Tuesday, May 19, 2026 05:32 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କିସ୍‍ର୨୧୦୦ ଛାତ୍ରଛାତ୍ରୀ

by Our Correspondent
15 Feb, 2026- 11:40 PM
in Latest News, News
1 min read
0
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କିସ୍‍ର୨୧୦୦ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ଼ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏଥର କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ସୋସିଆଲ୍‍ ସାଇନସେସ (କିସ୍‍)ରୁ ରେକର୍ଡ଼ ସଂଖ୍ୟକ ୨୧୦୦ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବେ। କୌଣସି ଏକ ବିଦ୍ୟାଳୟରୁ ଏତେ ସଂଖ୍ୟକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାରେ କିସ୍‍  ହେଉଛି  ଓଡ଼ିଶା ତଥା ସମଗ୍ର ଭାରତରେ ଏକମାତ୍ର ବିଦ୍ୟାଳୟ। କିସ୍‍ର ସର୍ବାଧିକ ୧୧୦୦ ଛାତ୍ରୀ ଓ ୧୦୦୦ ଛାତ୍ର ମାଟ୍ରିକ ପରୀକ୍ଷା ଦେବେ। ଏହି ସମସ୍ତ ମାଟ୍ରିକ ପରୀକ୍ଷାର୍ଥୀ ଭୁବନେଶ୍ୱର ଚାରୋଟି ପରୀକ୍ଷା କେନ୍ଦ୍ର ଆଇଆରସି ଭିଲେଜ ସରକାରୀ ଉଚ୍ଚ ବିଦ୍ୟାଳୟ, ୟୁନିଟ୍‍-୪ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ନିଳାଦ୍ରୀ ବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଏବଂ ଆଇଆରସି ଭିଲେଜ ଏସ୍‍ବିଜି ବିଦ୍ୟାମନ୍ଦିରରେ ପରୀକ୍ଷା ଦେବେ। ପ୍ରତିବର୍ଷ ଭଳି ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆଜି ପେନ୍‍ ବଣ୍ଟନ କରିବା ସହ କିଭଳି ଚାପମୁକ୍ତ ହୋଇ ପରୀକ୍ଷା ଦେବେ ସେ ନେଇ ପରାମର୍ଶ ଦେଇଥିଲେ। ଏହି ଅବସରରେ ସେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ସଫଳତା କାମନା କରିଥିଲେ। ଛାତ୍ରଛାତ୍ରୀଙ୍କ ପରିଶ୍ରମ ଓ ନିଷ୍ଠା ତଥା ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମୟୋଚିତ ମାର୍ଗଦର୍ଶନ ପାଇଁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଅଧିକ ସଂଖ୍ୟକ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହେବେ ବୋଲି ଶ୍ରୀ ସାମନ୍ତ ଆଶା ବ୍ୟକ୍ତ କରିଥିଲେ। ସୂଚନାଯୋଗ୍ୟ କିସ୍‍ ପ୍ରତିଷ୍ଠା ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ପ୍ରତି ବର୍ଷ ମାଟ୍ରିକ ପରୀକ୍ଷାରେ କିସ୍‍ ଶତ ପ୍ରତିଶତ ସଫଳତା ହାସଲ କରିଆସୁଛି। ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ଛାତ୍ରଛାତ୍ରୀଙ୍କୁ ନେବା ଆଣିବା ନିମନ୍ତେ କିସ୍‍ ପକ୍ଷରୁ ୮୦ରୁ ଊର୍ଦ୍ଧ୍ୱ ବସ୍‍ ବନ୍ଦୋବସ୍ତ କରାଯାଇଛି।

Previous Post

ମହିଳା ବିଜେଡିର ନୂଆ ଟିମ୍

Next Post

ଆଉ ନାହାନ୍ତି ଗୀତା ପଟ୍ଟନାୟକ

Next Post
ଆଉ ନାହାନ୍ତି ଗୀତା ପଟ୍ଟନାୟକ

ଆଉ ନାହାନ୍ତି ଗୀତା ପଟ୍ଟନାୟକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA