Sunday, April 26, 2026 05:13 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମଧୁବାବୁଙ୍କ ଘର ହେବ ସଂଗ୍ରହାଳୟ

ପାଣ୍ଡିଆନ୍ ଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନ

by Our Correspondent
01 Apr, 2023- 01:30 PM
in Latest News, News
1 min read
0
ମଧୁବାବୁଙ୍କ ଘର ହେବ ସଂଗ୍ରହାଳୟ

ଭୁବନେଶ୍ୱର: ଆଜି ହେଉଛି ଉତ୍କଳ ଦିବସ । ଏହି ପବିତ୍ର ଦିବସରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମପୀଠ ପରିଦର୍ଶନ କରି ଏହାର ନୂଆ ରୂପରେଖ ଯୋଜନା କରିଛନ୍ତି ୫-ଟି ସଚିବ ଭି.କେ.ପାଣ୍ଡିଆନ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଶ୍ରୀ ପାଣ୍ଡିଆନ୍ ଆଜି ସକାଳୁ କଟକ ଜିଲ୍ଲାର ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ମଧୁବାବୁଙ୍କ ଜନ୍ମପୀଠ ପରିଦର୍ଶନ କରିବା ସହ ଏହାର ବିକାଶ ସମ୍ପର୍କରେ ସ୍ଥାନୀୟ ଲୋକ ଓ ପ୍ରଶାସନ ସହ ଆଲୋଚନା କରିଥିଲେ । ଆଗାମୀ ଏପ୍ରିଲ୍ ୧୫ ସୁଦ୍ଧା ଏହାର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ବୋଲି କହିଛନ୍ତି ।

ଯୋଜନା ଅନୁଯାୟୀ, ମଧୁବାବୁଙ୍କ ଜନ୍ମପୀଠରେ ଏକ ସଂଗ୍ରହାଳୟ ପ୍ରତିଷ୍ଠା କରାଯିବ । ମଧୁବାବୁଙ୍କ ଶହେ ବର୍ଷ ପୁରୁଣା ଉଭୟ ଜନ୍ମପୀଠ ଓ କର୍ମଭୂମିକୁ “ଏକକ ସଂଗ୍ରହାଳୟ କମ୍ପ୍ଲେକ୍ସ’ ଭାବରେ ବିକଶିତ କରାଯାଇ ଏହି ଐତିହ୍ୟ ସ୍ଥଳର ସଂରକ୍ଷଣ କରାଯିବ । ଜନ୍ମପୀଠ ଓ କର୍ମଭୂମିକୁ ସଂଯୋଗ କରୁଥିବା ଗଳି ରାସ୍ତାର ଉନ୍ନତି କରାଯାଇ ଏହାର ପୁନରୁଦ୍ଧାର କରାଯିବ । ଏହି ରାସ୍ତାରେ ମଧୁବାବୁଙ୍କ ମା’ ତାଙ୍କ ଜନ୍ମପୀଠରୁ କର୍ମଭୂମି ସ୍ଥାନକୁ ପ୍ରତିଦିନ ଖାଇବା ନେଇ ଆସୁଥିଲେ ।

ଏଠାରେ ଲାଇଟ୍ ଓ ସାଉଣ୍ଡ ସୋ’ ର ମଧ୍ୟ ବ୍ୟବସ୍ଥା କରାଯିବ । ଏଥିରେ ମଧୁବାବୁଙ୍କ ଗୌରବମୟ ଜୀବନୀ ଓ ତାଙ୍କ କୀର୍ତ୍ତିର ବ୍ୟାଖ୍ୟାନ କରାଯିବ । ଓଡ଼ିଶା ଓ ଓଡ଼ିଶା ବାହାରୁ ଆସୁଥିବା ଦର୍ଶକମାନଙ୍କ ସୁବିଧା ପାଇଁ ବହୁ ଭାଷୀ ବ୍ୟାଖ୍ୟାନର ବ୍ୟବସ୍ଥା କରାଯିବ । ମଧୁବାବୁଙ୍କ ଜୀବନୀ ଓ ଐତିହ୍ୟ ସ୍ଥଳ ସହ ଜଡ଼ିତ ସବୁ ବ୍ୟକ୍ତିମାନଙ୍କ ସହ ଆଲୋଚନା କରାଯାଇ ଏହି ସଂଗ୍ରହାଳୟର ବିକାଶ କରାଯିବ ।

ଏହାଛଡ଼ା ଗାଁ ସତ୍ୟଭାମାପୁରରେ ଖଣ୍ଡାଲାଇଟ୍ ପଥରରେ ସ୍ୱାଗତ ତୋରଣ କରାଯିବ । କର୍ମଭୂମୀ ନିକଟରେ ଏକ ପାର୍କିଂ ସ୍ଥାନ ମଧ୍ୟ କରାଯିବ ।

ଏହି ସବୁ କାମର ମାନକୁ ଅତ୍ୟନ୍ତ ଉଚ୍ଚକୋଟିର କରାଯିବ ବୋଲି ଶ୍ରୀ ପାଣ୍ଡିଆନ୍ ପ୍ରତିଶ୍ରୁତି ଦେଇଛନ୍ତି ।

ଏହି ଅବସରରେ ଶ୍ରୀ ପାଣ୍ଡିଆନ୍ ମଧୁବାବୁଙ୍କ ଜନ୍ମ ପୀଠରେ କସ୍ତୁରବା national memorial trust ପରିଚାଳିତ child care institution ର ଅନ୍ତେବାସୀ ମାନଙ୍କୁ ଓଡିଶା ଦିବସ ର ଶୁଭେଚ୍ଛା ଜଣାଇଥିଲେ।

Previous Post

ମେ’ ୧୫ ରୁ ଭୁବନେଶ୍ୱରରୁ ଦୁବାଇ ବିମାନ ଉଡ଼ାଣ

Next Post

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଭୁବନେଶ୍ୱରରେ ଗଡିବ ମେଟ୍ରୋ ଟ୍ରେନ୍

Next Post
ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଭୁବନେଶ୍ୱରରେ ଗଡିବ ମେଟ୍ରୋ ଟ୍ରେନ୍

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଭୁବନେଶ୍ୱରରେ ଗଡିବ ମେଟ୍ରୋ ଟ୍ରେନ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA