Saturday, April 25, 2026 03:01 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୩୫ ଲକ୍ଷ ଚାଷୀ ପାଇଲେ ୪୪୧.୭୬ କୋଟି ସୁଧ ରିହାତି

ଦ୍ୱିତୀୟ ପର୍ଯ୍ୟାୟ ସୁଧ ରିହାତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

by Our Correspondent
24 Apr, 2023- 02:49 PM
in Latest News, News
1 min read
0
୩୫ ଲକ୍ଷ ଚାଷୀ ପାଇଲେ ୪୪୧.୭୬ କୋଟି ସୁଧ ରିହାତି

ଭୁବନେଶ୍ୱର: ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚାଷୀଙ୍କୁ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସଭା ଭବନର କନଭେନସନ୍ ସେଣ୍ଟରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ରିହାତି ପ୍ରଦାନ କରିଛନ୍ତି । ରାଜ୍ୟର ସମସ୍ତ ସମବାୟ ବ୍ୟାଙ୍କ ଓ ୨୪୦୯ଟି ପ୍ରାଥମିକ କୃଷି ସମବାୟ ସମିତିକୁ ଏହି ରିହାତି ପରିମାଣ ପ୍ରଦାନ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୪୧୫.୧୭ କୋଟି ଟଙ୍କାର ସୁଧ ରିହାତି ଦିଆଯାଇଥିଲା । ଏହି ପରି ୨୦୨୨-୨୩ ବର୍ଷରେ ଚାଷୀମାନେ ସମୁଦାୟ ୮୫୬.୯୯ କୋଟି ଟଙ୍କା ସୁଧ ରିହାତି ପାଇଛନ୍ତି ।

ସୁଚନାଯୋଗ୍ୟ, ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ପାଇଁ ଚାଷୀମାନଙ୍କୁ କୌଣସି ସୁଧ ଦେବାକୁ ପଡୁ ନାହିଁ । ୩୫ ଲକ୍ଷ ଚାଷୀଙ୍କ ମଧ୍ୟରୁ ୩୦ ଲକ୍ଷ ହେଉଛନ୍ତି କ୍ଷୁଦ୍ର ଓ ନାମମାତ୍ର ଚାଷୀ।

ଏହି ଅବସରରେ ଉପସ୍ଥିତ ଚାଷୀ ବନ୍ଧୁ ଏବଂ ଭିଡିଓ କନଫରେନ୍ସ ଜରିଆରେ ଯୋଡି ହୋଇଥିବା ଚାଷୀମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷ ଆମ ଅର୍ଥନୀତିର ଆତ୍ମା । ବିକାଶର ଆଧାର । ଆମର ନୂଆ ଓଡିଶା, ସଶକ୍ତ ଓଡିଶାର ସାରଥି ହେଉଛନ୍ତି ଆମର ଚାଷୀମାନେ, ମା ମାନେ ଓ ଯୁବକଯୁବତୀ ମାନେ । ତେଣୁ ଆପଣମାନଙ୍କ ସଶକ୍ତିକରଣ ଉପରେ ମୁଁ ସବୁବେଳେ ଜୋର ଦେଇ ଆସିଛି ।

ଚାଷୀକୁ ସଶକ୍ତ କରିବାପାଇଁ ସ୍ୱତନ୍ତ୍ର ବଜେଟ୍ କରାଯାଇଛି । ବିନା ସୁଧ ରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କୃଷି ଋଣ ଦିଆଯାଉଛି । ଚାଷୀ ପରିବାରର କଲ୍ୟାଣ ପାଇଁ କାଳିଆ ଶିକ୍ଷା ବୃତ୍ତି ଦିଆଯାଉଛି । ଗଞ୍ଜାମର ଚାଷୀ ପରିବାରର ଜଣେ ପିଲା କିରଣ ସାହୁ କାଳିଆ ଶିକ୍ଷା ବୃତ୍ତି ପାଇ ବ୍ରହ୍ମପୁର ମଡିକାଲ କଲେଜରେ ପଢିବା କଥା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଥିଲେ । ଚାଷୀକୁ ବିନା ସୁଧରେ ଋଣ ଦେବାରେ ଓଡିଶା ପ୍ରଥମ ରାଜ୍ୟ ଓ କାଳିଆ ପରି କଲ୍ୟାଣ ଯୋଜନା କରିବାରେ ମଧ୍ୟ ଓଡିଶା ପ୍ରଥମ ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆଜିର ସୁଧ ରିହାତି ଯୋଗୁ ଚାଷୀ ଭାଇମାନଙ୍କୁ ଟଙ୍କାଟିଏ ବି ସୁଧ ଦେବାକୁ ପଡିଲା ନାହିଁ । ଚାଷୀଙ୍କ କଲ୍ୟାଣ ପାଇଁ ମୁଁ କାମ କରୁଛି ଓ କରି ଚାଲିବି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । 

କାର୍ଯ୍ୟକ୍ରମରେ ଯୋଗଦେଇ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ କହିଥିଲେ ଯେ ରାଜ୍ୟର କୃଷକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। ବାରମ୍ବାର କୃଷି କର୍ମଣ ପୁରସ୍କାର ପାଇଁ ମନୋନୀତ ହେବା ହେଉଛି ଆମ ପ୍ରତିବଦ୍ଧତାର ପ୍ରମାଣ । ସମବାୟ ବିଭାଗ, କୃଷି ବିଭାଗ ଓ ଖାଦ୍ୟ ଯୋଗାଣ ବିଭାଗର ମିଳିତ କାର୍ଯ୍ୟକ୍ରମ ଯୋଗୁ ରାଜ୍ୟ ଆଜି ଏକ ଅଭାବୀ ରାଜ୍ୟରୁ ଏକ ବଳକା ରାଜ୍ୟରେ ପରିଣତ ହୋଇଛି ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ତିନି ଜଣ ହିତାଧିକାରୀ ରୀନା ସେଠୀ, ନିକୁଞ୍ଜ ବିହାରୀ କାପ ଓ ସବିତା ସାମନ୍ତରାୟ ପ୍ରମୁଖ ଋଣ ଉପରେ ସୁଧ ରିହାତି ଯୋଗୁ ସେମାନେ କିପରି ଚାଷ ଓ ବ୍ୟବସାୟ କରି ନିଜ ପରିବାରକୁ ସୁରଖୁରରେ ଚଳାଇ ପାରୁଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥିଲେ । ସୁଧ ରିହାତି ଯୋଜନା ପାଇଁ ଅନେକ ପରିବାର ଆଜି ସ୍ୱାବଲମ୍ବୀ ହୋଇ ପାରିଛନ୍ତି ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ ।

ସମବାୟ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମବାୟ ନିବନ୍ଧକ ଉଦ୍ଧବ ଚରଣ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ମୋ ରାଣ, ମତେ ଭଲ ପାଅ !

Next Post

ପିସିସିର ନୂଆ ଜୁମ୍ବୋ ଟିମ୍

Next Post
ପିସିସିର ନୂଆ ଜୁମ୍ବୋ ଟିମ୍

ପିସିସିର ନୂଆ ଜୁମ୍ବୋ ଟିମ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA