇମେଟ ସ୍ମାର୍ଟ ଏଗି୍ରକଲ୍ଚର (ସିସିଏସ୍ଏ) ପରିବେଶ ସୁରକ୍ଷା ଦିଗରେ କାର୍ଯ୍ୟ କରୁଛି ବୋଲି ପ୍ରଫେସର ନନ୍ଦ କହିଥିଲେ ।

କାର୍ଯ୍ୟକ୍ରମର ଅର୍ଗାନାଇଜିଂ ଚେୟାର ତଥା ସିସିଏସ୍ଏର ଡିଷ୍ଟିଙ୍ଗୁଇସ୍ଡ ପ୍ରଫେସର ଉମା ଚରଣ ମହାନ୍ତି ସମ୍ମିଳନୀର ଉଦ୍ୟାପନୀ ବକ୍ତବ୍ୟ ରଖିବା ସହ ସମ୍ମିଳନୀରେ ଯେଉଁ ସବୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସମ୍ମୁଖକୁ ଆସିଛି ସେ ସମ୍ପର୍କରେ ସୂଚନା ଦେଇଥିଲେ ।

କାର୍ଯ୍ୟକ୍ରମରେ ସୋଆ ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଏଗି୍ରକଲ୍ଚରାଲ୍ ସାଇନ୍ସେସ୍ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଓ ଉପକୁଳପତି ପ୍ରଫେସର ପି.କେ. ପାତ୍ର ବକ୍ତବ୍ୟ ରଖିଥିଲେ ।

ଆଇଏଏସ୍ଆ ସୋସିଏଟ୍ ପ୍ରଫେସର ଡକ୍ଟର ଶୁଭପ୍ରଦ ଦାଶ ସମ୍ମିଳନୀ ସମ୍ପର୍କିତ ତଥ୍ୟ ଉପସ୍ଥାପନା କରିଥିବା ବେଳେ ଆସୋସିଏଟ୍ ପ୍ରଫେସର ସ୍ୱାତୀ ଶିଳ୍ପା ବାହୁବଳେନ୍ଦ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

ସମ୍ମିଳନୀର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ୮ଟି ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଯୋଗ ଦେଇଥିବା ବେଳେ ଭାରତୀୟ ପାଣିପାଗ ବିଭାଗର ମହାନିଦେ୍ର୍ଦଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ମଧ୍ୟ ମନ୍ତବ୍ୟ ରଖିଥିଲେ ।

 

 

Previous Post

କେହି ଶୁଣିଲେନି: ଜୀବନକୁ ଛାର କରିଦେଲେ କଲେଜ ଛାତ୍ରୀ

Next Post

ଜୀବନ ଅସହାୟ, କେହି ଶୁଣିଲେନି

Next Post
ଜୀବନ ଅସହାୟ, କେହି ଶୁଣିଲେନି

ଜୀବନ ଅସହାୟ, କେହି ଶୁଣିଲେନି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19146 shares
    Share 7658 Tweet 4787
  • ନବୀନ..ନବୀନ, ମୋହନ..ମୋହନ

    16593 shares
    Share 6637 Tweet 4148
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5811 shares
    Share 2324 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5481 shares
    Share 2192 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA