Saturday, April 25, 2026 10:02 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପାଣ୍ଡିଆନ୍ ଙ୍କ ବ୍ୟସ୍ତବହୁଳ କେନ୍ଦ୍ରାପଡ଼ା କାର୍ଯ୍ୟକ୍ରମ

ଦୁଇଦିନିଆ କେନ୍ଦ୍ରାପଡ଼ା ଗସ୍ତରେ ୫-ଟି ସଚିବ

by Our Correspondent
27 Apr, 2023- 08:39 PM
in Latest News, News
1 min read
0
ପାଣ୍ଡିଆନ୍ ଙ୍କ ବ୍ୟସ୍ତବହୁଳ କେନ୍ଦ୍ରାପଡ଼ା କାର୍ଯ୍ୟକ୍ରମ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲାରେ ହେବ ବିଶ୍ୱର ସର୍ବବୃହତ୍ତ ଷ୍ଟିଲପ୍ଲାଣ୍ଟ । ଆର୍ସଲର ମିତ୍ତଲ ନିପ୍ପନ ଏହି ଷ୍ଟିଲପ୍ଲାଣ୍ଟ ପ୍ରକଳ୍ପର ପ୍ରାକ୍ ପ୍ରସ୍ତୁତି କାର୍ଯ୍ୟ ଜୋରସୋର ଆଗେଇ ଚାଲିଛି । ଆଜି ପ୍ରସ୍ତାବିତ ଷ୍ଟିଲପ୍ଲାଣ୍ଟ ସାଇଟ୍ କୁ ବୁଲି ଦେଖିଛନ୍ତି ୫-ଟି ସଚିବ ଭି.କେ.ପାଣ୍ଡିଆନ୍ । କାମ ତୁରନ୍ତ ଆରମ୍ଭ କରିବାକୁ ସେ ଜିଲ୍ଲାପାଳ ଏବଂ ପ୍ଲାଣ୍ଟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ଅଡୋଇଠାରେ ଏହି ଷ୍ଟିଲପ୍ଲାଣ୍ଟ ସ୍ଥାପନ ପାଇଁ ଜାଗା ନିରୂପଣ ହୋଇଛି । ୫-ଟି ସଚିବ ଶ୍ରୀ ପାଣ୍ଡିଆନ୍ ଏହି ଜାଗାକୁ ଆସି ଅନୁଧ୍ୟାନ କରିବା ପରେ ଅଞ୍ଚଳବାସୀଙ୍କ ସହ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀ ଚାହୁଁଛନ୍ତି ରେକର୍ଡ ସମୟରେ ଏହାର କାମ ସରୁ । ଯେତେ ଶୀଘ୍ର ଲୋକେ ସହଯୋଗ କରିବେ ସେତେ ଶୀଘ୍ର ଷ୍ଟିଲପ୍ଲାଣ୍ଟ ହେବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ । ଜାପାନ ଗସ୍ତ ବେଳେ ମୁଖ୍ୟମନ୍ତ୍ରୀ ୧୦୦ ଥର କେନ୍ଦ୍ରାପଡ଼ା ନାଁ ନେଇଥିଲେ । କେନ୍ଦ୍ରାପଡ଼ା ପାଇଁ କିଛି କରିବା ବୋଲି କହୁଥିଲେ । ଆପଣମାନଙ୍କ ସହଯୋଗରେ ମୁଖ୍ୟମନ୍ତ୍ରୀଙ୍କର ସ୍ୱପ୍ନ ସାକାର ହେବ ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ ।

କେବଳ ଷ୍ଟିଲପ୍ଲାଣ୍ଟ ନୁହେଁ, କେନ୍ଦ୍ରାପଡ଼ାବାସୀଙ୍କ ପାଇଁ ଆଉ ଏକ ବଡ଼ ଖୁସି ଖବର ଦେଇଥିଲେ ଶ୍ରୀ ପାଣ୍ଡିଆନ୍ । ଜାତୀୟ ରାଜପଥର ମାର୍ଶାଘାଇଠାରୁ ଜମ୍ବୁ ପର୍ଯ୍ୟନ୍ତ ୬ ଲେନ୍ ରାସ୍ତା ନିର୍ମାଣ ହେବ । ଏଥିପାଇଁ ୧୧୦ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଥିବା ସୂଚନା ଦେଇଥିଲେ । ଏହି ପ୍ରକଳ୍ପ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଆଜି କେନ୍ଦ୍ରାପଡା ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିବା ସହିତ ଏହାର ଅଗ୍ରଗତି ପାଇଁ ପଦକ୍ଷେପ ନେବାକୁ ଆବଶ୍ୟକ ପରାମର୍ଶ ଓ ନିର୍ଦ୍ଦେଶ ଦେଇଛନ୍ତି ।

ଶ୍ରୀ ପାଣ୍ଡିଆନ ଆଜି କେନ୍ଦ୍ରାପଡାର ପ୍ରସିଦ୍ଧ ବଳଦେବଜୀଉ ମନ୍ଦିର, ଗୋଲରା ହାଟସ୍ଥିତ ଦଧିବାମନ ଜିଉ ମନ୍ଦିର ଓ ରାମନଗର ଠାରେ ଥିବା ରାମଚଣ୍ଡୀ ମନ୍ଦିର ପରିଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ । ବଳଦେବଜିଉ ମନ୍ଦିର ଟ୍ରଷ୍ଟବୋର୍ଡ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରି ଏହାର ଅଧିକ ବିକାଶ ଓ ସୌନ୍ଦର୍ଯ୍ୟକରଣ ପାଇଁ ଡିପିଆର ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ଦଧିବାମନଜୀଉ ଓ ରାମଚଣ୍ଡୀ ମନ୍ଦିରର ପାରିପାର୍ଶ୍ବିକ ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ଡିପିଆର ପ୍ରସ୍ତୁତ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

କେନ୍ଦ୍ରପଡା ସର୍କିଟ ହାଉସରେ ଶ୍ରୀ ପାଣ୍ଡିଆନ ପ୍ରାୟ ୧୩୦ଟି ନାଗରିକ ସମାଜ (ସିଭିଲ ସୋସାଇଟି) ବିଭିନ୍ନ ସଂସ୍ଥା ଓ ସଂଘ ମାନଙ୍କ ସହ ଆଲୋଚନା କରି ଜିଲ୍ଲାର ବିକାଶ ଓ ଲୋକ ମାନଙ୍କ ସମସ୍ୟା ସଂପର୍କରେ ଆଲୋଚନା କରିଥିଲେ । ଜିଲ୍ଲାସ୍ତରରେ ଯେଉଁସବୁ ସମସ୍ୟାର ସମାଧାନ ହୋଇପାରିବ, ତାର ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟ ସରକାରଙ୍କ ସ୍ତରରେ ହେବାକୁ ଥିବା ସମସ୍ୟାର ସମାଧାନ ଉପଯୁକ୍ତ ପର୍ଯ୍ୟାଲୋଚନା ପରେ ପଦକ୍ଷପ ନିଆଯିବ ବୋଲି ସେ କହିଥିଲେ ।

ଶ୍ରୀ ପାଣ୍ଡିଆନ ପ୍ରଥମେ କେନ୍ଦ୍ରାପଡା ଜିଲ୍ଲାର RMC Complex କୁ ଗସ୍ତ କରି ସେଠାରେ ୫୦୦ ଏମ୍‌.ଟି ବିଶିଷ୍ଟ ଶୀତଳଭଣ୍ଡାରର ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରି ଏହାକୁ ଖୁବଶୀଘ୍ର ସଂପୂର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହାପରେ ସେ କେନ୍ଦ୍ରାପଡା ବ୍ଲକ୍‌ ଜଜାଙ୍ଗସ୍ଥିତ ସଂକଳ୍ପ ପ୍ରକଳ୍ପ ପରିଦର୍ଶନ କରିଥିଲେ। ଏଠାରେ ଗୋଲଡେନ୍‌ ଗ୍ରାସ ହସ୍ତଶିଳ୍ପ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି । ଏଠାରେ ଶ୍ରୀ ପାଣ୍ଡିଆନ କାମ କରୁଥିବା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କର କାର୍ଯ୍ୟ ଓ ସୁବିଧା ଅସୁବିଧା ସଂପର୍କରେ ବୁଝିଥିଲେ। ଗୋଲଡେନ୍‌ ଗ୍ରାସରେ ପ୍ରସ୍ତୁତ ବିଭିନ୍ନ ସାମଗ୍ରୀର ଉପଯୁକ୍ତ ମାର୍କେଟିଂ ପାଇଁ ପଦକ୍ଷେପ ନେବାକୁ ଏବଂ ଏହି ପ୍ରକଳ୍ପରେ ଅଧିକରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀକୁ ସାମିଲ କରିବାକୁ ସେ ହସ୍ତଶିଳ୍ପ ବିଭାଗକୁ ପରାମର୍ଶ ଦେଇଥିଲେ ।

ଏହାପରେ ଶ୍ରୀ ପାଣ୍ଡିଆନ ବଡମୂଳବସନ୍ତ ଅଞ୍ଚଳରେ ଚାଲିଥିବା ଜୟ ସଂକଟମୋଚନ ଓ ମା ଶାରଳା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପରିଚାଳିତ ମତ୍ସ୍ୟ ଚାଷ ପ୍ରକଳ୍ପ ଅନୁଧ୍ୟାନ କରିଥିଲେ । ପ୍ରକଳ୍ପ ସହିତ ସିଧାସଳଖ ସଂଶ୍ଲିଷ୍ଟ ହୋଇ କାମକୁ ଆଗେଇ ନେବାପାଇଁ ସେ ସଦସ୍ୟା ମାନଙ୍କୁ ପରାମର୍ଶ ଦେଇଥିଲେ ।

ଏହାପରେ ୫-ଟି ସଚିବ ପଟ୍ଟାମୁଣ୍ଡାଇସ୍ଥିତ State Institute of Plumbing Technology ବୁଲି ଦେଖିଥିଲେ । ସେଠାରେ ଶିକ୍ଷକ ଓ ଛାତ୍ରଛାତ୍ରୀ ମାନଙ୍କ ସହିତ ଆଲୋଚନା କରି ପିଲାମାନେ ଯେପରି ପାସ୍‌ ହେବା ପରେ ପରେ ତୁରନ୍ତ ନିଯୁକ୍ତି ପାଇପାରିବେ, ସେ ସଂପର୍କରେ ପଦକ୍ଷେପ ନେବା ପାଇଁ ଅଧ୍ୟକ୍ଷଙ୍କୁ ପରାମର୍ଶ ଦେଇଥିଲେ ।

ଏହାପରେ ସେ Indoor Stadium ଓ Indoor Hall କାମ ଅନୁଧ୍ୟାନ କରି ଶୀଘ୍ର କାମ ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ । ଗୋଲରା ହାଟ ଠାରେ ସେ ମିଶନ ଶକ୍ତି ଅଧିନସ୍ଥ ଉତ୍କଳ ଗ୍ରାମୀଣ ଉତ୍ପାଦକ ଗୋଷ୍ଠୀ ଦ୍ୱାରା ପରିଚାଳିତ Embroidery Stitching Unit ପରିଦର୍ଶନ କରିଥିଲେ । ଜିଲ୍ଲା ଓ ରାଜ୍ୟ ସ୍ତରରେ ଏହି ସାମଗ୍ରୀ ପାଇଁ ଅଧିକ ବଜାର ସୁବିଧା କରିବା ପାଇଁ ସେ ପରାମର୍ଶ ଦେବା ସହିତ ଏହି ସଂସ୍ଥା ଗୁଡିକ ଅଧିକ ସହଯୋଗ ଯୋଗାଇ ଦେବାପାଇଁ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦେଇଥିଲେ।

ଡେରାବିଶ ବ୍ଲକ୍‌ରେ ଏକ ମିଶନ ଶକ୍ତି କେଫ ପରିଦର୍ଶନ କରି ସେଠାରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନଙ୍କ ସହିତ ଆଲୋଚନା କରିଥିଲେ । ଲୋକଙ୍କ ଆବଶ୍ୟକତାକୁ ଦେଖି ନୂଆ ନୂଆ ପ୍ରକାରର ଖାଦ୍ୟ ପଦାର୍ଥ ପ୍ରସ୍ତୁତ କରି ନିଜ ପାଇଁ ବଜାର ସୃଷ୍ଟି କରିବାରୁ ସେ ପରାମର୍ଶ ଦେଇଥିଲେ। ଡେରାବିଶରେ ସେ ପ୍ରାୟ ୬୦୦ ଜିଲ୍ଲାସ୍ତରୀୟ ଓ ବ୍ଲକ୍‌ସ୍ତରୀୟ ଓ ଗ୍ରାମପଞ୍ଚାୟତସ୍ତରୀୟ କାର୍ଯ୍ୟକର୍ତ୍ତା ମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ଲୋକଙ୍କ ପାଇଁ ଅଧିକରୁ ଅଧିକ ଜୀବିକା ସୃଷ୍ଟି କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ଏ କ୍ଷେତ୍ର ପାଇଁ ଅର୍ଥର କୌଣସି ଅଭାବ ରହିବା ନାହିଁ ବୋଲି ସେ କହିଥିଲେ ।

ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସଚିବ ଶ୍ରୀ ଭିନିଲ କ୍ରିଷ୍ଣା, କେନ୍ଦ୍ରାପଡା ଜିଲ୍ଲାପାଳ ଓ ବିଭିନ୍ନ ବିଭାଗର ସଂପୃକ୍ତ ଅଧିକାରୀମାନେ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

‘ଅର୍ଗସ’କୁ ଲିଗାଲ୍ ନୋଟିସ୍ ପଠାଇଲେ ସୁଶାନ୍ତ ସିଂହ

Next Post

ଅଚ୍ୟୁତ ସାମନ୍ତଙ୍କୁ ୫୧ତମ ଡକ୍ଟୋରେଟ୍

Next Post
ଅଚ୍ୟୁତ ସାମନ୍ତଙ୍କୁ ୫୧ତମ ଡକ୍ଟୋରେଟ୍

ଅଚ୍ୟୁତ ସାମନ୍ତଙ୍କୁ ୫୧ତମ ଡକ୍ଟୋରେଟ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA