ଭୁବନେଶ୍ୱର: ଲକଡାଉନ୍ ବେଳେ ଖାଦ୍ୟ ସଙ୍କଟରେ ପଡ଼ିଥିବା ବୁଲା କୁକୁର ଓ ଗାଈଗୋରୁଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଆଉ ୫୫ ଲକ୍ଷ ଟଙ୍କାର ସହାୟତା ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହାକୁ ମଂଜୁର କରିଛନ୍ତି । ୫ଟି ମହାନଗର ନିଗମ, ୪୮ଟି ମ୍ୟୁନିସିପାଲିଟି ଓ ୬୧ ଟି ଏନଏସି କୁ ସହାୟତା ଟଙ୍କା ଦିଆଯିବ । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କ ଜରିଆରେ ବୁଲା ପ୍ରାଣୀମାନଙ୍କୁ ଖାଦ୍ୟ ଯୋଗାଇଦେବେ ।
ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା ,କଟକ ,ସମ୍ବଲପୁର,ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା ,ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।
ସୂଚନାଯୋଗ୍ୟ, ଗତ ୯ ତାରିଖରେ ମୁଖ୍ୟମନ୍ତ୍ରୀ ତାଙ୍କ ରିଲିଫ୍ ପାଣ୍ଠିରୁ ବୁଲା କୁକୁର ଓ ଗାଈଗୋରୁଙ୍କ ଖାଇବା ପାଇଁ ୬୦ ଲକ୍ଷ ଟଙ୍କା ମଂଜୁର କରିଥିଲେ ।