Monday, May 18, 2026 06:03 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କାଲିଠାରୁ ଦୁଇ ଦିନିଆ ତୃତୀୟ ସୋଆ ସାହିତ୍ୟ ଉତ୍ସବ

by Our Correspondent
28 Nov, 2025- 08:57 PM
in Latest News, News
1 min read
0
କାଲିଠାରୁ ଦୁଇ ଦିନିଆ ତୃତୀୟ ସୋଆ ସାହିତ୍ୟ ଉତ୍ସବ

ଭୁବନେଶ୍ୱର: ଶନିବାରୁ ଠାରୁ ଆରମ୍ଭ ହେବ ୨-ଦିନିଆ ତୃତୀୟ ସୋଆ ସାହିତ୍ୟ ଉତ୍ସବ-୨୦୨୫ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ନଭେମ୍ବର ୨୯ ଓ ୩୦ ତାରିଖରେ ତୃତୀୟ ସୋଆ ସାହିତ୍ୟ ଉତ୍ସବର ଆୟୋଜନ କରାଯାଇଛି । ସୋଆ ପରିଚାଳିତ ସେଂଟର ଫର ପ୍ରିଜରଭେସନ୍‌, ପ୍ରୋପାଗେସନ୍ ଆଣ୍ଡ ରେଷ୍ଟୋରେସନ୍ ଅଫ୍ ଏନ୍‌ସିଏଂଟ କଲ୍‌ଚର ହେରିଟେଜ ଅଫ୍ ଇଣ୍ଡିଆ (ପ୍ରାଚୀନ) ପକ୍ଷରୁ ଏହି ସାହିତ୍ୟ ଉତ୍ସବ ଆୟୋଜନ କରାଯାଇଥିବା ବେଳେ ଚଳିତ ବର୍ଷର୍ର ପ୍ରସଙ୍ଗ ରହିଛି ‘କଲ୍‌ଚର, କ୍ରିଏଟିଭିଟି ଆଣ୍ଡ ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ’ ଅର୍ଥାତ୍ ସଂସ୍କୃତି, ସର୍ଜନଶୀଳତା ଓ କୃତ୍ରିମ ବୁଦ୍ଧିମତା ।

ଉତ୍ସବର ପ୍ରଥମ ଦିନ ଅର୍ଥାତ ନଭେମ୍ବର ୨୯ ତାରିଖ ଶନିବାର ଦିନ ସୋଆ ସାହିତ୍ୟ ଉତ୍ସବକୁ ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଉଦ୍‌ଘାଟନ କରିବେ । ଏହି ସାହିତ୍ୟ ଉତ୍ସବର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୂଷଣ ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ ପ୍ରଦାନ କରାଯିବ ।

ସୋଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ବର୍ଷ ପ୍ରତିଷ୍ଠିତ ସୋଆ ସାହିତ୍ୟ ସମ୍ମାନ ଦେଶରେ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ପ୍ରଦାନ କରାଯିବ । ବିଶିଷ୍ଟ ଲେଖକ, କବି ଓ ଚିନ୍ତକ ଯେଉଁମାନଙ୍କର ଏହି କ୍ଷେତ୍ରରେ ଉତ୍କର୍ଷତା, ସୃଜନଶୀଳତା ଓ ବୌଦ୍ଧିକ ଗଭୀରତା ରହିଛି ସେମାନଙ୍କୁ ସମ୍ମାନିତ କରିବା ହିଁ ସୋଆ ସାହିତ୍ୟ ସମ୍ମାନର ବିନମ୍ର ଉଦ୍ଦେଶ୍ୟ । ଭାରତୀୟ ସମ୍ବିଧାନ ଅନୁମୋଦିତ ଯେକୌଣସି ଭାରତୀୟ ଭାଷାର ସାହିତ୍ୟିକଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ । ଏହି କାର୍ଯ୍ୟକ୍ରମରେ ଶବ୍ଦର ଯାଦୁକର ଜାଭେଦ ଅଖତର ସମ୍ମାନ ଗ୍ରହଣ କରିବା ସହ ନିଜର ଅଭିଭାଷଣ ରଖିବେ ।

କାର୍ଯ୍ୟକ୍ରମରେ ସୋଆର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ ଏବଂ ସାହିତ୍ୟ ଏକାଡେମୀର ପୂର୍ବତନ ସଚିବ ଡକ୍ଟର କେ. ଶ୍ରୀନିବାସରାଓ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ । ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସାହିତ୍ୟ ଉତ୍ସବରେ ସୋଆ ପ୍ରାଚୀନର ମୁଖ୍ୟ ପ୍ରଫେସର ଗାୟତ୍ରୀବାଳା ପଣ୍ଡା ଓ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ମଧ୍ୟ ଉପସ୍ଥିତ ରହି ବକ୍ତବ୍ୟ ରଖିବେ ।

ସେହିପରି ସୋଆ ସାହିତ୍ୟ ଉତ୍ସବର ଉଦ୍‌ଘାଟନୀ କାର୍ଯ୍ୟକ୍ରମର ଦ୍ୱିତୀୟ ଦିନ ଅର୍ଥାତ ନଭେମ୍ବର ୩୦ ତାରିଖ ରବିବାର ଦିନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସାହିତ୍ୟିକ ମାନଙ୍କୁ ଉତ୍ସାହିତ କରିବା ସହ ନିଜର ଅଭିଭାଷଣ ରଖିବେ ।

ଆୟୋଜିତ ଏହି ଉତ୍ସବର ଦ୍ୱିତୀୟ ଦିନରେ ଜନଜାତି ସଂସ୍କୃତିକୁ ନେଇ ଏକ ସ୍ୱତନ୍ତ୍ର ଅଧିବେଶନର ଆୟୋଜନ କରାଯାଇଛି । ଏହି ସ୍ୱତନ୍ତ୍ର ଅଧିବେଶନର ପ୍ରସଙ୍ଗ ରହିଛି ‘କଲ୍‌ଚର: ଦ ହେରିଟେଜ ୱି ମଷ୍ଟ ପ୍ରିଜର୍ଭ’ ଅର୍ଥାତ ‘ଜନଜାତି ସଂସ୍କୃତି: ଏହାର ଐତିହ୍ୟକୁ ଆମେ ସଂରକ୍ଷିତ ରଖିବା ଉଚିତ୍‌’ ରହିଛି ।

ଏହି ଅବସରରେ ଓଡ଼ିଆ ଯୁବ କବି ଓ ଲେଖକ ସୁର୍ଯ୍ୟସ୍ନାତ ତ୍ରିପାଠୀଙ୍କୁ ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫ ସମ୍ମାନରେ ସମ୍ମାନିତ କରାଯିବ ।

ବର୍ଷା ପ୍ରକାଶନୀ ଦ୍ୱାରା ୨୦୨୪ରେ ପ୍ରକାଶିତ ଶ୍ରୀ ତ୍ରିପାଠୀଙ୍କର କ୍ଷୁଦ୍ର ଗଳ୍ପ ସଂକଳନ ‘ଠିଆ ପୁଚି ନାରଙ୍ଗ’ ନିମନ୍ତେ ବିଚାରକ ମଣ୍ଡଳୀ ସର୍ବସମ୍ମତି କ୍ରମେ ତାଙ୍କ ନାମକୁ ପୁରସ୍କାର ନିମନ୍ତେ ମନୋନୀତ କରିଛନ୍ତି । ଏହି ସଂକଳନରେ ୧୨ଟି ଗଳ୍ପ ରହିଛି ଯେଉଁଥିରେ ଲେଖକ ମଣିଷର ମନସ୍ତତ୍ୱ ଏବଂ ସମସାମୟିକ ଅନୁଭୂତିର ନିଚ୍ଛକ ପରିପ୍ରକାଶ କରିଛନ୍ତି ।

ଦ୍ୱିତୀୟ ଦିନର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ପ୍ରଫେସର (ଡକ୍ଟର) ପି.କେ. ପାତ୍ର ଅଧ୍ୟକ୍ଷତା କରିବେ ଏବଂ ପ୍ରାଚୀନର ମୁଖ୍ୟ ପ୍ରଫେସର ପଣ୍ଡା ଏବଂ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଦାସ ଉପସ୍ଥିତ ରହିବେ ।

ଚଳିତ ବର୍ଷର ସାହିତ୍ୟ ଉତ୍ସବରେ ଦେଶର କୋଣ ଅନୁକୋଣରୁ ପ୍ରାୟ ୧୦୦ ରୁ ଉର୍ଦ୍ଧ୍ୱ ବିଶିଷ୍ଟ ଲେଖକ, କବି, ଚିତ୍ରକର, ଔପନ୍ୟାସିକ, ଅନୁବାଦକ, ପ୍ରକାଶକ, ଚିନ୍ତକ, ନାଟକ ଏବଂ ଗଣମାଧ୍ୟମ ଜଗତର ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ବେଳେ ଦୁଇ ଦିନିଆ ଏହି ଉତ୍ସବରେ ୩୦ଟି ବିଭିନ୍ନ ଅଧିବେଶନ ରଖାଯାଇଛି ।

Previous Post

୧୭,୪୪୦ କୋଟିର ଅତିରିକ୍ତ ବଜେଟ୍ ଆଗତ

Next Post

କିଟ୍‌ରେ ୨୬ ତମ ଓଡ଼ିଶା ବିଜ୍ଞାନ ଓ ପରିବେଶ କଂଗ୍ରେସ ଉଦ୍‍ଘାଟିତ

Next Post
କିଟ୍‌ରେ ୨୬ ତମ ଓଡ଼ିଶା ବିଜ୍ଞାନ ଓ ପରିବେଶ କଂଗ୍ରେସ ଉଦ୍‍ଘାଟିତ

କିଟ୍‌ରେ ୨୬ ତମ ଓଡ଼ିଶା ବିଜ୍ଞାନ ଓ ପରିବେଶ କଂଗ୍ରେସ ଉଦ୍‍ଘାଟିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA