Tuesday, May 26, 2026 11:41 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କଟକ ସହରବାସୀଙ୍କୁ ୨୪ ଘଣ୍ଟିଆ ପାଇପ ପାଣି

ସବୁ ବିକାଶଶୀଳ ରାଷ୍ଟ୍ର ପାଇଁ ଆମେ ରୋଲ ମଡେଲ: ମୁଖ୍ୟମନ୍ତ୍ରୀ

by Our Correspondent
06 Jan, 2022- 03:27 PM
in Latest News, News
1 min read
0
କଟକ ସହରବାସୀଙ୍କୁ ୨୪ ଘଣ୍ଟିଆ ପାଇପ ପାଣି

ଭୁବନେଶ୍ୱର: କଟକ ସହର ପାଇଁ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ଆଜି ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଏହାର ଲୋକାର୍ପଣ କରିଛନ୍ତି । ଏହାଦ୍ୱାରା କଟକ ସହରର ସବୁ ପରିବାର ଅର୍ଥାତ୍ ୧ ଲକ୍ଷ ୪୦ ହଜାର ପରିବାରର ୭ ଲକ୍ଷ ଲୋକ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ପାଇଛନ୍ତି । ଏଥିପାଇଁ ୭୯୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି । କଟକକୁ ମିଶାଇ ଏ ପର୍ଯ୍ୟନ୍ତ ରାଜ୍ୟର ୬୦ ଟି ସହରର ସବୁ ପରିବାରକୁ ୧୪ ଘଣ୍ଟିଆ ପାଇପ ପାଣିର ସୁବିଧା ଦିଆଯାଇଛି । ଖୁବଶୀଘ୍ର ରାଜ୍ୟର ସମସ୍ତ ୧୧୪ ଟି ସହରର ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକର ଦୁଇଟି ଜୋନ୍‌ରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବା ସହିତ ସାରା ସହର ପାଇଁ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ କାର୍ଯ୍ୟକ୍ରମ ପାଇଁ ଭିତ୍ତିସ୍ଥାପନ କରିଥିଲେ । ଏହି କାର୍ଯ୍ୟକ୍ରମ ପାଇଁ ୩୬୦ କୋଟି ଟଙ୍କା ବିନିଯୋଗ କରାଯିବ। ଡିସେମ୍ବର ୨୦୨୩ ସୁଦ୍ଧା ପୁରା ସହରକୁ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ କାର୍ଯ୍ୟକ୍ରମ ଜରିଆରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟ ସରକାରଙ୍କ ୫-ଟି ଆଭିମୁଖ୍ୟରେ ଆରମ୍ଭ ହୋଇଥିବା ଆମର ଏହି କାର୍ଯ୍ୟକ୍ରମ କେବଳ ସାରା ଦେଶ ନୁହେଁ, ସାରା ପୃଥିବୀର ବିକାଶଶୀଳ ରାଷ୍ଟ୍ରମାନଙ୍କ ପାଇଁ ଏକ ରୋଲ ମଡେଲ ହୋଇପାରିଛି । ଏହି କାର୍ଯ୍ୟକ୍ରମ ପାନୀୟ ଜଳ ଯୋଗାଣ ପାଇଁ ହୋଇଥିବା ଜାତୀୟ ନୀତିରେ ମଧ୍ୟ ଅନୁସୃତ ହୋଇଛି ଏବଂ ଅମୃତ ୨.୦ରେ ସାମିଲ ମଧ୍ୟ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏଥିସହ ମୁଖ୍ୟମନ୍ତ୍ରୀ ୪୩୦ କୋଟି ଟଙ୍କାରେ ନିର୍ମିତ ୩ ଟି ୱାଟର୍ ଟ୍ରିଟମେଣ୍ଟ ପ୍ଲାଣ୍ଟ ର ମଧ୍ୟ ଉଦଘାଟନ କରିଥିଲେ ।

କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ସଂପର୍କରେ ସତର୍କ କରି ସେମାନଙ୍କୁ କୋଭିଡ ନିୟମ ମାନିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଭାଷଣ ଦେଇଥିଲେ । ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ କଟକ ମ୍ୟୁନିସପାଲ କମିଶନର ଅନନ୍ୟା ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

କାର୍ଯ୍ୟକ୍ରମରେ ସାଂସଦ ସୁବାସ ସିଂହ, ବିଧାୟକ ଚନ୍ଦ୍ରସାରଥୀ ବେହେରା, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

Previous Post

ତୃତୀୟ ଲହର ଆରମ୍ଭରୁ ସ୍ଥିତି ଅସମ୍ଭାଳ !

Next Post

୧୦ ରୁ କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ

Next Post
୧୦ ରୁ କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ

୧୦ ରୁ କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA