Tuesday, May 13, 2025 08:02 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଏମସି ପାଇଁ ୪୧୬ ନୂଆ ପଦବୀ

ଥିଲା ୨୧୦, ହେଲା ୬୨୬

by Our Correspondent
25 Aug, 2023- 12:20 PM
in Latest News, News
1 min read
0
ବିଏମସି ପାଇଁ ୪୧୬ ନୂଆ ପଦବୀ

-ନୂତନ ଭାବେ ୩ଟି ଅତିରିକ୍ତ କମିଶନର ଓ ୬ଟି ଜୋନାଲ କମିଶନର ପଦବୀ ସୃଷ୍ଟି

-ଡ୍ରେନେଜ ବିଭାଗରେ ୨୦ଟି ନୂଆ ପଦବୀ ସୃଷ୍ଟି

-ପ୍ରତି ୱାର୍ଡ ପାଇଁ ସ୍ୱତନ୍ତ୍ର ୱାର୍ଡ ଅଫିସର

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ରାଜ୍ୟର ସବୁଠାରୁ ବୃହତ ସ୍ୱାୟତ୍ତ ଶାସନ ଅନୁଷ୍ଠାନ । ରାଜ୍ୟର ରାଜଧାନୀ ତଥା ଏକ ଆଧୁନିକ ସହର ଭାବେ ଭୁବନେଶ୍ୱରର ପରିଚୟକୁ ଆହୁରି ସୁଦୃଢ କରିବା ସହିତ ଏହି ଐତିହ୍ୟ ସଂପନ୍ନ ସହରର ଐତିହାସିକ ମର୍ଯ୍ୟଦାର ସୁରକ୍ଷା ଦିଗରେ ଭୁବନେଶ୍ୱର ମହାନଗର ନିଗମର ଗୁରୁଦାୟିତ୍ୱ ରହିଛି। କ୍ରମବର୍ଦ୍ଧିଷ୍ଣୁ ଲୋକସଂଖ୍ୟାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଏହାର ଦାୟିତ୍ୱ ନିୟମିତ ଭାବେ ବଢିଚାଲିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମହାନଗର ନିଗମ ପାଇଁ ୪୧୬ଟି ଅତିରିକ୍ତ ପଦବୀ ମଞ୍ଜୁର କରିଛନ୍ତି । ଏହାଦ୍ୱାରା ନିଗମ ଅଧିକ ଦକ୍ଷ ଓ କ୍ରିୟାଶୀଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ପୂର୍ବରୁ ବି.ଏମ୍‌.ସି ରେ ୨୧୦ଟି ଅନୁମୋଦିତ ପଦବୀ ଥିବାବେଳେ, ଏହି ଅତିରିକ୍ତ ୪୧୬ଟି ପଦବୀ ସୃଷ୍ଟି ଦ୍ୱାରା ଏହାର ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଲା ।

ପୂର୍ବରୁ ନିଗମର ପ୍ରଶାସନିକ କ୍ଷେତ୍ରରେ ଗୋଟିଏ ଆଡିସନାଲ କମିଶନର ପଦବୀ ଥିବାବେଳେ, ବର୍ତ୍ତମାନ ଆଉ ୩ଟି ଆଡିସନାଲ କମିଶନର ପଦବୀ ସୃଷ୍ଟି କରାଯାଇ ସମୁଦାୟ ପଦବୀ ସଂଖ୍ୟା ୪କୁ ବୃଦ୍ଧି କରାଯାଇଛି । ସେହିପରି ୬ଟି ନୂତନ ଜୋନାଲ କମିଶନର ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ପୂର୍ବରୁ ୩ଟି ଡେପୁଟି କମିଶନର ପଦବୀ ଥିବାବେଳେ, ଏଥିରେ ୧୩ଟି ନୂତନ ପଦବୀ ସୃଷ୍ଟି କରାଯାଇ, ସମୁଦାୟ ଡେପୁଟି କମିଶନର ପଦବୀ ସଂଖ୍ୟା ୧୬କୁ ବୃଦ୍ଧି କରାଯାଇଛି । ଏହାସହିତ ପୂର୍ବରୁ ୪ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ଥିବାବେଳେ ଆଉ ୯ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୩ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ରଖାଯାଇଛି ।

ନିଗମର ଅର୍ଥ ବିଭାଗରେ ୧୧ଟି ନୂତନ ପଦବୀ ସୃଷ୍ଟି କରାଯାଇଥିବା ବେଳେ ଯୋଜନା ବିଭାଗରେ ୪ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ଇଂଜିନିୟରିଂ (ୱାର୍କ୍ସ) ବିଭାଗରେ ୧୭ଟି ନୂତନ ପଦବୀ, ସାନିଟେସନ (ଇଂଜିନିୟରିଂ) ବିଭାଗରେ ୫ଟି ନୂତନ ପଦବୀ, ଡ୍ରେନେଜ ବିଭାଗରେ ୨୦ଟି ପଦବୀ, ମେକାନିକାଲ ବିଭାଗରେ ୨ଟି, ଆଇନ ବିଭାଗରେ ଗୋଟିଏ, ଲୋକସଂପର୍କ ବିଭାଗରେ ୨ଟି, ସୌନ୍ଦର୍ଯ୍ୟକରଣ ଓ ଲ୍ୟାଣ୍ଡ ସ୍କେପିଂ ବିଭାଗରେ ୭ଟି, ପ୍ରାଣୀକଲ୍ୟାଣ ବିଭାଗରେ ୪ଟି, ସାମାଜିକ କଲ୍ୟାଣ ବିଭାଗରେ ୧୩ଟି, ବିପର୍ଯ୍ୟୟ ଓ ଜରୁରୀ ସେବା ବିଭାଗରେ ଗୋଟିଏ, ଏନ୍‌ଫୋର୍‌ସମେଣ୍ଟ ବିଭାଗରେ ୧୯ଟି, ଅମଲା ବିଭାଗରେ ୯୩ଟି ଏବଂ ୱାର୍ଡ ଅଫିସ ବିଭାଗରେ ୧୮୭ଟି ନୂତନ ପଦବୀ ସୃଷ୍ଟି କରାଯାଇଛି ।

ଇଂଜିନିୟରିଂ (ୱାର୍କ୍ସ) ବିଭାଗରେ ପୂର୍ବରୁ ୨ଟି ସିଭିଲ କାର୍ଯ୍ୟନିର୍ବାହୀ ଅଧିକାରୀ ଥିବାବେଳେ ଏହାକୁ ୬କୁ ବୃଦ୍ଧି କରାଯାଇଛି । ସେହିପରି ସହକାରୀ କାର୍ଯ୍ୟନିର୍ବାହୀ ଅଧିକାରୀ ପଦବୀକୁ ୭ ରୁ ୧୩କୁ ବୃଦ୍ଧି କରାଯାଇଛି ଏବଂ ସିଭିଲ ଜୁନିଅର ଇଂଜିନିୟରିଂ ପଦବୀ ସଂଖ୍ୟାକୁ ୧୭ରୁ ୨୪କୁ ବୃଦ୍ଧି କରାଯାଇଛି ।

ପରିମଳ (ଇଂଜିନିୟରିଂ) ଏକ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ଏଥିରେ ମଧ୍ୟ ୫ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ଏଥିରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ (ପରିମଳ), ଗୋଟିଏ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ (ପରିମଳ) ଓ ୩ଟି ଜୁନିଅର ଇଂଜିନିୟର (ପରିମଳ) ଅନ୍ତର୍ଭୁକ୍ତ ।

ସେହିପରି ଡ୍ରେନେଜ ବିଭାଗରେ ୨୦ଟି ନୂତନ ପଦବୀ ସୃଷ୍ଟି କରାଯାଇଛି। ଏଥିରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ, ୭ଟି ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ୧୨ଟି ଜୁନିଅର ଇଂଜିନିୟର ପଦବୀ ରହିଛି ।

ୱାର୍ଡ ପରିଚାଳନା ସବୁଠାରୁ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ୧୮୭ଟି ପଦବୀ ନୂତନ ପଦବୀ ସୃଷ୍ଟି କରାଯାଇଛି । ପୂର୍ବରୁ ଏଥିରେ ୮୧ଟି ପଦବୀ ଥିଲା । ବର୍ତ୍ତମାନ ସମୁଦାୟ ପଦବୀ ସଂଖ୍ୟା ୨୬୮ ହେଲା । ପୂର୍ବରୁ ୱାର୍ଡ ଅଫିସର ପଦବୀ ନ ଥିବା ବେଳେ, ଏଥିରେ ୬୭ଟି ନୂଆ ୱାର୍ଡ ଅଫିସର ପଦବୀ ସୃଷ୍ଟି କରାଯାଇଛି । ସେହିପରି ୱାର୍ଡ ରେଭେନ୍ୟୁ ଅଫିସର (ଟ୍ୟାକ୍‌ସ କଲେକ୍ଟର) ପଦବୀ ସଂଖ୍ୟା ୫୦ ଥିବାବେଳେ ଏହା ୬୭କୁ ବୃଦ୍ଧି ପାଇଛି । ସାନିଟାରୀ ଇନ୍‌ସପେକ୍ଟର ପଦବୀ ସଂଖ୍ୟା ୬ଟି ଥିବାବେଳେ, ଏଥିରେ ୬୧ଟି ନୂଆ ପଦବୀ ଯୋଗ କରାଯାଇଛି । ସେହିପରି କମ୍ୟୁନିଟି ଅର୍ଗାନାଇଜର ପଦବୀ ସଂଖ୍ୟା ୨୫ରୁ ୬୭କୁ ବୃଦ୍ଧି କରାଯାଇଛି ।

Previous Post

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌ ବିକାଶ ଖାନ୍ନା

Next Post

ହଟହଟା ହେଲେ ପ୍ରଦୀପ ପାଣିଗ୍ରାହୀ

Next Post
ହଟହଟା ହେଲେ ପ୍ରଦୀପ ପାଣିଗ୍ରାହୀ

ହଟହଟା ହେଲେ ପ୍ରଦୀପ ପାଣିଗ୍ରାହୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19040 shares
    Share 7616 Tweet 4760
  • ନବୀନ..ନବୀନ, ମୋହନ..ମୋହନ

    16580 shares
    Share 6632 Tweet 4145
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5766 shares
    Share 2306 Tweet 1442
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5460 shares
    Share 2184 Tweet 1365

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA