Friday, April 24, 2026 03:48 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କନ୍ଧମାଳ ଗସ୍ତରେ ୫-ଟି ସଚିବ ପାଣ୍ଡିଆନ୍

ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା

by Our Correspondent
16 Jun, 2023- 09:00 PM
in Latest News, News
1 min read
0
କନ୍ଧମାଳ ଗସ୍ତରେ ୫-ଟି ସଚିବ ପାଣ୍ଡିଆନ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି ଏବଂ ଛାତ୍ରଛାତ୍ରୀ ଓ ସାଧାରଣ ଲୋକମାନଙ୍କ ସହ ମିଶି ସେମାନଙ୍କ ସୁବିଧା ଅସୁବିଧା ବିଷୟରେ ଶୁଣିବା ସହିତ ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି ।

ଶ୍ରୀ ପାଣ୍ଡିଆନ ପ୍ରଥମେ ଖଜୁରିଆପଡା ବ୍ଲକସ୍ଥିତ ମା ବରାଳଦେବୀ ମନ୍ଦିର ପରିଦର୍ଶନ କରି ମା’ଙ୍କ ପୂଜାର୍ଚ୍ଚନା କରିଥିଲେ । ମନ୍ଦିରର ପରିଚାଳନା କମିଟି ସଦସ୍ୟମାନଙ୍କ ସହିତ ମନ୍ଦିରର ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ ଏବଂ ଏଥିପାଇଁ ଏକ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରି ପ୍ରଦାନ କରିବା ପାଇଁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଫୁଲବାଣୀରେ ନିର୍ମାଣାଧୀନ ବସ ଷ୍ଟାଣ୍ଡ ପ୍ରକଳ୍ପ ପରିଦର୍ଶନକରି ଏହାର ନିର୍ମାଣ କାମ ସମୀକ୍ଷା କରିଥିଲେ । ଯାତ୍ରୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବିଭିନ୍ନ ଭିତ୍ତିଭୂମିର ଉପଯୁକ୍ତ ନିର୍ମାଣ ଉପରେ ଶ୍ରୀ ପାଣ୍ଡିଆନ ଗୁରୁତ୍ୱ ଦେଇଥିଲେ । ଏହି ପ୍ରକଳ୍ପ ପାଇଁ ୫.୨୯ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି । ସମସ୍ତ ପ୍ରକଳ୍ପ କାମ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ଏହାପରେ ୫-ଟି ସଚିବ ଫୁଲବାଣୀ ସ୍ପୋର୍ଟ୍‌ସ୍ କମ୍ପ୍ଲେକ୍ସ ଠାରେ ସାଧାରଣ ଜନତା, ନାଗରିକ ସମାଜ ଓ ବିଭିନ୍ନ ସଂଘର ପ୍ରତିନିଧିମାନଙ୍କ ସହିତ ଜିଲ୍ଲାର ସାମଗ୍ରୀକ ବିକାଶ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। କନ୍ଧମାଳରେ ପର୍ଯ୍ୟଟନର ବିକାଶ ପାଇଁ ସମସ୍ତେ ଗୁରୁତ୍ୱ ଦେଇଥିଲେ । ଜିଲ୍ଲାରେ ପର୍ଯ୍ୟଟନର ସାମଗ୍ରିକ ବିକାଶ ପାଇଁ ଏକ ବିସ୍ତୃତ ରିପୋର୍ଟ ପ୍ରଦାନ କରିବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅବସରରେ ନିଜର ଅଭିଭାଷଣ ରଖି ଶ୍ରୀ ପାଣ୍ଡିଆନ କହିଥିଲେ ଯେ କନ୍ଧମାଳରେ ଏକ ଅତ୍ୟାଧୁନିକ ମେଡିକାଲ କଲେଜ ଓ ହସ୍ପିଟାଲର ନିର୍ମାଣ କରାଯାଉଛି । ଏହାର କାମ ଚଳିତ ବର୍ଷ ଡିସେମ୍ବର ମାସ ଶେଷ ସୁଦ୍ଧା ସରିବ ବୋଲି ସେ କହିଥିଲେ । ଏକ ହଜାର କୋଟି ଟଙ୍କାରେ ନିର୍ମିତ ଏହି କଲେଜ ଓ ହସ୍ପିଟାଲ ଦ୍ୱାରା କନ୍ଧମାଳ ଓ ଆଖପାଖ ଜିଲ୍ଲାର ଲୋକମାନେ ଉନ୍ନତମାନର ଚିକିତ୍ସା ପାଇପାରିବେ ବୋଲି ସେ କହିଥିଲେ । ଏହି ଅବସରରେ ସେ କହିଥିଲେ ଯେ କନ୍ଧମାଳ ଜିଲ୍ଲାରେ ଲୋକଙ୍କୁ ଭଲ ପିଇବା ପାଣି ଯୋଗାଇ ଦେବା ପାଇଁ ୪୯୯.୯୧ କୋଟି ଟଙ୍କାରେ ଏକ ମେଗା ପାଇପ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ । ବୌଦ୍ଧ ଜିଲ୍ଲାରେ ପ୍ରବାହିତ ମହାନଦୀରୁ ପାଇପ ଯୋଗେ ପାଣି ଅଣାଯିବ । ଏହା ଦ୍ୱାରା ଫୁଲବାଣୀ, ଖଜୁରିଆପଡା, ଫିରିଙ୍ଗିଆ ଓ ଚକାପାଦ ଆଦି ବ୍ଲକ ଅଞ୍ଚଳର ଲୋକମାନେ ସ୍ୱଚ୍ଛ ପାନୀୟ ଜଳ ପାଇପ ଯୋଗେ ପାଇ ପାରିବେ ।

ଫୁଲବାଣୀ ରିଜର୍ଭ ପୋଲିସ୍‌ ପଡିଆରେ ସେ ଜିଲ୍ଲାର କଲେଜ ଛାତ୍ରଛାତ୍ରୀମାନଙ୍କୁ ଭେଟିଥିଲେ । ୫-ଟି ସଚିବ କହିଥିଲେ ଯେ ଜିଲ୍ଲାର ସମସ୍ତ ୩୬ଟି ଶିକ୍ଷାନୁଷ୍ଠାନକୁ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ଗ୍ରହଣ କରାଯାଇଛି ଏବଂ ଏସବୁଗୁଡିକର ଉନ୍ନତିକରଣ ପାଇଁ ପଦକ୍ଷେପ ନିଆଯାଇଛି ଏବଂ ଏଥିପାଇଁ ୧୮.୭୫ କୋଟି ଟଙ୍କା ବିନିଯୋଗ କରାଯିବ । ଜିଲ୍ଲାର ୧୧ଟି ଡିଗ୍ରୀ କଲେଜ ପାଇଁ ୭.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ବେଳେ ୨୫ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୧୧.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହି ସମସ୍ତ ଶିକ୍ଷାନୁଷ୍ଠାନଗୁଡିକରେ ୨୩,୭୭୭ ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣ କରୁଛନ୍ତି । କାର୍ଯ୍ୟଗୁଡିକର ନିୟମିତ ସମୀକ୍ଷା କରି ଠିକ୍‌ ସମୟରେ କାର୍ଯ୍ୟ ଶେଷ କରିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଫୁଲବାଣୀ ଜିଲ୍ଲାର ଅଭିଷେକ ପଡିଆରେ ମିଶନ ଶକ୍ତି ସଦସ୍ୟା, ବ୍ୟାଙ୍କ ମିତ୍ର ଏବଂ ଅନ୍ୟାନ୍ୟ ପ୍ରତିନିଧିମାନଙ୍କ ସହିତ ମିଶନ ଶକ୍ତି କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ । ସମାଜର ପରିବର୍ତ୍ତନ ଓ ମହିଳା ସଶକ୍ତିକରଣ ଦିଗରେ ମିଶନ ଶକ୍ତି କାର୍ଯ୍ୟକ୍ରମ ଏକ ବଳିଷ୍ଠ ପ୍ଲାଟଫର୍ମ ଭାବରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ବୋଲି ସେ କହିଥିଲେ । ମିଶନ ଶକ୍ତି ସଦସ୍ୟାମନଙ୍କ ଦ୍ୱାରା ପରିଚାଳିତ ବିଭିନ୍ନ କାର୍ଯ୍ୟକ୍ରମର ପ୍ରଶଂସା କରି ଏଥିରେ ଆହୁରି ଉନ୍ନତି ଆଣିବା ପାଇଁ ପରାମର୍ଶ ଦେଇଥିଲେ ।

ଏହି ପରିଦର୍ଶନ ସମୟରେ କ୍ରୀଡା ସଚିବ ଭିନିଲ୍ କ୍ରୀଷ୍ଣା ଓ ଜିଲ୍ଲାପାଳ ଉପସ୍ଥିତ ଥିଲେ ।

Previous Post

ଯୌନ ନିର୍ଯ୍ୟାତନା: ଓଡ଼ିଆ ଆଇପିଏସ୍ ରାଜେଶ ଦାସଙ୍କୁ ଜେଲ୍

Next Post

ବଢ଼ିଲା ଖରାଛୁଟି: ଜୁନ୍ ୨୧ ରେ ଖୋଲିବ ସ୍କୁଲ

Next Post
ବଢ଼ିଲା ଖରାଛୁଟି: ଜୁନ୍ ୨୧ ରେ ଖୋଲିବ ସ୍କୁଲ

ବଢ଼ିଲା ଖରାଛୁଟି: ଜୁନ୍ ୨୧ ରେ ଖୋଲିବ ସ୍କୁଲ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA