Tuesday, April 21, 2026 04:55 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗଙ୍କୁ ୨୭% ଆସନ

ଐତିହାସିକ ନିଷ୍ପତ୍ତି ନେଲେ ନବୀନ

by Our Correspondent
13 Aug, 2021- 03:52 PM
in Latest News, News
1 min read
0
ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗଙ୍କୁ ୨୭% ଆସନ

ଭୁବନେଶ୍ୱର: ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଉ ଏକ ଐତିହାସିକ ନିଷ୍ପତ୍ତି । ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜେଡ଼ି ଅତି କମ୍ ରେ ୨୭% ଆସନରେ ପଛୁଆ ବର୍ଗଙ୍କୁ ପ୍ରାର୍ଥୀ କରିବ ବୋଲି ଘୋଷଣା କରାଯାଇଛି । ଗତ ସାଧାରଣ ନିର୍ବାଚନରେ ୩୩% ମହିଳାଙ୍କୁ ପ୍ରାର୍ଥୀ କରି ଜାତୀୟ ରାଜନୀତିରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା ନବୀନ, ଆଗକୁ ଆସୁଥିବା ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗ କାର୍ଡ ଖେଳି ବିରୋଧୀଙ୍କୁ ଚକିତ୍ କରିଛନ୍ତି । 

ବିଜେଡ଼ି ସଭାପତିଙ୍କ ଏହି ନିଷ୍ପତ୍ତିକୁ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଜଣାଇଛନ୍ତି ବରିଷ୍ଠ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏବଂ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । କେବଳ ପଞ୍ଚାୟତ ନିର୍ବାଚନ ନୁହେଁ ପରବର୍ତ୍ତୀ ନିର୍ବାଚନରେ ମଧ୍ୟ ବିଜେଡି ୨୭% ପଛୁଆବର୍ଗ ପ୍ରାର୍ଥୀ ଦେବ । ଅଦାଲତ କଟକଣା, କେନ୍ଦ୍ରୀୟ ଆଇନ୍‌ ନଥିବାରୁ ଏଭଳି ରାଜନୈତିକ ନିଷ୍ପତ୍ତି ନିଆଯାଇଛି । ଅନ୍ୟ ଦଳଗୁଡିକ ମଧ୍ୟ ଏପରି ଘୋଷଣା ପାଇଁ ବିଜେଡି କହିବା ସହିତ ବିଧାନସଭା ଓ ଲୋକସଭାରେ ୩୩% ମହିଳାଙ୍କୁ ପ୍ରାର୍ଥୀ କରିବାକୁ ଆହ୍ୱାନ ଦେଇଛି ।

ସାାମ୍ବାଦିକ ସମ୍ମିଳନୀରେ କୁହାଯାଇଛି ଯେ ଅନ୍ୟାନ୍ୟ ପଛୁଆ ବର୍ଗ ତଥା ସାମାଜିକ ଓ ଶିକ୍ଷାଗତ ପଛୁଆବର୍ଗଙ୍କ ସଠିକ୍ ପରିସଂଖ୍ୟାନ ଅଭାବରୁ ସର୍ବୋଚ୍ଚ ନ୍ୟାୟାଳୟ ସଂରକ୍ଷଣ ସୀମାକୁ ୫୦% ମଧ୍ୟରେ ସିମୀତ ରଖିବା ପାଇଁ ବାଧ୍ୟ କରୁଛନ୍ତି । ତେଣୁ ପଛୁଆବର୍ଗଙ୍କର ସଂଖ୍ୟାର ସଠିକ୍ ଆକଳନ ପାଇଁ ଜାତିଭିତ୍ତିକ ଜନଗଣନା କରାଗଲେ ତାହାକୁ ଭିତ୍ତିକରି ୫୦%ରୁ ଅଧିକ ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ନ୍ୟାୟାଳୟମାନେ କୌଣସି ଅଙ୍କୁଶ ଲଗାଇ ପାରିବେ ନାହିଁ ।

ସଂରକ୍ଷଣ ସୀମା ୫୦% ସିମୀତ ଥିବା ଏବଂ ଆମ ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିଙ୍କ ସଂଖ୍ୟା ପ୍ରାୟ ୩୯% ଥିବାରୁ ପଛୁଆବର୍ଗଙ୍କୁ ମାତ୍ର ୧୧.୨୫ ପ୍ରତିଶତ ସଂରକ୍ଷଣ ମିଳୁଛି । ରାଜ୍ୟ ସରକାରଙ୍କ ପଛୁଆବର୍ଗ ଆଇନ୍ ୨୦୦୮ରେ ସାମାଜିକ ଏବଂ ଶିକ୍ଷାଗତ ଅନଗ୍ରସର ବର୍ଗ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା ରହିଛି । କିନ୍ତୁ, ବିଭିନ୍ନ ନ୍ୟାୟାଳୟର ଆଦେଶ ଦୃଷ୍ଟିରୁ ଉକ୍ତ ୨୭% ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇପାରୁ ନାହିଁ ।

ରାଷ୍ଟ୍ରପତିଙ୍କ ଦ୍ୱାରା ଘୋଷିତ ଓବିସି ତାଲିକା ଅନୁସାରେ ସରକାରୀ •କିରୀ ଓ ଅନ୍ୟାନ୍ୟ କ୍ଷେତ୍ରରେ ସଂରକ୍ଷଣ ପାଇଁ ବ୍ୟବସ୍ଥା ରହିଛି । ରାଜ୍ୟଗୁଡିକ ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ ତାଲିକା ପ୍ରସ୍ତୁତି କରୁଥିଲେ ଏବଂ ଏବେ ମଧ୍ୟ କରିପାରିବେ । କେନ୍ଦ୍ରର ଓବିସି ତାଲିକା ଅନୁସାରେ ଅନ୍ୟାନ୍ୟ ପଛୁଆ ବର୍ଗର ପ୍ରାର୍ଥୀମାନେ କେନ୍ଦ୍ର ସରକାରଙ୍କ ଅଧିନରେ ଥିବା ସରକାରୀ ଚାକିରୀ ଏବଂ ଶିକ୍ଷାନୁଷ୍ଠାନମାନଙ୍କରେ ନାମ ଲେଖାଇବାକୁ ସଂରକ୍ଷଣର ସୁବିଧା ପାଉଛନ୍ତି । ସେହିପରି ରାଜ୍ୟର ପଛୁଆବର୍ଗ ତାଲିକା ଅନୁସାରେ ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗର ପ୍ରାର୍ଥୀମାନେ ରାଜ୍ୟ ସରକାରଙ୍କ ଅଧିନରେ ଥିବା ସରକାରୀ ଚାକିରୀରେ ସଂରକ୍ଷଣର ସୁବିଧା ପାଉଛନ୍ତି । ଏ ପର୍ଯ୍ୟନ୍ତ ରାଜ୍ୟର ୨୦୯ ଜାତି ଓ ଉପଜାତି ପଛୁଆବର୍ଗ ତାଲିକାରେ ଅନ୍ତର୍ଭୁକ୍ତ ହୋଇଛନ୍ତି ।

ବିଜେପି, କଂଗ୍ରେସର ସମାଲୋଚନା: ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗଙ୍କ ପାଇଁ ବିଜେଡ଼ିର ୨୭% ସ୍ଥାନ ସଂରକ୍ଷଣ ନିଷ୍ପତ୍ତିକୁ ଭେଳିକି ବୋଲି ବିଜେପି ଓ କଂଗ୍ରେସ କହିଛନ୍ତି । ଶିକ୍ଷା ଓ ଚାକିରି କ୍ଷେତ୍ରରେ ରାଜ୍ୟ ସରକାର ପଛୁଆ ବର୍ଗଙ୍କୁ ଆଗ ଚାକିରି ଦିଅନ୍ତୁ ବୋଲି ସେମାନେ କହିଛନ୍ତି ।

 

Previous Post

ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ

Next Post

ବୁଣାକାରଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ

Next Post
ବୁଣାକାରଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ

ବୁଣାକାରଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA