Sunday, September 6, 2026 12:05 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆଉ ୫ ବାବୁଙ୍କୁ ବାଧ୍ୟତାମୂଳକ ଅବସର

ମୁଖ୍ୟମନ୍ତ୍ରୀଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି

by Our Correspondent
15 Feb, 2022- 12:31 PM
in Latest News, News
1 min read
0
ଆଉ ୫ ବାବୁଙ୍କୁ ବାଧ୍ୟତାମୂଳକ ଅବସର

ଭୁୁବନେଶ୍ୱର: ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ରାଜ୍ୟ ସରକାର ଆଉ ୫ ଜଣ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି ପୁଲିସ ଡିଏସପି, ଓଏଏସ୍ ଅଫିସର, ପୁଲିସ ଇନସପେକ୍ଟର ଏବଂ ୨ ଜଣ ମ୍ୟୁନିସିପାଲଟି ଏକ୍ଜିକ୍ୟୁଟିଭ ଅଫିସର । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୧ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି । 

ଡିଏସପି ରବିନ୍ଦ୍ର କୁମାର ସେଠୀ: କଳାହାଣ୍ଡି ଜିଲ୍ଲା ମହିଳା ବିରୋଧୀ ଅପରାଧ ତଦନ୍ତ କେନ୍ଦ୍ରରେ (IUCAW) ଡି.ଏସ୍‌.ପି ଭାବରେ ନିଯୁକ୍ତ ଓଡିଶା ପୋଲିସ ସେବା ଅଧିକାରୀ ରବିନ୍ଦ୍ର କୁମାର ସେଠୀଙ୍କ ବିରୁଦ୍ଧରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ସେ ଜଣେ ଅଭିଯୋଗକାରୀଙ୍କ ଠାରୁ ୫୦୦୦ ଟଙ୍କା ଲାଞ୍ଚ ନେଇ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ ଏବଂ ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା। ଦୁର୍ନୀତି ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଓଏଏସ୍‌ ସୁଶୀଲ କୁମାର କୁଜୁର: ସୁନ୍ଦରଗଡ ଜିଲ୍ଲା ବଣାଇର ପୂର୍ବତନ ତହସିଲଦାର ଓଏଏସ୍‌ ଅଧିକାରୀ ସୁଶୀଲ କୁମାର କୁଜୁରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି। ଢେଙ୍କାନାଳ ସଦର ବ୍ଲକ୍‌ରେ ବିଡିଓ ଥିବାବେଳେ ସେ ମନରେଗା ପାଣ୍ଠି ଆତ୍ମସାତ କରିଥିଲେ। ବିଭିନ୍ନ ଗାଁରେ ଜାଲ କାଗଜପତ୍ରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଦର୍ଶାଇ ସରକାରଙ୍କର ୨୪ ଲକ୍ଷ ୨୨ ହଜାର ୫୩୮ ଟଙ୍କା କ୍ଷତି ପହଞ୍ଚାଇଥିଲେ। ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା । ଅପାରଗତା, ଦୁର୍ନୀତି ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଇନ୍‌ସପେକ୍ଟର ବିନୋଦ ବିହାରୀ ନାୟକ: ବଲାଙ୍ଗୀର ଜିଲ୍ଲା ବଙ୍ଗମୁଣ୍ଡାର ପୋଲିସ ଇନ୍‌ସପେକ୍ଟର ବିନୋଦ ବିହାରୀ ନାୟକଙ୍କ ବିରୁଦ୍ଧରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ସେ ବଙ୍ଗମୁଣ୍ଡାରୁ କୁଚିଣ୍ଡାକୁ ଏକ ମାରୁତି ସିଆଜ୍‌ କାର୍‌ରେ ଯାଉଥିବା ବେଳେ ବରଗଡ ଟୋଲଗେଟ୍‌ ନିକଟରେ ଦୁର୍ନୀତି ନିବାରଣ ବିଭାଗର ଏକ ଟିମ୍‌ ଦ୍ୱାରା ଧରା ପଡିଥିଲେ। ତାଙ୍କ ଠାରୁ ୨ ଲକ୍ଷ ୬ ହଜାର ୨୨୦ ଟଙ୍କା ଜବତ କରାଯାଇଥିଲା। ବଙ୍ଗମୁଣ୍ଡାସ୍ଥିତ ତାଙ୍କ ସରକାରୀ ବାସଭବନରେ ତଲାସୀ ସମୟରେ ୩,୮୦,୯୨୦ ଟଙ୍କା ଜବତ କରାଯାଇଥିଲା । ସମୁଦାୟ ତାଙ୍କ ଠାରୁ ୫,୮୭,୧୪୦ ଟଙ୍କା ଜବତ କରାଯାଇଥିଲା। ୨୦୨୧ ନଭେମ୍ବର ୩୦ ତାରିଖ ଦିନ ସେ ଗିରଫ ହୋଇଥିଲେ। ଅଧିକ ତଦନ୍ତ ପରେ ଜଣାଯାଇଥିଲା ଯେ ସେ ଯେଉଁ ମାରୁତି କାର୍‌ (OD-15K-6111) ରେ ଯାଉଥିଲେ, ତାହା ସମ୍ବଲପୁର ଜିଲ୍ଲା ଧନୁପାଲ୍ଲୀ ପୋଲିସ ଷ୍ଟେସନ ଅନ୍ତର୍ଗତ ଏମ୍. ନାସିର ନାମକ ଜଣେ ବ୍ୟକ୍ତିଙ୍କୁ ପୁଅ ମହମ୍ମଦ ମଲିମ୍ଙ୍କ ନାମରେ ରହିଛି। ସେହି ବ୍ୟକ୍ତିଙ୍କ ନାମରେ ଧନୁପାଲ୍ଲୀ ପୋଲିସ ଷ୍ଟେସନରେ ୪ଟି ମାମଲା ଓ ସମ୍ବଲପୁର ସଦର ପୋଲିସ ଷ୍ଟେସନରେ ଗୋଟିଏ ମାମଲା ରହିଛି। ଦୁର୍ନୀତି, ଅପାରଗତା ଓ ଦୁର୍ବ୍ୟବହାର ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏକଜିକ୍ୟୁଟିଭ ଅଫିସର ତାପସ ରଞ୍ଜନ ଜେନା: ଭଦ୍ରକ ଜିଲ୍ଲା ବାସୁଦେବପୁର ମ୍ୟୁନିସପାଲଟିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ତାପସ ରଞ୍ଜନ ଜେନାଙ୍କୁ ତାଙ୍କର ପୌରସେବା କାର୍ଯ୍ୟକାଳ ସମୟରେ ଅପାରଗତା, ଅସାଧୁତା, ଦାୟିତ୍ୱରେ ଅବହେଳା, ଆର୍ଥିକ ଅନିୟମିତତା ଆଦି ବିଭିନ୍ନ କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏକଜିକ୍ୟୁଟିଭ ଅଫିସର ବିଜୟକୃଷ୍ଣ ନାୟକ: ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଏନଏସିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ବିଜୟକୃଷ୍ଣ ନାୟକଙ୍କୁ ତାଙ୍କର ପୌରସେବା କାର୍ଯ୍ୟକାଳ ସମୟରେ ଅପାରଗତା, ଦାୟିତ୍ବରେ ଅବହେଳା, ନୈତିକ ସ୍ଖଳନ, ମହିଳାଙ୍କ ସହିତ ଅବୈଧ ସଂପର୍କ, ଜନସାଧାରଣଙ୍କୁ ପୌରସେବା ଯୋଗାଇଦେବା କ୍ଷେତ୍ରରେ ଅନାଗ୍ରହ, ସରକାରୀ ନିର୍ଦ୍ଦେଶାବଳୀର ଅବମାନନା ଏବଂ ଓଡିଶା ସରାକାରୀ ସେବା ଆଚରଣ ବିଧି ୧୯୫୫ର ଉଲଙ୍ଘନ ଆଦି ବିଭିନ୍ନ କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Previous Post

ଶାଶୁଙ୍କ ନାଁରେ ଫାର୍ମ ହାଉସ୍, ନର୍ସିଂ ହୋମ୍, ଟ୍ରାନସପୋର୍ଟ ବିଜିନେସ୍!

Next Post

ରାତି ପାହିଲେ ପଞ୍ଚାୟତ ଭୋଟ

Next Post
ରାତି ପାହିଲେ ପଞ୍ଚାୟତ ଭୋଟ

ରାତି ପାହିଲେ ପଞ୍ଚାୟତ ଭୋଟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA